Posted inଜାତୀୟ

‘ଗୋମୂତ୍ର ପିଅନ୍ତୁ ଭାଜପା ଏମ୍‌ପି’

ନୂଆଦିଲ୍ଲୀ,୪ା୨:ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ମହୁଆ ମୋଇତ୍ର ଗୁରୁବାର ପାର୍ଲାମେଣ୍ଟର ଭାଜପା ସଦସ୍ୟମାନଙ୍କୁ ଗୋମୂତ୍ର ପିଇବାକୁ ପରାମର୍ଶ ଦେଇଛନ୍ତି। ପଶ୍ଚିମବଙ୍ଗର କ୍ରିଷ୍ଣାନଗର ଆସନରୁ ଲୋକ ସଭାରେ ପ୍ରତିନିଧିତ୍ୱ କରୁଥିବା ମହୁଆ ଟୁଇଟ୍‌ କରିଥିଲେ, ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବକୁ ନେଇ ସନ୍ଧ୍ୟାରେ ଗୃହରେ ବକ୍ତବ୍ୟ ରଖିବାର ଅଛି। ଏହା ପୂର୍ବରୁ ଭାଜପାକୁ ପରାମର୍ଶ ଯେ, ଦଳ ହ୍ୟାକେଲର୍‌ (ବାରମ୍ବାର କଥା କାଟୁଥିବା) ଟିମ୍‌କୁ ପ୍ରସ୍ତୁତ ରଖୁ। ସେମାନେ ଗୋମୂତ୍ର ଡୋଜ୍‌ ପିଇ ଆସନ୍ତୁ ବୋଲି ମହୁଆ ମାଇକ୍ରୋବ୍ଲଗିଂ ସାଇଟ୍‌ରେ ଲେଖିଥିଲେ। ପ୍ରକାଶ ଯେ, ଗାଈକୁ ଭାଜପା ମାତା କହୁଥିବାବେଳେ ଗୋବଂଶର ସୁରକ୍ଷା ଏହାର ପ୍ରାଥମିକ ଏଜେଣ୍ଡାରେ ରହିଥାଏ। ତେଣୁ ନିଜ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘେରୁଥିବା ଟିଏମ୍‌ସି ସଦସ୍ୟା ବକ୍ତବ୍ୟ ଦେବାବେଳେ ଭାଜପା ଏମ୍‌ପିମାନେ ତାଙ୍କୁ ଯେପରି ହ୍ୟାକେଲିଂ ନ କରିବେ ସେଥିଲାଗି ସେ ଟୁଇଟ୍‌ କରି ସତର୍କ କରାଇଦେଇଥିଲେ।
ପରେ ଲୋକ ସଭାରେ ବକ୍ତବ୍ୟ ରଖି ମହୁଆ କହିଥିଲେ, ମୋଦି ସରକାର ଦେଶର ଇତିହାସ ବଦଳାଇବାକୁ ଚାହାନ୍ତି। ସେମାନେ ଭବିଷ୍ୟତକୁ ଭୟ ଏବଂ ବର୍ତ୍ତମାନକୁ ଅବିଶ୍ୱାସ କରୁଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଜ ଅଭିଭାଷଣରେ ଭାରତର ଅଧିକାରକୁ ସୁରକ୍ଷିତ ରଖିଥିବା ସ୍ବାଧୀନତା ସଂଗ୍ରାମୀମାନଙ୍କ ସମ୍ପର୍କରେ କହିଥିଲେ। କିନ୍ତୁ ଏହା କେବଳ ଏକ ଜୁମ୍‌ଲା। ୮୦ ବନାମ ୨୦ ସରକାରଙ୍କ ଲଢ଼େଇ ଆମ ଗଣତନ୍ତ୍ରକୁ ଧ୍ୱସ୍ତବିଧ୍ୱସ୍ତ କରିବାକୁ ବସିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

୩୦ ଦିନ ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟି ଦେଲା ବଡ଼ ପରାମର୍ଶ

ନୂଆଦିଲ୍ଲୀ,୧୨।୭: ବିରୋଧୀ ଦଳଗୁଡ଼ିକ ଦ୍ୱାରା ଉଠାଯାଇଥିବା ଚିନ୍ତା ମଧ୍ୟରେ, ସଂସଦୀୟ କମିଟି ଏକ ସୁପାରିଶ କରିଛି । ଯେ ଯଦି କୌଣସି ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀଙ୍କୁ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri