୧୩ ସହରର ୧୪୯ ଓ୍ବାର୍ଡରେ ଆରମ୍ଭ ହେଲା ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌: ୧୨ ଲକ୍ଷ ୩୦ ହଜାର ଲୋକ ଉପକୃତ

ଭୁବନେଶ୍ୱର,୯ା୧୦(ଅସମାପିକା ସାହୁ): ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନର ୩ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଓଡ଼ିଶାର ୫ଟି ସହର ସମେତ ଅନ୍ୟ ୧୩ଟି ସହରର ୧୪୯ଟି ଓ୍ବାର୍ଡରେ ୨୪ ଘଣ୍ଟିଆ ଜଳ ଯୋଗାଣ ସୁବିଧାର ଶୁଭାରମ୍ଭ କରିଛନ୍ତି।

ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ କାର୍ଯ୍ୟକ୍ରମରେ ଜନସାଧାରଣ ଟ୍ୟାପ୍‌ରୁ ସିଧାସଳଖ ବିଶୁଦ୍ଧ ପିଇବା ପାଣି ପାଇପାରୁଛନ୍ତି। ଏଥିରେ ଟ୍ୟାପ୍‌ ପାଣିକୁ ଫିଲ୍ଟର କରିବାର ଆବଶ୍ୟକ ନାହିଁ।

ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଳ ଅମୂଲ୍ୟ। ପ୍ରତିଟି ଜଳବିନ୍ଦୁରେ ରହିଛି ଜୀବନ। ତେଣୁ ସମସ୍ତଙ୍କୁ ଭଲ ପିଇବା ପାଣି ଯୋଗାଇବା ଆମ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ ଯୋଜନାର ଲକ୍ଷ୍ୟ। ଓଡ଼ିଶା ଆଜି ରୂପାନ୍ତର ପଥରେ ସଫଳତା ସହ ଆଗେଇ ଚାଲିଛି। ୫-ଟି ଉପକ୍ରମ ପ୍ରୟୋଗରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ ଯୋଜନା ଆଜି ସାରା ଦେଶ ପାଇଁ ଓଡିଶା ଏକ ମଡେଲ ହୋଇଛି। ଆମ ଜଳସାଥୀ ମା’ମାନଙ୍କ ସଫଳତା ମଧ୍ୟ ଆଜି ଅନ୍ୟମାନଙ୍କ ପାଇଁ ମଡେଲ ହୋଇଛି। ପ୍ରେରଣାଦାୟୀ ସଫଳ କାହାଣୀ ହୋଇଛି।

ସୂଚନାଯୋଗ୍ୟ,ଆଜି ମୁଖ୍ୟମନ୍ତ୍ରୀ ୫ଟି ସହର ଯଥା ରାଇରଙ୍ଗପୁର, ଚମ୍ପୁଆ, ବୀରମିତ୍ରପୁର, ରାଜଗାଙ୍ଗପୁର ଓ ନିମାପଡ଼ାକୁ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ ସୁବିଧାର ଶୁଭାରମ୍ଭ କରିଛନ୍ତି। ଏସବୁ ସହରଗୁଡ଼ିକର ପ୍ରାୟ ୩୦ ହଜାର ପରିବାରର ୧.୮୦ ଲକ୍ଷ ଲୋକ ଏହା ଦ୍ୱାରା ଉପକୃତ ହେବେ ସେହିପରି ୧୩ଟି ପୌରାଞ୍ଚଳ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ରାଉରକେଲା, ସୁନ୍ଦରଗଡ, କେନ୍ଦୁଝର, ବ୍ୟାସନଗର, ଖୋର୍ଦ୍ଧା, ଜଟଣୀ, ଆନନ୍ଦପୁର, ଯୋଡ଼ା, ବଡ଼ବିଲ ଏବଂ ହିଞ୍ଜଳିକାଟୁର ୧୪୯ଟି ଓ୍ବାର୍ଡ ପାଇଁ ଏହି ସୁବିଧା ଆରମ୍ଭ କରାଯାଇଛି। ଏସବ ଓ୍ବାର୍ଡର ପ୍ରାୟ ୧୦.୫୦ ଲକ୍ଷ ଜନସାଧାରଣ ଏହା ଦ୍ୱାରା ଉପକୃତ ହେବେ। ୨ ଲକ୍ଷରୁ ଉର୍ଦ୍ଧ୍ୱ ପରିବାରଙ୍କୁ ବିଶୁଦ୍ଧ ପାନୀୟ ଜଳଯୋଗାଣ ସୁବିଧା ମିଳିବ। ଏହି ୧୩ଟି ପୌରାଞ୍ଚଳର ଅବଶିଷ୍ଟ ଓ୍ବାର୍ଡମାନଙ୍କୁ ଜଳଯୋଗାଣ ପାଇଁ କାର୍ଯ୍ୟ ଜାରି ରହିଛି ଏବଂ ଖୁବ୍‌ଶୀଘ୍ର ଏସବୁ ଓ୍ବାର୍ଡବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳଯୋଗାଣ ସୁବିଧା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?