ରେଲିକୁମ୍ଭାରେ ପାନୀୟଜଳ ସଙ୍କଟ

କୋରାପୁଟ,୧୦।୭(ସ୍ବ.ପ୍ର.): ପ୍ରତି ଘରକୁ ପାନୀୟ ଜଳ ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନକରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ସରକାରଙ୍କ ସମସ୍ତ ଯୋଜନାରୁ ସୁଫଳ ଲୋକେ ପାଉନାହାନ୍ତି। ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ସଦର ମହକୁମା ରେଲିକୁମ୍ଭା ଗ୍ରାମରେ। ଏହି ଗ୍ରାମରେ ୩୦୦ ପରିବାର ବସବାସ କରୁଛନ୍ତି। ସେହି ପରିବାରଙ୍କ ପାଇଁ ୪ଟି ନଳକୂପ ରହିଛି। ସେଥିରୁ ୨ଟି ନଳକୂପ ଠିକ୍‌ ରୂପେ କାର୍ଯ୍ୟ କରୁନାହିଁ। ଗ୍ରାମ ଆରମ୍ଭରେ ପାନୀୟ ଜଳ ପ୍ରକଳ୍ପ କରାଯାଇଛି। ହେଲେ ତଳସାହିକୁ ପାଣି ଆସୁଥିବା ବେଳେ ଉପରସାହିକୁ ଆସୁନାହିଁ। ପାନୀୟ ଜଳ ଯୋଗାଣ ପାଇଁ ଖାଲି ଟ୍ୟାପ୍‌ ବସାଇ ବିଭାଗ ନୀରବ ରହିଛି। ତୁରନ୍ତ ଗ୍ରାମବାସୀଙ୍କୁ ଟ୍ୟାପ୍‌ ଯୋଗେ ପାନୀୟ ଜଳ ଯୋଗାଇଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?