ଆଜିଠୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର,୧।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ସକାଳ ୯ଟା ୩୦ରୁ ଛାତ୍ରୀଛାତ୍ରମାନେ ଲାବ୍‌ ମଧ୍ୟକୁ ପ୍ରବେଶ କରିବେ। ପ୍ରଥମ ସିଟିଂ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ସେହିପରି ଦ୍ବିତୀୟ ସିଟିଂ ଅପରାହ୍ନ ୨ଟାରୁ ଆରମ୍ଭ ହୋଇ ୫ଟା ପର୍ଯ୍ୟନ୍ତ ଚାଲିବ। ବିଜ୍ଞାନରେ ଫିଜିକ୍ସ, ବଟାନି, ଜୁଲୋଜି, କେମିଷ୍ଟ୍ରି ଆଦି ବିଷୟରେ ପରୀକ୍ଷା ହେବ। ସେହିପରି ବାଣିଜ୍ୟରେ ଆକାଉଣ୍ଟାନ୍‌ସି, ବିଏମ୍‌ଏସ୍‌, କଷ୍ଟ ଆକାଉଣ୍ଟିଂରେ ପ୍ରାକ୍ଟିକାଲ ହେବ। କଳାରେ ଆନ୍ଥ୍ରୋପୋଲୋଜି, ସାଇକୋଲୋଜି, ଜିଓଗ୍ରାଫି, ଇଣ୍ଡିଆନ୍‌ ମ୍ୟୁଜିକ୍‌, ଏଜୁକେଶନ ଭଳି ପ୍ରାକ୍ଟିକାଲ ବିଷୟରେ ପରୀକ୍ଷା ହେବ।
ସୂଚନାଯୋଗ୍ୟ, ୧ରୁ ୧୦ ତାରିଖ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ଶେଷ କରିବାକୁ କୁହାଯାଇଛି। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ସେମାନଙ୍କ ସୁବିଧା ଅନୁସାରେ ନିର୍ଦ୍ଧାରିତ ସମୟରେ ପରୀକ୍ଷା କରିବେ। ପ୍ରାକ୍ଟିକାଲ ପରୀକ୍ଷା ସରିବା ପରେ ୧୭ ତାରିଖ ସୁଦ୍ଧା ପ୍ରାକ୍ଟିକାଲ ଉତ୍ତର ଖାତା ଏବଂ ମାର୍କ ସିଏଚ୍‌ଏସ୍‌ଇରେ କଲେଜ କର୍ତ୍ତୃପକ୍ଷ ପୈଠ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଥିଓରି ପରୀକ୍ଷାରେ କିଭଳି ପ୍ରଶ୍ନପତ୍ର ଆସିବ ବୋଲି ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଥିବାବେଳେ ପରିଷଦ ପକ୍ଷରୁ ପୁଣିଥରେ ପ୍ରଶ୍ନପତ୍ର ଢାଞ୍ଚା ପଠାଯାଇଛି। ରେଗୁଲାର ଛାତ୍ରୀଛାତ୍ରଙ୍କ ପାଇଁ ସମ୍ପୂର୍ଣ୍ଣ ସିଲାବସ୍‌ ଏବଂ ଏକ୍ସରେଗୁଲାର (୨୦୨୦ ପୂର୍ବରୁ ପଞ୍ଜୀକୃତ) ଛାତ୍ରୀଛାତ୍ରଙ୍କ ପାଇଁ ସଂକ୍ଷିପ୍ତ ସିଲାବସ୍‌ ଅନୁଯାୟୀ ପ୍ରଶ୍ନ ଆସିବ। କେଉଁ ବିଷୟରେ କିଭଳି ପ୍ରଶ୍ନ ଆସିବ ଏବଂ କେତେ ମାର୍କ ଆସିବ ପରିଷଦ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଜଣାଇଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri