ଯାତ୍ରୀଙ୍କ କାମରେ ଲାଗୁନି ପାନୀୟ ଜଳ ବିଶୋଧନ ଯନ୍ତ୍ର

ନାଉଗଁା,୧୨ା୧୧(ସ୍ବ.ପ୍ର.): ନାଉଗଁା ବସଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମାଗାର ରହିଛି। ଏଠାରେ ଯାତ୍ରୀମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ଉକ୍ତ ଗୃହରେ ପାନୀୟ ଜଳ ବିଶୋଧନ ଓ ଶୀତଳୀକରଣ ଯନ୍ତ୍ର ଲାଗିଛି। ଏହା ୬ମାସ ହେବ ଅଚଳ ହୋଇଯାଇଥିବାରୁ ଯାତ୍ରୀମାନେ ସମସ୍ୟା ଭୋଗୁଛନ୍ତି। ପାନୀୟ ଜଳ ଯନ୍ତ୍ରଟି ରାଜ୍ୟ କାଜୁ ନିଗମ ସହାୟତାରେ ଲଗାଯାଇଛି। ଏଥିପାଇଁ ୮୬ ହଜାର ୭ ଶହ ଟଙ୍କା ବ୍ୟୟ କରାଯାଇଛି। ଏହି ପାନୀୟ ଜଳ ପ୍ରକଳ୍ପକୁ ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ଅମରେନ୍ଦ୍ର ଦାସ ୨୯ ଅକ୍ଟୋବର ୨୦୨୧ରେ ଉଦ୍‌ଘାଟନ କରିଥିଲେ। ମାତ୍ର ଏହା ଏବେ ଜନସାଧାରଣ କିମ୍ବା ଯାତ୍ରୀଙ୍କ କାମରେ ଲାଗୁନି। ରକ୍ଷଣାବେକ୍ଷଣା ଅଭାବରୁ ଉକ୍ତ ପାନୀୟ ଜଳ ଯନ୍ତ୍ର ଉଦ୍‌ଘାଟନର ୨ ମାସ ପରଠୁ ଅଚଳ ହୋଇଯାଇଛି। ଫଳରେ ଦୂରଦୂରାନ୍ତରୁ ଆସୁଥିବା ଯାତ୍ରୀମାନେ ଥଣ୍ଡା ପାନୀୟ ଜଳ ପାଇଁ ଅଧିକାଂଶ ବଜାରରେ ଥିବା ଦୋକାନ ଉପରେ ନିର୍ଭର କରୁଛନ୍ତି। ଉକ୍ତ ଥଣ୍ଡା ପାନୀୟ ଜଳ ଯନ୍ତ୍ରକୁ ମରାମତି ପାଇଁ ସାଧାରଣ ଲୋକେ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏ ବିଷୟରେ ଗ୍ରାମ୍ୟ ଜଳ ପରିମଳ ବିଭାଗର ଯନ୍ତ୍ରୀ ରଶ୍ମି ରଞ୍ଜନ ଦାସ କହିଛନ୍ତି, ଏହି ପାନୀୟ ଜଳ ଯନ୍ତ୍ର ବିଷୟରେ ସେ କିଛି ଜାଣିନାହାନ୍ତି। ଏହାର ରକ୍ଷଣାବେକ୍ଷଣ ଦାୟିତ୍ୱ କାହାର ସେ ବିଷୟରେ ସ୍ଥାନୀୟ ସରପଞ୍ଚ କିମ୍ବା ଆର୍ଥତ୍କ ସହାୟତା ପ୍ରଦାନ କରିଥିବା ସଂସ୍ଥା ସହ ଯୋଗାଯୋଗ କରି ମରାମତି କରିବା ଲାଗି ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri