ଭୁବନେଶ୍ୱର ,୩୦।୧୨: ସୋଲାର ପିଭି ମଡ୍ୟୁଲ୍ର ସର୍ବବୃହତ୍ ନିର୍ମାତା ୱାରେ ଏନର୍ଜିସ୍ ଲିମିଟେଡ୍ (ଡବ୍ଲ୍ୟୁଇଏଲ୍) ପକ୍ଷରୁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ ଡ୍ରାଫ୍ଟ ରେଡ୍ ହେରିଂ ପ୍ରୋସପେକ୍ଟସ (ଡିଆର୍ଏଚ୍ପି) ଦାଖଲ କରାଯାଇଛି। ଏପରିକି କମ୍ପାନୀ ଇନିସିଆଲ୍ ପବ୍ଲିକ୍ ଅଫର (ଆଇପିଓ) ଜରିଆରେ ୩,୦୦୦ କୋଟି ଟଙ୍କାର ନୂଆ ଇକ୍ୱିଟି ଶେୟାର ଜାରି କରିବାକୁ ଥିବା ବେଳେ ଅଫର ଫର ସେଲ୍ରେ ୩,୨୦୦,୦୦୦ ଇକ୍ୱିଟି ଶେୟାର ବିକ୍ରି କରାଯିବ। ଏହି ଅଫର ଫର ସେଲ୍ରେ ୱାରେ ସଷ୍ଟେନେବଲ୍ ଫାଇନାନ୍ସ ପ୍ରାଇଭେଟ୍ ଲିମିଟେଡ୍ (ପୂର୍ବରୁ ମହାବୀର ଥର୍ମୋଇକ୍ୱିପ୍ ପ୍ରାଇଭେଟ୍ ଲିମିଟେଡ୍ ନାମରେ ଜଣାଶୁଣା) ଦ୍ୱାରା ୨,୭୦୦,୦୦୦ ଇକ୍ୱିଟି ଶେୟାର, ଚାନ୍ଦୁରକର ଇନ୍ଭେଷ୍ଟମେଣ୍ଟ୍ସ୍ ପ୍ରାଇଭେଟ୍ ଲିମିଟେଡ୍ ଦ୍ୱାରା ୪,୫୦,୦୦୦ ଇକ୍ୱିଟି ଶେୟାର ଏବଂ ସମୀର ସୁରେନ୍ଦ୍ର ଶାହାଙ୍କ ଦ୍ୱାରା ୫୦,୦୦୦ ଇକ୍ୱିଟି ଶେୟାର ରହିଛି। ଓଡ଼ିଶାରେ ୬ଗିଗାୱାଟ୍ ଇନ୍ଗଟ୍ ୱେଫର, ସୋଲାର ସେଲ୍ ଏବଂ ସୋଲାର ପିଭି ମଡ୍ୟୁଲ୍ ଉତ୍ପାଦନ କାରଖାନା ପ୍ରତିଷ୍ଠା ପାଇଁ ଓ ଅବଶିଷ୍ଟ ରାଶିକୁ ସାଧାରଣ କର୍ପୋରେଟ୍ କାର୍ଯ୍ୟରେ ବ୍ୟବହାର କରିବାକୁ କମ୍ପାନୀ ପ୍ରସ୍ତାବ ରଖିଛି।
ଏହି ଇସ୍ୟୁର ବୁକ୍ ରନିଂ ଲିଡ୍ ମ୍ୟାନେଜର ହେଉଛନ୍ତି, ଆକ୍ସିସ କ୍ୟାପିଟାଲ ଲିମିଟେଡ୍, ଆଇଆଇଏଫଏଲ ସିକ୍ୟୁରିଟିଜ୍ ଲିମିଟେଡ୍, ଜେଫରିଜ୍ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍, ନୋମୁରା ଫାଇନାନ୍ସିଆଲ୍ ଆଡଭାଇଜରି ଆଣ୍ଡ ସିକ୍ୟୁରିଟିଜ୍ (ଇଣ୍ଡିଆ) ପ୍ରାଇଭେଟ୍ ଲିମିଟେଡ୍, ଏସ୍ବିଆଇ କ୍ୟାପିଟାଲ୍ ମାର୍କେଟ୍ସ୍ ଲିମିଟେଡ୍, ଇନଟେନ୍ସିଭ୍ ଫାଇନାନ୍ସିଆଲ୍ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ ଏବଂ ଆଇଟିଆଇ କ୍ୟାପିଟାଲ ଲିମିଟେଡ୍।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

