ନୂଆଗାଁ ପଞ୍ଚାୟତରେ ପାନୀୟ ଜଳ ସଙ୍କଟ

ଦଶପଲ୍ଲା,୯ା୧୨(ଡି.ଏନ.ଏ.): ନୂଆଗାଁ ଗ୍ରାମପଞ୍ଚାୟତ ଦଶପଲ୍ଲା ବ୍ଲକର ଉପାନ୍ତ ଅଞ୍ଚଳରେ ଅବସ୍ଥିତ । ୫ ହଜାରରୁ ଊଦ୍ଧର୍‌ବ ଜନସଂଖ୍ୟା ବିଶିଷ୍ଟ ଏହି ପଞ୍ଚାୟତରେ ଗତ କିଛିବର୍ଷ ହେବ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଏହି ସମସ୍ୟାର ସମାଧାନ ପାଇଁ ୨୦୧୭ରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଥିଲା । ଏଥିପାଇଁ ୧ ଲକ୍ଷ ଲିଟର ବିଶିଷ୍ଟ ପାଣି ଟାଙ୍କି ତିଆରି କରାଯିବା ସହ ପାଇପ ବିଛା ଯାଇଥିଲା। ବିଭିନ୍ନ ସ୍ଥାନରେ ଷ୍ଟାଣ୍ଡପୋଷ୍ଟ ନିର୍ମାଣ ହୋଇଥିଲା । ୨୦୧୮ ମଧ୍ୟ ଭାଗରେ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲା । ହେଲେ ଉକ୍ତ ପ୍ରକଳ୍ପ କିଛିଦିନ ଚାଲିବା ପରେ ବନ୍ଦ ହୋଇଯାଇଥିଲା । ଏ ସଂକ୍ରାନ୍ତରେ ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଜଣାଇଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ । ସ୍ଥାନୀୟ ଲୋକେ ଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚିତ ହୋଇଛନ୍ତି । ତୁରନ୍ତ ଏ ସଂକ୍ରାନ୍ତରେ ପଦକ୍ଷେପ ଗ୍ରହଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri