୩୫୧ ବିରଳ କଇଁଛ ଉଦ୍ଧାର କଲା ଡିଆର୍‌ଆଇ

ଭୁବନେଶ୍ୱର,୪।୩(ସତ୍ୟଜିତ୍‌ ରାଉତ):ଓଡ଼ିଶା ଦେଇ କଇଁଛ ଚୋରା ଚାଲାଣ ଚାଲିଛି। ଖବର ପାଇବା ପରେ ଅର୍ଥ ମନ୍ତ୍ରଣାଳୟ ଅଧୀନ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ (ଡିଆର୍‌ଆଇ)ର ଏକ ଟିମ୍‌ କଟକ ମଙ୍ଗୁଳି ଟୋଲ୍‌ ପ୍ଲାଜା ନିକଟରେ ଶନିବାର ଚଢ଼ାଉ କରି ଏକ ଟାଟା ଟିଆଗୋ କାର୍‌ରୁ ୩୫୧ଟି ବିରଳ ପ୍ରଜାତିର କଇଁଛ ଉଦ୍ଧାର କରିଛି। ଉକ୍ତ କାର୍‌କୁ ଜବତ କରାଯିବା ସହ ୩ଜଣ ଅଭିଯୁକ୍ତଙ୍କୁ ଡିଆର୍‌ଆଇ ପକ୍ଷରୁ ଗିରଫ କରାଯାଇଛି। ଇଣ୍ଡିଆନ୍‌ ଟେଣ୍ଟ୍‌ ଟର୍ଟଲ୍‌ (ପଙ୍ଗ୍‌ସୁରା ଟେଣ୍ଟୋରିଆ) ପ୍ରଜାତିର ଏହି କଇଁଛକୁ ପଶ୍ଚିମବଙ୍ଗରୁ କର୍ନାଟକ ଚୋରାଚାଲାଣ କରାଯାଉଥିଲା। ଏହା ସିଡ୍ୟୁଲ-୧ ଅନ୍ତର୍ଭୁକ୍ତ ହୋଇଥିବାରୁ ୱାଇଲ୍ଡ ଲାଇଫ୍‌ (ପ୍ରୋଟେକ୍ସନ୍‌) ଆକ୍ଟ ୧୯୭୨ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଗିରଫ ପରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ରବିବାର ଡିଆର୍‌ଆଇ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଉଦ୍ଧାର କଇଁଛଗୁଡିକୁ ଡିଆର୍‌ଆଇ ଟିମ୍‌ ପକ୍ଷରୁ ଓଡ଼ିଶା ବନବିଭାଗକୁ ହସ୍ତାନ୍ତର କରାଯାଇଛି।
ପଶ୍ଚିମବଙ୍ଗରୁ କଇଁଛଗୁଡିକୁ ସଂଗ୍ରହ କରାଯାଇ ଏକ କାର୍‌ରେ ୧୬ ନଂ. ଜାତୀୟ ରାଜପଥ ଦେଇ ଚାଲାଣ ହେଉଥିବା ନେଇ ଡିଆର୍‌ଆଇ ଟିମ୍‌ ଖବର ପାଇଥିଲା। ପୂର୍ବପ୍ରସ୍ତୁତି ଅନୁଯାୟୀ ମଙ୍ଗୁଳି ଟୋଲ୍‌ ପ୍ଲାଜା ନିକଟରେ ଡିଆର୍‌ଆଇ ଅଧିକାରୀମାନେ ଉକ୍ତ କାର୍‌କୁ ଅଟକାଇ ଯାଞ୍ଚ କରି କଇଁଛଗୁଡିକୁ ଜବତ କରିବା ସହ ଅଭିଯୁକ୍ତମାନଙ୍କୁ କାବୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri