ସର୍ବଭାରତୀୟ ହାକାଥନ୍‌ରେ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟ ଚାମ୍ପିୟନ

ଭୁବନେଶ୍ୱର,୨୯।୬: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା କଟକର ଟାଙ୍ଗୀ ନିକଟସ୍ଥ ଡ୍ରିମ୍‌ସ ୟୁନିଭର୍ସିଟର ଛାତ୍ରୀଛାତ୍ରମାନେ ସର୍ବଭାରତୀୟ ହାକାଥନ୍‌ ପ୍ରତିଯୋଗିତାରେ ସାମିଲହୋଇ ଚାମ୍ପିୟନ (ପ୍ରଥମ) ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ଡିପ୍ରପୋଜ୍‌ ଫାଉଣ୍ଡେଶନ ପକ୍ଷରୁ ଚେନ୍ନାଇସ୍ଥିତ ଆନ୍ନା ବିଶ୍ୱବିଦ୍ୟାଳୟଠାରେ ଆୟୋଜିତ ସର୍ବଭାରତୀୟ ହାକାଥନ୍‌ ପ୍ରତିଯୋଗିତାରେ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ସ୍କୁଲ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍‌ନୋଲୋଜିର ଇଏନ୍‌ଟିସି ବିଭାଗର ପ୍ରଥମ ବର୍ଷ ଛାତ୍ରୀଛାତ୍ରମାନେ ଅଂଶ ଗ୍ରହଣ କରିଥିଲେ।
ଏପରିକି ଇନ୍‌ଟିସି ବିଭାଗର ସହକାରୀ ପ୍ରଫେସର ଶୁଭ୍ରାଂଶୁ କୁମାର ସିଂହ, ଡ. ବଜ୍ର ପଞ୍ଜର ମିଶ୍ରଙ୍କ ମାର୍ଗଦର୍ଶନରେ ଡ୍ରିମ୍‌ସ ଟିମ୍‌ ଚିତ୍ତରଞ୍ଜନ ବେହେରା (ଟିମ୍‌ ଲିଡର), ସାଗରିକା ସ୍ବାଇଁ, ରଶ୍ମିରଞ୍ଜନ ସାହୁ ଏବଂ ସାଜନ କୁମାର ପ୍ରମୁଖ ଅଂଶ କରି ପ୍ରଥମ ସ୍ଥାନ ଅଧିକାର କରିଥିଲେ।
ସୂଚନାଯୋଗ୍ୟ, ଏହି ସର୍ବଭାରତୀୟ ପ୍ରତିଯୋଗିତାରେ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ୩ଟି ଟିମ୍‌ ଭାଗ ନେଇଥିଲେ। ଗୋଟିଏ ଟିମ୍‌ ଚାମ୍ପିୟନ ବା ପ୍ରଥମ ସ୍ଥାନ ଅଧିକାର କରିଥିଲାବେଳେ ଅନ୍ୟ ଦୁଇଟି ଟିମ୍‌ ଉଲ୍ଳେଖନୀୟ ପ୍ରଦର୍ଶନକରି ବିଚାରପତିଙ୍କ ପ୍ରଶଂସା ଭାଜନ ହୋଇଥିଲେ।
ସେହିଭଳି ଏହି ପ୍ରତିଯୋଗିତାରେ ଦେଶର ପ୍ରମୁଖ ବୈଷୟିକ ଶିକ୍ଷାନୁଷ୍ଠାନରୁ ୮,୫୦୦ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲାବେଳେ ୧୦୦ଜଣ ଫାଇନାଲ ରାଉଣ୍ଡକୁ ଉନ୍ନୀତ ହୋଇଥିଲେ। ଏପରିକି ବିଜୟୀ ଦଳକୁ ପୁରସ୍କାର ସ୍ବରୂପ ୧ ଲକ୍ଷ ଟଙ୍କାର ଚେକ୍‌ ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଅପରପକ୍ଷରେ ଛାତ୍ରୀଛାତ୍ରୀଙ୍କ ଏଭଳି ଗୌରବପୂର୍ଣ୍ଣ କୃତିତ୍ୱ ପାଇଁ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ଡ.ପ୍ରମୋଦ ଚନ୍ଦ୍ର ରଥ, କୁଳପତି ପ୍ରଫେସର ଡ.ପ୍ରକାଶ କୁମାର ହୋତା, ରେଜିଷ୍ଟ୍ରାର ଡ. ଭକ୍ତଚରଣ ପ୍ରଧାନ, ପ୍ରଶାସନିକ ନିର୍ଦ୍ଦେଶକ ବଳରାମ କର, ବରିଷ୍ଠ ନିର୍ଦ୍ଦେଶକ ପ୍ରଦୀପ୍ତ ଚନ୍ଦ୍ର ରଥ, ସହ ଅଧ୍ୟକ୍ଷ ଇଂ ଦୁର୍ଗାପ୍ରସାଦ ରଥ, ନିର୍ଦ୍ଦେଶିକା ଚିନ୍ମୟୀ ରଥ, ଡିନ୍‌ ଡ.ନୟନ ରଞ୍ଜନ ସାମଲ, ଇଏନ୍‌ଟିସି ବିଭାଗର ମୁଖ୍ୟ ପ୍ରଫେସର ଡ. ଜୀବନାନନ୍ଦ ମେହେନା ଏବଂ ବିଭାଗର ଅଧ୍ୟାପକ, ଅଧ୍ୟାପିକା ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri