ଟୋକିଓ, ୩୦।୭-
ଆମେରିକାର କାଏଲେବ ଡ୍ରେସେଲ ଅଲିମ୍ପିକ୍ ରେକର୍ଡ ଭାଙ୍ଗିବା ସହ ପୁରୁଷ ୧୦୦ ମିଟର ଫ୍ରିଷ୍ଟାଇଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ୪୭.୦୨ ସେକେଣ୍ଡ ସମୟ ନେଇ ସ୍ବର୍ଣ୍ଣିମ ସଫଳତା ପାଇଥିଲେ। ପ୍ରତିଦ୍ୱନ୍ଦ୍ୱିତା ତୀବ୍ର ସଂଘର୍ଷପୂର୍ଣ୍ଣ ହୋଇଥିଲା। ଅଷ୍ଟ୍ରେଲିଆର କାଏଲ କାମର୍ସ ମାତ୍ର ୦.୬ ସେକେଣ୍ଡ ସମୟ ଅଧିକ ନେଇ ରୌପ୍ୟ ପଦକରେ ସନ୍ତୁଷ୍ଟ ହୋଇଥିଲେ। ବ୍ରୋଞ୍ଜ ପଦକ ପାଇଥିଲେ ରୁଷିଆର କ୍ଲିମେଣ୍ଟ କୋଲେସ୍ନିକୋଭ। ଚଳିତ ଅଲିମ୍ପିକ୍ସରେ ଡ୍ରେସେଲଙ୍କର ଏହା ହେଉଛି ଦ୍ୱିତୀୟ ସ୍ବର୍ଣ୍ଣ ପଦକ। ପୂର୍ବରୁ ସେ ୪X୧୦୦ ମିଟର ରିଲେ ରେସ୍ରେ ସ୍ବର୍ଣ୍ଣ ପଦକ ପାଇଥିବା ଆମେରିକାର ଦଳର ସଦସ୍ୟ ଥିଲେ। ଡ୍ରେସେଲ ଆହୁରି ୪ଟି ଇଭେଣ୍ଟ ପାଇଁ ପଦକ ଦାବିଦାର ଅଛନ୍ତି। ସେ ଆଗକୁ ୧୦୦ ମିଟର ଓ ୫୦ ମିଟର ବଟରଫ୍ଲାଏ ଏବଂ ମିଡ୍ଲେ ଓ ମିକ୍ସଡ ମିଡ୍ଲେ ରିଲେରେ ଅଂଶଗ୍ରହଣ କରିବେ। ତେଣୁ ସେ ଚଳିତ ଅଲିମ୍ପିକ୍ସ ସନ୍ତରଣ ଇଭେଣ୍ଟର ବ୍ୟକ୍ତିଗତ ବିଭାଗରେ ସବୁଠାରୁ ସଫଳ ବକ୍ସର ହେବା ସମ୍ଭାବନା ରହିଛି। ଅଲିମ୍ପିକ୍ ଇତିହାସରେ ମାତ୍ର ୨ ସନ୍ତରଣକାରୀ କୌଣସି ଗୋଟିଏ ଗେମ୍ସରେ ୬ରୁ ଅଧିକ ପାଇଛନ୍ତି। ସେ ହେଉଛନ୍ତି ମାଇକେଲ ଫେଲପ୍ସ ଓ ମାର୍କ ସ୍ପିଜ୍। ୨୦୦୮ ବେଜିଂ ଅଲିମ୍ପିକ୍ସରେ ଫେଲପ୍ସ ୮ ଏବଂ ୧୯୭୨ ମ୍ୟୁନିଚ୍ ଅଲିମ୍ପିକ୍ସରେ ସ୍ପିଜ୍ ୭ ପଦକ ହାସଲ କରିଥିଲେ।
୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍
କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍ ‘ବି’ର ଏକ ମ୍ୟାଚ୍ରେ ଭାରତ ୧୭-୧ ଗୋଲ୍ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…
IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…
ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍…
ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର
ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…
ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…
ବଡ଼ ଭୁଲ୍ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…
ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…
ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ
ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…
‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ
ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…
ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ
ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

