ନୀଳାଦ୍ରିପୁରରେ ପାନୀୟ ଜଳ ସଙ୍କଟ, ବିଡିଓଙ୍କୁ ଦାବିପତ୍ର ଦେଲେ ଗ୍ରାମବାସୀ

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ପାନୀୟ ଜଳ ସମସ୍ୟା ଉଗ୍ରରୂପ ନେଲାଣି। ପାଣି ଟୋପାଏ ପାଇଁ ଡହଳବିକଳ ହେଉଛନ୍ତି ସମଗ୍ର ଗ୍ରାମବାସୀ। ବାଧ୍ୟ ହୋଇ ନଳକୂପ ପାଣି ବ୍ୟବହାର କରିବାକୁ ବାଧ୍ୟ ହୋଇଛନ୍ତି। ବର୍ତ୍ତମାନ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକମାନେ ଅସ୍ତବ୍ୟସ୍ତ ହେଉଥିବା ବେଳେ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳକୁ ଯୋଗାଣ ହେଉଥିବା ପାନୀୟ ଜଳ ବସୁଧା ଯୋଜନାରେ ତାହା କିଛି ଦିନ ହେଲା ଖାରି ପାଣି ଯୋଗୁ ବନ୍ଦ କରାଯାଇଛି। ଯାହାକୁ ନେଇ ଲୋକଙ୍କ ଖରାଦିନେ ସମସ୍ୟା ଦ୍ୱିଗୁଣିତ ହୋଇଛି।  ପାନୀୟ ଜଳ ପାଇଁ ଲୋକଙ୍କୁ ଅଧିକ କଷ୍ଟ ହେଲାଣି। କେତେକ ଅଞ୍ଚଳରେ ଲୋକମାନେ ଦୂର ଦୁରାନ୍ତକୁ ସାଇକେଲ, ମୋଟର ସାଇକେଲ ଯୋଗେ ଯାଇ ପାଣି ଆଣୁଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖିବାକୁ ମିଳିଛି। ଏହି ସମସ୍ୟା ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି ବିକଳ୍ପ ବ୍ୟବସ୍ଥା କରାଯାଇନାହିଁ। ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହେଉଛି।

ସୂଚନାଯୋଗ୍ୟ, ଗତ କିଛି ଦିନ ହେଲା ମେଗା ପାନୀୟ ଜଳ ପ୍ରକଳ୍ପ ବସୁଧା ମାଧ୍ୟମରେ ପାନୀୟ ଜଳ ଯୋଗାଣ ବନ୍ଧ ରହିଛି l ଖର ପାଣି ଆସିବା ଯୋଗୁ ବିଭାଗୀୟ କର୍ତ୍ତୃପକ୍ଷ ତାହାକୁ ବନ୍ଦ ରଖିଛନ୍ତି। ତାହାକୁ ମାଇକ ଯୋଗେ ପ୍ରଚାର କରି ଲୋକଙ୍କୁ କୁହାଯାଇଛି। ପାଣି ବନ୍ଦ ହେବା ପରେ ଲୋକମାନେ ନାହିଁ ନଥିବା ଅସୁବିଧାରେ ସମୁଖୀନ ହେଉଛନ୍ତି l ଏହି ଯୋଜନାରେ ଗଞ୍ଜାମ ବ୍ଲକର ୫୫ଟି ଗ୍ରାମକୁ ପାନୀୟ ଜଳ ଯୋଗାଣ ହେଉଥିଲା। ତାହା ଏବେ ବନ୍ଦ ରହିଛି l ମୁଖ୍ୟତଃ ଭାବେ ପାଳିବନ୍ଦ ପଞ୍ଚାୟତ ଲବଣାଞ୍ଚଳ ଯୋଗୁ ଏହି ସମସ୍ୟା ଅଧିକ ହେଉଛ। ଏହି ପଞ୍ଚାୟତ ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମର ଲୋକମାନେ ଘୋର ଅସୁବିଧାରେ ରହିଛନ୍ତି। ପୂର୍ବରୁ ଗ୍ରାମ ବିକାଶ ଦ୍ୱାରା ଗ୍ରାମକୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ରହିଥିଲା। ମେଗା ପ୍ରୋଜେକ୍ଟ ବସୁଧା ଯୋଜନାରେ ପାନୀୟ ଜଳ ଯୋଗାଣ ହେବା ପରେ ପୂର୍ବରୁ ରହିଥିବା ବ୍ୟବସ୍ଥା ବନ୍ଦ କରିଥିଲେ ଗ୍ରାମବାସୀ। ବର୍ତ୍ତମାନ ଦୁଇଟି ଯୋଗାଣ ବ୍ୟବସ୍ଥା ବନ୍ଦ ହେବା ପରେ ଗ୍ରାମବାସୀ ଅସୁବିଧାରେ ରହିଛନ୍ତି। ଲୋକମାନେ ବର୍ତ୍ତମାନ ବଟେଶ୍ୱର ନିକଟରେ ନଳକୂଅରୁ ଯାଇ ପାଣି ଆଣୁଛନ୍ତି। ଏନେଇ ଗ୍ରାମବାସୀଙ୍କ ପକ୍ଷରୁ ପାନୀୟ ଜଳ ସ୍ଥାୟୀ ସମାଧାନ ନିମନ୍ତେ ଏକ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri