୧୯ ସହରରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ପ୍ରକଳ୍ପ

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୧୯ ସହରରେ ୨୪ ଘଣ୍ଟିଆ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ସେହି ସହରଗୁଡ଼ିକ ହେଲା ଭୁବନେଶ୍ବର, କଟକ, ନିମାପଡ଼ା, ବ୍ରହ୍ମପୁର, ଗୋପାଳପୁର, ରାଉରକେଲା, ସୁନ୍ଦରଗଡ଼, ବୀରମିତ୍ରପୁର, ରାଜଗାଙ୍ଗପୁର, କେନ୍ଦୁଝର, ଯୋଡ଼ା, ବଡ଼ବିଲ, ଚମ୍ପୁଆ, ଆନନ୍ଦପୁର, ବାରିପଦା, ରାଇରଙ୍ଗପୁର, ଉଦଳା, କରଞ୍ଜିଆ ଓ ବ୍ୟାସନଗର। ଏହିସବୁ ସହରଗୁଡ଼ିକର ୫.୫ ଲକ୍ଷ ଲୋକ ଉପକୃତ ହେବେ। ଏହା ପୂର୍ବରୁ ୫-ଟି ଉପକ୍ରମରେ ପୁରୀରେ ସବୁ ଲୋକଙ୍କୁ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ସୁବିଧା ମିଳିଥିଲା। ଗୋପାଳପୁରରେ ମଧ୍ୟ ରାଜ୍ୟର ଦ୍ବିତୀୟ ସହର ଭାବରେ ଶତ ପ୍ରତିଶତ ଲୋକଙ୍କୁ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ବ୍ୟବସ୍ଥାର ସୁବିଧା ପ୍ରଦାନ କରାଯାଇଛି। ଏହାବ୍ୟତୀତ ଖୋର୍ଦ୍ଧା, ଜଟଣୀ ଓ ହିଞ୍ଜିଳିକାଟୁ ସହର ପାଇଁ ମୁଖ୍ୟମନ୍ତ୍ରୀ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ କାର୍ଯ୍ୟକ୍ରମର ଆରମ୍ଭ ଘୋଷଣା କରିଛନ୍ତି। ଏହାଦ୍ବାରା ଏହି ୩ଟି ସହରର ୧.୫୦ ଲକ୍ଷ ଲୋକ ଉପକାର ପାଇବେ ।

ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ପରିବାରକୁ ଭଲ ପିଇବା ପାଣି ଯୋଗାଇବା ମୋର ବହୁତ ଦିନର ସ୍ବପ୍ନ। ଏହା ସବୁବେଳେ ମୋ ସରକାରର ପ୍ରାଥମିକତା ହୋଇରହିଛି। ଜଳ ଆମ ସମସ୍ତଙ୍କ ପାଇଁ ଅମୂଲ୍ୟ। ଏହାକୁ ଉପଯୁକ୍ତ ଭାବେ ବ୍ୟବହାର କରିବା ଉଚିତ। ଗୋଟିଏ ବି ବୁନ୍ଦା ଜଳ ନଷ୍ଟ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଜଳ ହେଉଛି ଜୀବନ। ଜନସ୍ବାସ୍ଥ୍ୟ ଓ ଦୈନନ୍ଦିନ ଜୀବନର ସୁବିଧା ପାଇଁ ସ୍ବଚ୍ଛ ଜଳ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଏହି ସୁବିଧା ଜନସାଧାରଣଙ୍କ ଜୀବନଧାରଣ ମାନରେ ପ୍ରଭୂତ ଉନ୍ନତି ଆଣିବ। ବିଶ୍ବର ବଡ଼ ବଡ଼ ସହରର ବ୍ୟବସ୍ଥା ସହିତ ଓଡ଼ିଶାର ସହରଗୁଡ଼ିକ ମଧ୍ୟ ଯୋଡ଼ି ହୋଇଛନ୍ତି । ବ୍ୟୁରୋ ଅଫ୍‌ ଷ୍ଟାଣ୍ଡାଡର୍‌ସର ମାନ ଅନୁଯାୟୀ ଲୋକେ ଉତ୍ତମ ଓ ସ୍ବଚ୍ଛ ଜଳ ପାଇପାରୁଛନ୍ତି। ଏହି ସେବା ପାଇଁ ମୁଖ୍ୟମନ୍ତ୍ରୀ ଓ୍ବାଟ୍‌କୋକୁ ଧନ୍ୟବାଦ ଦେଇଛନ୍ତି।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ଼ ନେତୃତ୍ୱ ଯୋଗୁ ଓଡ଼ିଶାବାସୀ ଉନ୍ନତମାନର ସେବା ପାଇପାରୁଛନ୍ତି। ସ୍ବଚ୍ଛ ପାନୀୟ ଜଳ ଯୋଗାଣ ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ। ଓମ୍ବାଡସିର ଓଭରସାଇଟ୍‌ ଅଥରିଟି ଜଷ୍ଟିସ ଅନନ୍ତ ପଟ୍ଟନାୟକ କହିଛନ୍ତି, ସେ ମାଇନିଂ ଅଞ୍ଚଳକୁ ପ୍ରାୟତଃ ଗସ୍ତ କରନ୍ତି। ପାଣି ପାଇଁ ଲୋକଙ୍କ ଅସୁବିଧାକୁ ସେ ଅନୁଭବ କରିଛନ୍ତି। ଆଜି ସେ ଅଞ୍ଚଳଗୁଡ଼ିକରେ ପିଇବା ପାଣି କ୍ଷେତ୍ରରେ ଉଲ୍ଲେଖନୀୟ କାମ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଭୂମିକା ବାସ୍ତବରେ ପ୍ରଶଂସନୀୟ ବୋଲି ସେ କହିଛନ୍ତ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି. ମାଥିଭାଥନନ ସ୍ବାଗତ ଭାଷଣ ଦେଇଥିଲେ। ୱାଟ୍‌କୋର ସିଇଓ ପି.କେ. ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ବର ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ୧୯ଟି ସହରର ନେତୃବୃନ୍ଦ, ଅଧିକାରୀଗଣ ଓ ଜନସାଧାରଣ ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଡ଼ି ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?