ଭୁବନେଶ୍ୱର ,୩୦।୧୨: ସୋଲାର ପିଭି ମଡ୍ୟୁଲ୍ର ସର୍ବବୃହତ୍ ନିର୍ମାତା ୱାରେ ଏନର୍ଜିସ୍ ଲିମିଟେଡ୍ (ଡବ୍ଲ୍ୟୁଇଏଲ୍) ପକ୍ଷରୁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ ଡ୍ରାଫ୍ଟ ରେଡ୍ ହେରିଂ ପ୍ରୋସପେକ୍ଟସ (ଡିଆର୍ଏଚ୍ପି) ଦାଖଲ କରାଯାଇଛି। ଏପରିକି କମ୍ପାନୀ ଇନିସିଆଲ୍ ପବ୍ଲିକ୍ ଅଫର (ଆଇପିଓ) ଜରିଆରେ ୩,୦୦୦ କୋଟି ଟଙ୍କାର ନୂଆ ଇକ୍ୱିଟି ଶେୟାର ଜାରି କରିବାକୁ ଥିବା ବେଳେ ଅଫର ଫର ସେଲ୍ରେ ୩,୨୦୦,୦୦୦ ଇକ୍ୱିଟି ଶେୟାର ବିକ୍ରି କରାଯିବ। ଏହି ଅଫର ଫର ସେଲ୍ରେ ୱାରେ ସଷ୍ଟେନେବଲ୍ ଫାଇନାନ୍ସ ପ୍ରାଇଭେଟ୍ ଲିମିଟେଡ୍ (ପୂର୍ବରୁ ମହାବୀର ଥର୍ମୋଇକ୍ୱିପ୍ ପ୍ରାଇଭେଟ୍ ଲିମିଟେଡ୍ ନାମରେ ଜଣାଶୁଣା) ଦ୍ୱାରା ୨,୭୦୦,୦୦୦ ଇକ୍ୱିଟି ଶେୟାର, ଚାନ୍ଦୁରକର ଇନ୍ଭେଷ୍ଟମେଣ୍ଟ୍ସ୍ ପ୍ରାଇଭେଟ୍ ଲିମିଟେଡ୍ ଦ୍ୱାରା ୪,୫୦,୦୦୦ ଇକ୍ୱିଟି ଶେୟାର ଏବଂ ସମୀର ସୁରେନ୍ଦ୍ର ଶାହାଙ୍କ ଦ୍ୱାରା ୫୦,୦୦୦ ଇକ୍ୱିଟି ଶେୟାର ରହିଛି। ଓଡ଼ିଶାରେ ୬ଗିଗାୱାଟ୍ ଇନ୍ଗଟ୍ ୱେଫର, ସୋଲାର ସେଲ୍ ଏବଂ ସୋଲାର ପିଭି ମଡ୍ୟୁଲ୍ ଉତ୍ପାଦନ କାରଖାନା ପ୍ରତିଷ୍ଠା ପାଇଁ ଓ ଅବଶିଷ୍ଟ ରାଶିକୁ ସାଧାରଣ କର୍ପୋରେଟ୍ କାର୍ଯ୍ୟରେ ବ୍ୟବହାର କରିବାକୁ କମ୍ପାନୀ ପ୍ରସ୍ତାବ ରଖିଛି।
ଏହି ଇସ୍ୟୁର ବୁକ୍ ରନିଂ ଲିଡ୍ ମ୍ୟାନେଜର ହେଉଛନ୍ତି, ଆକ୍ସିସ କ୍ୟାପିଟାଲ ଲିମିଟେଡ୍, ଆଇଆଇଏଫଏଲ ସିକ୍ୟୁରିଟିଜ୍ ଲିମିଟେଡ୍, ଜେଫରିଜ୍ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍, ନୋମୁରା ଫାଇନାନ୍ସିଆଲ୍ ଆଡଭାଇଜରି ଆଣ୍ଡ ସିକ୍ୟୁରିଟିଜ୍ (ଇଣ୍ଡିଆ) ପ୍ରାଇଭେଟ୍ ଲିମିଟେଡ୍, ଏସ୍ବିଆଇ କ୍ୟାପିଟାଲ୍ ମାର୍କେଟ୍ସ୍ ଲିମିଟେଡ୍, ଇନଟେନ୍ସିଭ୍ ଫାଇନାନ୍ସିଆଲ୍ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ ଏବଂ ଆଇଟିଆଇ କ୍ୟାପିଟାଲ ଲିମିଟେଡ୍।
ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ
ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍
ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍ ଟ୍ରେନ୍ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....
ଯୁବକଙ୍କୁ ଚାପିଦେଲା ଟ୍ରକ୍: ଆଉ ତା’ପରେ…
କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍ ଧକ୍କାରେ ଜଣେ...
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ
ବ୍ୟାଙ୍କକ୍,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...
ଟି୨୦ରେ ହରମନପ୍ରୀତ୍ଙ୍କ ବିଶ୍ୱ ରେକର୍ଡ
ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...
ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ
ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...
Archives


