ମ୍ୟାନ୍‌କାଇଣ୍ଡ ଫାର୍ମା ପକ୍ଷରୁ ଡିଆର୍‌ଏଚ୍‌ପି ଦାଖଲ

ନୂଆଦିଲ୍ଲୀ,୨୨।୯: ଦେଶର ପ୍ରମୁଖ ଔଷଧ କମ୍ପାନୀ ମ୍ୟାନ୍‌କାଇଣ୍ଡ ଫାର୍ମା ଲିମିଟେଡ୍‌ ପକ୍ଷରୁ ବୁଧବାର ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ ଡ୍ରାଫ୍‌ଟ ରେଡ୍‌ ହେରିଂ ପ୍ରସ୍‌ପେକ୍ଟସ୍‌ (ଡିଆର୍‌ଏଚ୍‌ପି) ଦାଖଲ କରାଯାଇଛି। ଏପରିକି କମ୍ପାନୀ ତା’ର ଇନିସିଆଲ୍‌ ପବ୍ଲିକ୍‌ ଅଫର (ଆଇପିଓ)ରେ ୧ଟଙ୍କିଆ ଫେସ୍‌ ଭାଲ୍ୟୁ ଥିବା ୪୦,୦୫୮,୮୮୪ ଇକ୍ୱିଟି ଶେୟାରକୁ ବିକ୍ରି ପାଇଁ ଉପଲବ୍ଧ କରାଇବ।

ଏଥିରେ ପ୍ରତିଷ୍ଠାତା ଓ ପୁରୁଣା ନିବେଶକମାନଙ୍କ ଶେୟାର ମଧ୍ୟ ସାମିଲ ରହିଛି। ସେହିଭଳି କମ୍ପାନୀ ବିଭିନ୍ନ ପ୍ରକାର ଔଷଧୀୟ ସାମଗ୍ରୀର ବିକାଶ, ଉପତ୍ାଦନ ଓ ମାର୍କେଟିଂ କାର୍ଯ୍ୟରେ ନିୟୋଜିତ ଥିବା ବେଳେ ବିଭିନ୍ନ ଉପଭୋକ୍ତା ସ୍ବାସ୍ଥ୍ୟସେବା ଉପତ୍ାଦ ମଧ୍ୟ ବିକ୍ରି କରୁଛି। ଏହି ଅଫର୍‌ ଫର୍‌ ସେଲ୍‌ରେ ଉପଲବ୍ଧ ହେବାକୁ ଥିବା ଶେୟାରଗୁଡ଼ିକ ମଧ୍ୟରେ ରମେଶ ଜୁନେଜାଙ୍କ ୩,୭୦୫,୪୪୩ ଇକ୍ୱିଟି ଶେୟାର, ରାଜୀବ ଜୁନେଜାଙ୍କ ୩,୫୦୫,୧୪୯ ଇକ୍ୱିଟି ଶେୟାର, ଶୀତଲ ଅରୋରାଙ୍କ ୨,୮୦୪,୧୧୯ ଇକ୍ୱିଟି ଶେୟାର, କେର୍ଣ୍ଣହିଲ୍‌ ସିଆଇପିଇଏଫ୍‌ ଲିମିଟେଡ୍‌ର ୧୭,୪୦୫,୫୫୯ ଇକ୍ୱିଟି ଶେୟାର, କେର୍ଣ୍ଣହିଲ୍‌ ସିଜିପିଇ ଲିମିଟେଡ୍‌ର ୨,୬୨୩,୮୬୩ ଇକ୍ୱିଟି ଶେୟାର, ବିଜ୍‌ ଲିମିଟେଡ୍‌ର ୯,୯୬୪,୭୧୧ ଇକ୍ୱିଟି ଶେୟାର ଓ ଲିଙ୍କ୍‌ ଇନ୍‌ଭେଷ୍ଟମେଣ୍ଟ ଟ୍ରଷ୍ଟ୍‌ର ୫୦,୦୦୦ ଇକ୍ୱିଟି ଶେୟାର ଅନ୍ତର୍ଭୁକ୍ତ ରହିଛି।

ସେହିପରି କମ୍ପାନୀ ସ୍ଥାନୀୟ ବଜାର ଉପରେ ଗୁରୁତ୍ୱାରୋପ କରୁଥିବାରୁ ଚଳିତ ଆର୍ଥିକ ବର୍ଷରେ ଏହାର ମୋଟ ରାଜସ୍ବର ୯୭.୬୦% ଭାରତର ଭାଗ ରହିଛି। ଏହି ଇସ୍ୟୁର ବୁକ୍‌ ରନିଂ ଲିଡ୍‌ ମ୍ୟାନେଜରମାନେ ହେଉଛନ୍ତି କୋଟାକ୍‌ ମହିନ୍ଦ୍ରା କ୍ୟାପିଟାଲ କମ୍ପାନୀ ଲିମିଟେଡ୍‌, ଆକ୍ସିସ୍‌ କ୍ୟାପିଟାଲ ଲିମିଟେଡ୍‌, ଆଇଆଇଏଫ୍‌ଏଲ୍‌ ସିକ୍ୟୁରିଟିଜ୍‌ ଲିମିଟେଡ୍‌, ଜେଫେରିଜ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ଏବଂ ଜେପି ମୋର୍ଗାନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ଇତ୍ୟାଦି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?