୧୩ ସହରର ୧୪୯ ଓ୍ବାର୍ଡରେ ଆରମ୍ଭ ହେଲା ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌: ୧୨ ଲକ୍ଷ ୩୦ ହଜାର ଲୋକ ଉପକୃତ

ଭୁବନେଶ୍ୱର,୯ା୧୦(ଅସମାପିକା ସାହୁ): ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନର ୩ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଓଡ଼ିଶାର ୫ଟି ସହର ସମେତ ଅନ୍ୟ ୧୩ଟି ସହରର ୧୪୯ଟି ଓ୍ବାର୍ଡରେ ୨୪ ଘଣ୍ଟିଆ ଜଳ ଯୋଗାଣ ସୁବିଧାର ଶୁଭାରମ୍ଭ କରିଛନ୍ତି।

ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ କାର୍ଯ୍ୟକ୍ରମରେ ଜନସାଧାରଣ ଟ୍ୟାପ୍‌ରୁ ସିଧାସଳଖ ବିଶୁଦ୍ଧ ପିଇବା ପାଣି ପାଇପାରୁଛନ୍ତି। ଏଥିରେ ଟ୍ୟାପ୍‌ ପାଣିକୁ ଫିଲ୍ଟର କରିବାର ଆବଶ୍ୟକ ନାହିଁ।

ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଳ ଅମୂଲ୍ୟ। ପ୍ରତିଟି ଜଳବିନ୍ଦୁରେ ରହିଛି ଜୀବନ। ତେଣୁ ସମସ୍ତଙ୍କୁ ଭଲ ପିଇବା ପାଣି ଯୋଗାଇବା ଆମ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ ଯୋଜନାର ଲକ୍ଷ୍ୟ। ଓଡ଼ିଶା ଆଜି ରୂପାନ୍ତର ପଥରେ ସଫଳତା ସହ ଆଗେଇ ଚାଲିଛି। ୫-ଟି ଉପକ୍ରମ ପ୍ରୟୋଗରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ ଯୋଜନା ଆଜି ସାରା ଦେଶ ପାଇଁ ଓଡିଶା ଏକ ମଡେଲ ହୋଇଛି। ଆମ ଜଳସାଥୀ ମା’ମାନଙ୍କ ସଫଳତା ମଧ୍ୟ ଆଜି ଅନ୍ୟମାନଙ୍କ ପାଇଁ ମଡେଲ ହୋଇଛି। ପ୍ରେରଣାଦାୟୀ ସଫଳ କାହାଣୀ ହୋଇଛି।

ସୂଚନାଯୋଗ୍ୟ,ଆଜି ମୁଖ୍ୟମନ୍ତ୍ରୀ ୫ଟି ସହର ଯଥା ରାଇରଙ୍ଗପୁର, ଚମ୍ପୁଆ, ବୀରମିତ୍ରପୁର, ରାଜଗାଙ୍ଗପୁର ଓ ନିମାପଡ଼ାକୁ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ ସୁବିଧାର ଶୁଭାରମ୍ଭ କରିଛନ୍ତି। ଏସବୁ ସହରଗୁଡ଼ିକର ପ୍ରାୟ ୩୦ ହଜାର ପରିବାରର ୧.୮୦ ଲକ୍ଷ ଲୋକ ଏହା ଦ୍ୱାରା ଉପକୃତ ହେବେ ସେହିପରି ୧୩ଟି ପୌରାଞ୍ଚଳ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ରାଉରକେଲା, ସୁନ୍ଦରଗଡ, କେନ୍ଦୁଝର, ବ୍ୟାସନଗର, ଖୋର୍ଦ୍ଧା, ଜଟଣୀ, ଆନନ୍ଦପୁର, ଯୋଡ଼ା, ବଡ଼ବିଲ ଏବଂ ହିଞ୍ଜଳିକାଟୁର ୧୪୯ଟି ଓ୍ବାର୍ଡ ପାଇଁ ଏହି ସୁବିଧା ଆରମ୍ଭ କରାଯାଇଛି। ଏସବ ଓ୍ବାର୍ଡର ପ୍ରାୟ ୧୦.୫୦ ଲକ୍ଷ ଜନସାଧାରଣ ଏହା ଦ୍ୱାରା ଉପକୃତ ହେବେ। ୨ ଲକ୍ଷରୁ ଉର୍ଦ୍ଧ୍ୱ ପରିବାରଙ୍କୁ ବିଶୁଦ୍ଧ ପାନୀୟ ଜଳଯୋଗାଣ ସୁବିଧା ମିଳିବ। ଏହି ୧୩ଟି ପୌରାଞ୍ଚଳର ଅବଶିଷ୍ଟ ଓ୍ବାର୍ଡମାନଙ୍କୁ ଜଳଯୋଗାଣ ପାଇଁ କାର୍ଯ୍ୟ ଜାରି ରହିଛି ଏବଂ ଖୁବ୍‌ଶୀଘ୍ର ଏସବୁ ଓ୍ବାର୍ଡବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳଯୋଗାଣ ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri