ପାନୀୟ ପ୍ରକଳ୍ପ ଅଗ୍ରଗତି ସମୀକ୍ଷା

ଅନୁଗୋଳ ଅଫିସ,୮ା୩ ଅନୁଗୋଳ ଜିଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ସୋମବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ଦ୍ବାରା ଛେଣ୍ଡିପଦା ଓ ବଅଁରପାଳ ବ୍ଲକରେ ଜିଲା ଖଣିଜ ପାଣ୍ଠିରେ ପ୍ରତିଷ୍ଠା ହେଉଥିବା ମେଗା ପାନୀୟ ଜଳ ପ୍ରକଳ୍ପର ଅଗ୍ରଗତିର ସମୀକ୍ଷା କରାଯାଇଥିଲା। ଚାଲୁଥିବା ପ୍ରକଳ୍ପର ଯନ୍ତ୍ରାଂଶ ଓ ପାଇପ୍‌ ଖରାପ ଥିବାରୁ ଏହାର ତୁରନ୍ତ ମରାମତି ନିମନ୍ତେ ପରାମର୍ଶ ଦିଆଯାଇଥିଲା। ପାଲଲହଡାରେ ପାଣି ପାଇପ୍‌ ଉପରେ ଅନ୍ୟ ଏକ କମ୍ପାନୀର ପାଇପ୍‌ ଯାଇଥିବାରୁ କ୍ଷତିଗ୍ରସ୍ତ ପାଇପ ବଦଳାଇବାକୁ ସମ୍ପୃକ୍ତ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯିବା ସହ ନିଜ ପାଇପ୍‌ ଉକ୍ତ ସ୍ଥାନରୁ ହଟାଇବାକୁ କୁହାଯାଇଥିଲା। ନୂଆ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ ଶେଷ କରି ଜଳ ଯୋଗାଣ କରାଯିବ ବୋଲି ବିଭାଗୀୟ ଯନ୍ତ୍ରୀ ପ୍ରକାଶ କରିଥିଲେ। ଏଥିସହ ପୂର୍ତ୍ତ ବିଭାଗ ଦ୍ବାରା କାର୍ଯ୍ୟ ସମ୍ପନ୍ନ ହୋଇଥିବା ବିଭିନ୍ନ ପ୍ରକଳ୍ପର ବକେୟା ପାଉଣା ତୁରନ୍ତ ପରିଶୋଧ କରି ବିନିଯୋଗ ପ୍ରମାଣପତ୍ର ଦେବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ତାଳଚେର ଷ୍ଟାଡିୟମ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ନିମନ୍ତେ ଟେଣ୍ଡର ଆହ୍ବାନ କରିବାକୁ କୁହାଯାଇଥିଲା। ଏହି ସମୀକ୍ଷା ବୈଠକରେ ଗ୍ରାମ୍ୟ ଉନ୍ନୟନ, କ୍ଷୁଦ୍ର ଜଳସେଚନ, ଜିଇଡି, ବିଦ୍ୟୁତ୍‌, ଉଦ୍ୟାନ ଓ ଉଠା ଜଳସେଚନ ଆଦି ବିଭାଗର କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ
ଦିଲୀପ କୁମାର ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ):  ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ…

କଲେଜ ଫେୟାରଓ୍ବେଲ୍‌ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…

ଜଗତ୍‌ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍‌ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି…

ଗ୍ୟାସକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାବାସୀଙ୍କ ପାଇଁ…

ଭୁବନେଶ୍ୱର,୨୬।୩: ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ। ଏନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…

ଗଞ୍ଜାମ ସହରରେ ଗୁଟଖା ତମାଖୁ କଳାବଜାର, ଚଢ଼ା ଦରରେ ବିକ୍ରି ଅଭିଯୋଗ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ଗତ କିଛି ଦିନ ହେଲା ଗଞ୍ଜାମ ସହରରେ ଗୁଟଖା କଳା ବଜାର ହେଉଛି ।ପୂର୍ବରୁ ରାଧା ଖଇନି, ପାନ ମସଲା ବିମଳ, ସଫଳ…

ମହାନଦୀରେ ଭାସୁଛନ୍ତି ମାଳମାଳ କୁମ୍ଭୀର: ସୋଲ ଭେଳାରେ ପାର ହୋଇ ମାଛ, କଙ୍କଡ଼ା ଧରି ପରିବାର ପୋଷଣ କରୁଛନ୍ତି ମହିଳା

ମହାକାଳପଡ଼ା,୨୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନଦୀ ନାଳଘେରା ବତିଘର ଅଞ୍ଚଳ ମହାନଦୀ ଅବବାହିକା ଶାଖା ନାଳଗୁଡ଼ିକରେ କୁମ୍ଭୀର ମାଳ ମାଳ…

୪୦୦ଟଙ୍କା ପାଇଁ ପୁଅ ଭୁଲିଗଲା ରକ୍ତ ସମ୍ପର୍କ, ବାପାକୁ ପିଟିପିଟି ହତ୍ୟା

ମୋରଡା,୨୬।୩(ସ୍ମାରକ ମାଜୀ): ମାତ୍ର ୪୦୦ଟଙ୍କା ପାଇଁ ନିଜ ବାପାଙ୍କୁ ହତ୍ୟା କରିଲେ ପୁଅ । ଏଭଳି ଲୋମହର୍ଷକାରୀ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri