ତୈଳ ଉତ୍ତୋଳନ ପାଇଁ ପୋଖରୀ ଖନନ

ଗୋପ,୧୯ା୯(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକର ଦୁଇଟି ପଞ୍ଚାୟତରେ ପେଟ୍ରୋଲ, ଡିଜେଲ ଉତ୍ତୋଳନକୁ ନେଇ ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ ପ୍ରଥମ ପର୍ଯାୟ କାର୍ଯ୍ୟ ଆରମ୍ଭ ହୋଇଛି। ଗୋପ ପଞ୍ଚାୟତର କୁଶୁପୁରୁ ନିକଟରେ ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ ଚାଷୀଙ୍କଠାରୁ ଅଧିଗ୍ରହଣ ହୋଇଥିବା ୮ଏକର ଜମିରେ ଏହି କାର୍ଯ୍ୟ ଆରମ୍ଭ କରାଯାଇଛି। ପ୍ରଥମେ ୩ଟି ଅସ୍ଥାୟୀ ପୋଖରୀ ଓ ରାସ୍ତା ନିର୍ମାଣ କରାଯାଇଛି। ସୂଚନାଥାଉ କି, ୨୦୨୦ ମସିହାରେ ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ ଗୋପ ବ୍ଲକର ବିଭିନ୍ନ ପଞ୍ଚାୟତର କେତେକ ଚାଷ ଜମିରେ ବୋରିଙ୍ଗ କାର୍ଯ୍ୟ କରାଯିବା ପରେ ଗୋପ ପଞ୍ଚାୟତର କୁଶୁପୁରୁ, ମହଲପଡା ପଞ୍ଚାୟତର ଚିତ୍ରା ଗ୍ରାମ ନିକଟରେ ପ୍ରାକୃତିକ ଗ୍ୟାସ ସହିତ ପେଟ୍ରୋଲ, ଡିଜେଲର ସନ୍ଧାନ ମିଳିବା ପରେ କମ୍ପାନୀ ପକ୍ଷରୁ ଉଦ୍ୟମ ଆରମ୍ଭ କରାଯାଇଥିଲା। ପରବର୍ତ୍ତୀ ସମୟରେ ସାଟେଲାଇଟ ସର୍ଭେ ଓ ପରୀକ୍ଷା କରାଯିବା ସହ ଉକ୍ତ ଅଞ୍ଚଳରେ ଥିବା ଚାଷଜମି ମାଲିକଙ୍କ ସହ ଆଲୋଚନା କରାଯାଇଥିଲା। କମ୍ପାନୀ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକ୍ରମେ କୁଶୁପୁରୁ ଠାରେ ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ ୮ ଏକର ଚିହ୍ନଟ ଜମି ମାଲିକଙ୍କୁ ଡକାଯାଇ ୩ ବର୍ଷ ପାଇଁ ୩୭ଜଣ ଚାଷୀଙ୍କୁ ୯୭ ଲକ୍ଷ ଟଙ୍କା ଚେକ୍‌ ମାଧ୍ୟମରେ ଏଗ୍ରିମେଣ୍ଟ ଚୁକ୍ତି ଅନୁସାରେ ଦିଆଯାଇଥିଲା। ହେଲେ ଚିତ୍ରା ଗ୍ରାମରେ ଚିହ୍ନଟ ଜମିକୁ ପରେ କମ୍ପାନୀ କର୍ତ୍ତୃପକ୍ଷ ଚୁକ୍ତିନାମା ଅନୁଯାୟୀ ନେବେ ବୋଲି ଜଣାପଡିଥିବା ବେଳେ ଏ ପର୍ଯ୍ୟନ୍ତ ନିଆଯାଇ ନାହିଁ। ଅନ୍ୟପକ୍ଷରେ ଏ ସମ୍ପର୍କରେ ଅଏଲ ଇଣ୍ତିଆ କମ୍ପାନୀ କର୍ତ୍ତୃପକ୍ଷ ବି.ଏନ୍‌. ସାହୁ କୁହନ୍ତି, ଚାଷୀଙ୍କ ଠାରୁ ଜମି ନିଆଯିବା ପରେ ପ୍ରାଥମିକ ପର୍ଯ୍ୟାୟରେ କାର୍ଯ୍ୟ କେବଳ ଆରମ୍ଭ ହୋଇଛି। କିଛି ଦିନ ପରେ ସମସ୍ତ କାର୍ଯ୍ୟ ପର୍ଯ୍ୟାୟକ୍ରମେ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri