ଯାତ୍ରୀବାହୀ ଡଙ୍ଗାକୁ ବିପଦ ଡ୍ରେଜିଂ ଭେସଲର: ପଦକ୍ଷେପ ନେବାକୁ ଦାବିକଲେ ଅଞ୍ଚଳବାସୀ

ମହାକାଳପଡ଼ା, ୨୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀ-ବାହାକୁଦ-ମୂଷାଡ଼ିଆ ଫେରିଘାଟରେ ଯାତ୍ରୀବାହୀ ଡଙ୍ଗା ଚଳାଚଳକୁ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏକ ସପ୍ତାହଧରି ଦକ୍ଷିଣ ଦିଗରୁ ପ୍ରବଳ ପବନ ବହିବା ଯୋଗୁ ସାମୁଦ୍ରିକ ଜୁଆର ଭଟ୍ଟାରେ ଯାତ୍ରୀବାହୀ ଡଙ୍ଗା ଚଳାଚଳରେ ସମସ୍ୟା ଦେଖାଯାଇଛି। ମହାନଦୀ ମଝିରେ ପାରାଦୀପର ଏକ ପ୍ରମୁଖ ଶିଳ୍ପ କାରଖାନାର ଡ୍ରେଜିଂ ଭେସଲର୍‌ ଦୀର୍ଘମାସ ଧରି ଲଙ୍ଗର ପକାଇ ରହିଛି। ଏହି ବିଶାଳ ଭେସଲର୍‌ ବାଲି ଡ୍ରେଜିଂ ପାଇଁ ରହିଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏହି ୧ କିମି ଦୂର ବୁଲି ଡଙ୍ଗା ଯାଉଥିବାରୁ କୌଣସି କାରଣରୁ ବଡ଼ଧରଣର ଦୁର୍ଘଟଣା ଆଶଙ୍କା ରହିଛି ବୋଲି ଡଙ୍ଗାରେ ଯାତାୟାତ କରୁଥିବା ଲକ୍ଷ୍ମଣ ଦାସ, ଭବସିନ୍ଧୁ ମଣ୍ଡଳ, କାଳିନ୍ଦୀ ଦାସ, ହରେନ୍‌ ମଣ୍ଡଳ ପ୍ରମୁଖ କହିଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ଏହି ଭେସଲର୍‌କୁ ମହାନଦୀ ଅନ୍ୟ ଶିଳ୍ପ ପ୍ଲାଣ୍ଟ ପାର୍ଶ୍ୱକୂଳକୁ ନେବା ପାଇଁ ସେମାନେ ଦାବି କରିଛନ୍ତି। ସୋମବାର ଅପରାହ୍ନରେ ଏକ ଯାତ୍ରୀବାହୀ ଡଙ୍ଗା ବାହାକୁଦ ଘାଟକୂଳରୁ ପାରାଦୀପ ପାର୍ଶ୍ୱକୁ ମହାନଦୀରେ ଯାଉଥିବା ବେଳେ ହଠାତ୍‌ ପ୍ରବଳ ପବନ ବହିବା ଯୋଗୁ ବାଙ୍କ ବୁଲାଇବା ବେଳେ ନିଶ୍ଚିତ ଏକ ଅଘଟଣରୁ ବର୍ତ୍ତିଯାଇଥିବା ଦେଖିବାକୁ ମିଳିଥିଲା। ଏ ସଂକ୍ରାନ୍ତରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର୍‌. ଆୟରଙ୍କୁ ପଚାରିବାରେ ଘଟଣାସ୍ଥଳ ତଦାରଖ କରିବା ପରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍‌ ମାଡ଼ କଲା ୟୁକ୍ରେନ

ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍‌ ବଡ଼ଧରଣର ଡ୍ରୋନ୍‌ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍‌ ଉଡ଼ିଥିଲା।…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?