ଜରି, ବାଙ୍ଗରାରେ ପାନୀୟ ଜଳ ସଙ୍କଟ

ସିଂହପୁର,୨୪ା୪(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନାରେ ସରକାରଙ୍କ ପକ୍ଷରୁ ପ୍ରକଳ୍ପ ନିର୍ମାଣ କରାଯାଇଛି। ମାତ୍ର କେତେକ ପଞ୍ଚାୟତରେ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ରାଜନେତାଙ୍କ ଦୂରଦୃଷ୍ଟି ଅଭାବରୁ ଲୋକେ ପାନୀୟ ଜଳ ପାଇଁ ହୀନସ୍ତା ଭୋଗୁଛନ୍ତି। ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଜରି ଓ ବାଙ୍ଗରା ପଞ୍ଚାୟତରେ ଏପରି ଚିତ୍ର ଦେଖିବାକୁ ମିଳିଛି।
ଜରି ପଞ୍ଚାୟତ ୧୨ନଂ. ୱାର୍ଡର ସମସ୍ତ ପରିବାର ନିକଟରେ ପାନୀୟ ଜଳ ପ୍ରକଳ୍ପ ପାଣି ପହଞ୍ଚତ୍ ପାରୁନାହିଁ। ଫଳରେ ବାଧ୍ୟ ହୋଇ ଲୋକେ ନଳକୂଅ ଉପରେ ନିର୍ଭର କରୁଛନ୍ତି। ମାତ୍ର ଏଠାରେ ଥିବା ଏକ ନଳକୂପ ଦୀର୍ଘଦିନ ହେଲା ଅଚଳ ହୋଇ ପଡ଼ିଥିବାରୁ ଲୋକେ ପାନୀୟ ଜଳ ପାଇଁ ହୀନସ୍ତା ଭୋଗୁଛନ୍ତି। କେତେ ଜଣ ଲୋକ ବାଧ୍ୟ ହୋଇ ଖରସ୍ରୋତା ନଦୀର ଜଳକୁ ପାନୀୟ ରୂପେ ବ୍ୟବହାର କରୁଛନ୍ତି। ଏହିପରି ବାଙ୍ଗରା ପଞ୍ଚାୟତ ବାଙ୍ଗରା ଗ୍ରାମର ୫ନଂ. ୱାର୍ଡରେ ମଧ୍ୟ ପାନୀୟ ଜଳ ପାଇଁ ସମାନ ଅବସ୍ଥା ଭୋଗିବାକୁ ପଡୁଛି। ପାନୀୟ ଜଳ ପ୍ରକଳ୍ପରୁ ଲୋକେ ପାଣି ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ତେଣୁ ପାନୀୟ ଜଳ ସମସ୍ୟା ଦୂରକରିବା ପାଇଁ ନଳ କୂଅ ଏକମାତ୍ର ମାଧ୍ୟମ ପାଲଟିଛି। ମାତ୍ର ନଳକୂଅଟି ବହୁ ଦିନ ଅଚଳ ହୋଇ ରହିଥିବାରୁ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଗ୍ରୀଷ୍ମ ଋତୁରେ ପାନୀୟ ଜଳ ସମସ୍ୟା ଲୋକଙ୍କ ଜଳକଷ୍ଟକୁ ଦୁଇଗୁଣିତ କରୁଛି। ତେଣୁ ତୁରନ୍ତ ଅଚଳ ନଳକୂପଗୁଡ଼ିକୁ ସଚଳ କରିବା ଓ ପାନୀୟ ଜଳ ପ୍ରକଳ୍ପର ପାଣି ସମସ୍ତ ପରିବାର ନିକଟରେ ପହଞ୍ଚାଇବାକୁ ଜିଲାପାଳଙ୍କ ନିକଟରେ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri