ଦିଗଶିରାରେ ପାନୀୟ ଜଳ ସଙ୍କଟ, ବିଡିଓଙ୍କୁ ଦାବିପତ୍ର ପ୍ରଦାନ

ଡୁଙ୍ଗୁରିପାଲି, ୨୯ା୪(ଦୀନବନ୍ଧୁ ସୁନା) : ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ପଞ୍ଚାୟତରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଏ ନେଇ ପଞ୍ଚାୟତର ବହୁ ଲୋକେ ମଙ୍ଗଳବାର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲୀପ କୁମାର ବାଡାଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ ଦର୍ଶାଯାଇଛି ଯେ, ଦିଗଶିରା ଗ୍ରାମର ୧୧ଓ୍ବାର୍ଡକୁ ନେଇ ଗ୍ରାମ ପଞ୍ଚାୟତ ଗଠିତ ହୋଇଛି। ପାନୀୟ ଜଳ ପାଇଁ ଲୋକେ ବସୁଧା ଯୋଜନାର ଜଳଯୋଗାଣ ପ୍ରକଳ୍ପ ଉପରେ ନିର୍ଭର କରନ୍ତି। କିନ୍ତୁ ବର୍ତ୍ତମାନ ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଜଳସ୍ତର କମିଯିବାରେ ଗ୍ରାମକୁ ପ୍ରକଳ୍ପରୁ ଜଳଯୋଗାଣ ବ୍ୟାହତ ହୋଇଛି। ଲୋକେ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ପରିସ୍ଥିତିରେ ଗ୍ରାମରେ ଥିବା ୩ଟି ସୋଲାର ପ୍ରକଳ୍ପ ପାଖରେ ପାଣି ପାଇଁ ଲୋକଙ୍କ ଭିଡ଼ ଜମୁଛି। ଏଥିପାଇଁ ବିଭିନ୍ନ ସମୟରେ ଗଣ୍ଡଗୋଳ ହେଉଛି। ଦାବିପତ୍ର ପ୍ରଦାନ ବେଳେ ଦିବ୍ୟ ମେହେର, କିଶୋର ରଣା, ଚନ୍ଦ୍ରମଣି ମେହେର, ଅଶୋକ ପଧାନ, ସମରେନ୍ଦ୍ର ଧାରୁଆ, ମାନସ ରଞ୍ଜନ ବାରିକ, ଦିନେଶ କୁମାର ମେହେର ଉପସ୍ଥିତ ଥିଲେ। ଜଳଯୋଗାଣ ଓ ପରିମଳ ବିଭାଗ ଯନ୍ତ୍ରୀ ହିମାଦ୍ରୀ ପଧାନଙ୍କୁ ସମସ୍ୟାର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିବା ବିଡିଓ ଦାବିପତ୍ର ଗ୍ରହଣ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri