ଶ୍ରୀମନ୍ଦିର ପରିସରରେ ପାନ, ଗୁଟ୍‌ଖା ଛେପ

ପୁରୀ ଅଫିସ, ୧।୨: ଶ୍ରୀମନ୍ଦିର ପରିସରକୁ ଯେତେ ପରିଷ୍କାର ପରିଚ୍ଛନ୍ନ ରଖିବା ପାଇଁ ଚେଷ୍ଟା କରାଯାଉଥିଲେ ମଧ୍ୟ ତାହା ଫଳପ୍ରଦ ହୋଇପାରୁନାହିଁ। ଏଥିଲାଗି ପ୍ରଶାସନ ପକ୍ଷରୁ କଟକଣା ଜାରି ସତ୍ତ୍ୱେ ତାହାକୁ କେହି ମାନୁନାହାନ୍ତି। ଶ୍ରୀମନ୍ଦିର ପରିସର ଅନେକ ସ୍ଥାନରେ ପାନ ଓ ଗୁଟ୍‌ଖା ଛେପ ପଡ଼ି ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ଏହା ଦେଶ ବିଦେଶରୁ ଆସୁଥିବା ଭକ୍ତଙ୍କ ମନକୁ ଆନ୍ଦୋଳିତ କରୁଛି। କଟକଣାକୁ କଡ଼ାକଡ଼ି ଭାବେ ପାଳନ କରାଯାଉ ନ ଥିବାରୁ ଲୋକେ ଏଣେତେଣେ ପାନ ଓ ଗୁଟ୍‌ଖା ଛେପ ପକାଉଥିବା ଦେଖିବାକୁ ମିଳୁଛି।
ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ଶ୍ରୀମନ୍ଦିର ପରିସରସ୍ଥ ବିଭିନ୍ନ ସ୍ଥାନରେ ପାନ ଓ ଗୁଟ୍‌ଖା ଛେପ ପଡ଼ିବାକୁ ନେଇ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ଏହି ଘଟଣା ଶ୍ରୀମନ୍ଦିର ପ୍ରଶାସନର ଦୃଷ୍ଟିକୁ ଅଣାଯାଇଥିଲା। ଏହାପରେ ୨୦୨୦ ମସିହାରେ ତତ୍କାଳୀନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଏକ ନିୟମ ପ୍ରଣୟନ କରାଯାଇଥିଲା। ଶ୍ରୀମନ୍ଦିର ପରିସରରେ ପାନଛେପ କିମ୍ବା ଗୁଟ୍‌ଖା ଛେପ ପକାଇଲେ ଜରିମାନା ଗଣିବାକୁ ପଡ଼ିବ ବୋଲି ନିୟମ ହୋଇଥିଲା। ତେବେ କିଛିଦିନ ପରେ ଏହାକୁ ପ୍ରଶାସନ ଭୁଲିଗଲା। ତାହା କଡ଼ାକଡ଼ି କାର୍ଯ୍ୟକାରୀ ନ ହେବାରୁ ଶ୍ରୀମନ୍ଦିର ପରିସରରେ ପୁଣି ପାନ ଓ ଗୁଟ୍‌ଖା ଛେପର ଆସ୍ତରଣ ଦେଖିବାକୁ ମିଳିଲା। ଏବେ ସେହି କଟକଣା ଧୂଆଁବାଣ ପାଲଟିଛି। କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଆସ୍ଥାର ପୀଠ ହେଉଛି ଶ୍ରୀମନ୍ଦିର। ଏହାର ପରିସରକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ଦାୟିତ୍ୱ ଶ୍ରୀମନ୍ଦିର ପ୍ରଶାସନର। ତେଣୁ ଶ୍ରୀମନ୍ଦିର ପ୍ରଶାସନ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି। ପ୍ରବେଶ ପଥରେ କଡ଼ାକଡ଼ି ଯାଞ୍ଚ ସହ ସେବାୟତ ଓ ଭକ୍ତଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରାଯିବାକୁ ମତ ପ୍ରକାଶ ପାଇଛି। ଏ ନେଇ ବରିଷ୍ଠ ଦଇତାପତି ସେବକ ବିନାୟକ ଦାସ ମହାପାତ୍ର କହିଛନ୍ତି, ୨୦୨୦ ଛତିଶା ନିଯୋଗ ବୈଠକରେ ହୋଇଥିବା ଉକ୍ତ ନିଷ୍ପତ୍ତିକୁ ସେବାୟତମାନେ ସ୍ବାଗତ କରିଥିଲେ। ମାତ୍ର ପ୍ରଶାସନର କୋହଳ ମନୋଭାବ ଯୋଗୁ ବର୍ତ୍ତମାନ ଶ୍ରୀମନ୍ଦିର ପରିସରର ଅନେକ ସ୍ଥାନରେ ପାନଛେପ ପଡୁଛି। ଶ୍ରୀମନ୍ଦିର ଏକ ପବିତ୍ର ତଥା ଆଧ୍ୟାତ୍ମିକ ସ୍ଥାନ। ତେଣୁ ଯାହା ନିଷ୍ପତ୍ତି ହେଉଛି ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହେବା ଆବଶ୍ୟକ। ସେହିପରି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ତଥା ସେବାୟତ ମାଧବ ପୂଜାପଣ୍ଡା କହିଛନ୍ତି, ପୂର୍ବରୁ ନିଷ୍ପତ୍ତି ଅନୁଯାୟୀ କିଛିଦିନ କଟକଣା ଲାଗୁ ହୋଇଥିଲା। ମାତ୍ର ପରବର୍ତ୍ତୀ ସମୟରେ ତାହା ଠିକ୍‌ ଭାବରେ କାର୍ଯ୍ୟକାରୀ ହେଲାନାହିଁ। ଏବେ ତାହା ସ୍ଥାଣୁ ପାଲଟିଛି। ସେହି ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯିବା ଆବଶ୍ୟକ। ଅନ୍ୟପକ୍ଷରେ ଏ ନେଇ ଜିଲାପାଳ ତଥା ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ ସମର୍ଥ ବର୍ମା କହିଛନ୍ତି, ଆସନ୍ତା ଫେବୃୟାରୀ ପ୍ରଥମ ସପ୍ତାହରୁ ଏହି କଟକଣା କଡ଼ାକଡ଼ି ଭାବେ ଲାଗୁ ହେବ। ସେବାୟତ ହୁଅନ୍ତୁ କି ଶ୍ରଦ୍ଧାଳୁ କେହି ପାନ ଖାଇ ଶ୍ରୀମନ୍ଦିର ପରିସରକୁ ଯିବେ ନାହିଁ। କେହି ଯେପରି ପାନ ଓ ଗୁଟ୍‌ଖା ଛେପ ନ ପକାଇବେ ସେଥିପ୍ରତି ନଜର ରଖାଯିବ। ଏ ସଂକ୍ରାନ୍ତରେ ସମସ୍ତଙ୍କୁ ସଚେତନ କରାଇବା ପାଇଁ ଯୁବ ସେବାୟତମାନଙ୍କୁ ଦାୟିତ୍ୱ ଦିଆଯିବ।

ଅଜିତ ମହାନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?