ଜରି, ବାଙ୍ଗରାରେ ପାନୀୟ ଜଳ ସଙ୍କଟ

ସିଂହପୁର,୨୪ା୪(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନାରେ ସରକାରଙ୍କ ପକ୍ଷରୁ ପ୍ରକଳ୍ପ ନିର୍ମାଣ କରାଯାଇଛି। ମାତ୍ର କେତେକ ପଞ୍ଚାୟତରେ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ରାଜନେତାଙ୍କ ଦୂରଦୃଷ୍ଟି ଅଭାବରୁ ଲୋକେ ପାନୀୟ ଜଳ ପାଇଁ ହୀନସ୍ତା ଭୋଗୁଛନ୍ତି। ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଜରି ଓ ବାଙ୍ଗରା ପଞ୍ଚାୟତରେ ଏପରି ଚିତ୍ର ଦେଖିବାକୁ ମିଳିଛି।
ଜରି ପଞ୍ଚାୟତ ୧୨ନଂ. ୱାର୍ଡର ସମସ୍ତ ପରିବାର ନିକଟରେ ପାନୀୟ ଜଳ ପ୍ରକଳ୍ପ ପାଣି ପହଞ୍ଚତ୍ ପାରୁନାହିଁ। ଫଳରେ ବାଧ୍ୟ ହୋଇ ଲୋକେ ନଳକୂଅ ଉପରେ ନିର୍ଭର କରୁଛନ୍ତି। ମାତ୍ର ଏଠାରେ ଥିବା ଏକ ନଳକୂପ ଦୀର୍ଘଦିନ ହେଲା ଅଚଳ ହୋଇ ପଡ଼ିଥିବାରୁ ଲୋକେ ପାନୀୟ ଜଳ ପାଇଁ ହୀନସ୍ତା ଭୋଗୁଛନ୍ତି। କେତେ ଜଣ ଲୋକ ବାଧ୍ୟ ହୋଇ ଖରସ୍ରୋତା ନଦୀର ଜଳକୁ ପାନୀୟ ରୂପେ ବ୍ୟବହାର କରୁଛନ୍ତି। ଏହିପରି ବାଙ୍ଗରା ପଞ୍ଚାୟତ ବାଙ୍ଗରା ଗ୍ରାମର ୫ନଂ. ୱାର୍ଡରେ ମଧ୍ୟ ପାନୀୟ ଜଳ ପାଇଁ ସମାନ ଅବସ୍ଥା ଭୋଗିବାକୁ ପଡୁଛି। ପାନୀୟ ଜଳ ପ୍ରକଳ୍ପରୁ ଲୋକେ ପାଣି ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ତେଣୁ ପାନୀୟ ଜଳ ସମସ୍ୟା ଦୂରକରିବା ପାଇଁ ନଳ କୂଅ ଏକମାତ୍ର ମାଧ୍ୟମ ପାଲଟିଛି। ମାତ୍ର ନଳକୂଅଟି ବହୁ ଦିନ ଅଚଳ ହୋଇ ରହିଥିବାରୁ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଗ୍ରୀଷ୍ମ ଋତୁରେ ପାନୀୟ ଜଳ ସମସ୍ୟା ଲୋକଙ୍କ ଜଳକଷ୍ଟକୁ ଦୁଇଗୁଣିତ କରୁଛି। ତେଣୁ ତୁରନ୍ତ ଅଚଳ ନଳକୂପଗୁଡ଼ିକୁ ସଚଳ କରିବା ଓ ପାନୀୟ ଜଳ ପ୍ରକଳ୍ପର ପାଣି ସମସ୍ତ ପରିବାର ନିକଟରେ ପହଞ୍ଚାଇବାକୁ ଜିଲାପାଳଙ୍କ ନିକଟରେ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri