ପାଣି ପାଇଁ ପ୍ରତିବାଦ

ଖୁଣ୍ଟା,୨୨।୪: (ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ବାହାନଡ଼ା ପଞ୍ଚାୟତ ଅନ୍ତର୍ଗତ ଗୟଳମରା ଗ୍ରାମର ଦାମୁସାହି ବାସିନ୍ଦା ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହୋଇ ଶୁକ୍ରବାର ରାସ୍ତାରୋକୋ କରିଥିଲେ। ଖୁଣ୍ଟା-ଉଦଳା ରାଜ୍ୟ ରାଜପଥର ଲାଲଖମଣ ଛକଠାରେ ଗରା ଓ ବାଲ୍‌ଟି ରଖି ୩ ଘଣ୍ଟା ଧରି ପ୍ରତିବାଦ କରିଥିଲେ। ଫଳରେ ଯାନବାହାନଗୁଡ଼ିକ ରାସ୍ତାର ଉଭୟ ପାର୍ଶ୍ୱରେ ଦୀର୍ଘ ସମୟ ଧରି ଅଟକି ରହିଥିବା ଦେଖିବାକୁ ମିଳିଥିଲା।
ଅନୁଯାୟୀ,ଦାମୁସାହିରେ ମୋଟ ୩୭ ପରିବାର ରହି ଆସୁଥିବା ବେଳେ ଦୀର୍ଘ ଦିନ ହେଲା ଗ୍ରାମରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ତେବ ଏହି ସମସ୍ୟାର ସମାଧାନ ପାଇଁ ବିଭିନ୍ନ ସମୟରେ ଗ୍ରାମବାସୀ ସ୍ଥାନୀୟ ସରପଞ୍ଚ ଓ ବ୍ଳକ ପ୍ରଶାସନର ଦୃଷ୍ଟି ଆକର୍ଷଣ କରି ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନାହିଁ। ଯାହାକୁ ନେଇ ଗ୍ରାମର ୫୦ରୁ ଊର୍ଦ୍ଧ୍ୱ ମହିଳା,ପୁରୁଷ ଗରା ଓ ବାଲ୍‌ଟି ଧରି ରାଜରାସ୍ତାରେ ବସି ପ୍ରତିବାଦ କରିଥିଲେ। ଖବରପାଇ ବିଡିଓ ମାନସ ରଞ୍ଜନ ସାମଲଙ୍କ ସମେତ ଖୁଣ୍ଟା ପୋଲିସ ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିବା ପରେ ରାସ୍ତା ଅବରୋଧ ହଟିଥିଲା। ପରବର୍ତ୍ତୀ ସମୟରେ ଲୋକଙ୍କ ସହିତ ବିଡିିଓ ସାମଲ ଉକ୍ତ ଗ୍ରାମକୁ ପରିଦର୍ଶନରେ ଯାଇଥିଲେ। ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ସାବିତ୍ରୀ ଟୁଡୁଙ୍କୁ ପଚାରିବାରୁ ଆନ୍ଦୋଳନକାରୀଙ୍କ ଅଭିଯୋଗ ଭିତ୍ତିହୀନ ବୋଲି କହିଛନ୍ତି। ଏହି ସାହିରେ ୩୭ ପରିବାର ଥିବା ବେଳେ ୫ଟି ନଳକୂପ ରହିଛି। ସେଥି ମଧ୍ୟରୁ ଗୋଟିକରେ ସୋଲାରସିଷ୍ଟମ ମଧ୍ୟ ରହିଛି। ଏହା ବ୍ୟତୀତ ୩ଟି ନନ୍ଦ କୂଅ ଅଛି। ତେବେ ବିଭିନ୍ନ କାରଣରୁ କେତୋଟିି ନଳକୂଅ ସାମୟିକ ଭାବେ ଅଚଳ ହୋଇଥିବା କାରଣରୁ ଏହି ପରିସ୍ଥିତି ସୃଷ୍ଟି ହୋଇଥିବା ସରପଞ୍ଚ ପ୍ରକାଶ କରିଛନ୍ତି। ତେବେ ନଳକୂଅଗୁଡ଼ିକୁ ଯଥାଶିଘ୍ର ମରାମତି କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିବା ବ୍ଲକ ପ୍ରଶାସନ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?