ପ୍ଲାଷ୍ଟିକ୍‌ ବୋତଲରେ ପାଣି ପିଉଥିଲେ…

ବର୍ତ୍ତମାନ ପ୍ରାୟ ଅଧିକାଂଶ ପାଣି ପିଇବା ଲାଗି ପ୍ଲାଷ୍ଟିକ୍‌ ବୋତଲ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। ହେଲେ, ଏହା ସ୍ବାସ୍ଥ୍ୟ ପ୍ରତି କେତେ ହାନିକାରକ ସେ ଦିଗରେ ସମସ୍ତେ ଅବଗତ ନାହାନ୍ତି। ଜାଣନ୍ତୁ ସେ ସମ୍ପର୍କରେ…

ପ୍ଲାଷ୍ଟିକ୍‌ ବୋତଲରେ ପାଣି ପିଇବା ଦ୍ୱାରା ଶରୀରକୁ ଯାଉଥିବା ହାନିକାରକ ରାସାୟନିକ ପଦାର୍ଥ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କରିଥାଏ। ଫଳରେ ଏହା ଏକାଧିକ ରୋଗର କାରଣ ହୋଇଥାଏ। ବିଶେଷକରି ଏଥିରେ ଥିବା ଥାଲେଟ୍ସ ନାମକ କେମିକାଲ ଲିଭର କ୍ୟାନ୍ସରର କାରଣ ସାଜିଥାଏ।
ପ୍ଲାଷ୍ଟିକ୍‌ ବୋତଲରେ ଅଧିକ ସମୟ ପାଣି ରଖିଲେ ସେଥିରୁ ଫ୍ଲୋରାଇଡ୍‌, ଆର୍ସେନିକ୍‌ ଏବଂ ଆଲୁମିନିୟମ ଭଳି ଅନେକ ହାନିକାରକ ଉପାଦାନ ନିର୍ଗତ ହୋଇଥାଏ, ଯାହା କି ମଣିଷ ଶରୀର ପାଇଁ ସମ୍ପୂର୍ଣ୍ଣ ବିଷାକ୍ତ। ତେଣୁ ଏହି ପାଣି ପିଇବା ଦ୍ୱାରା ଅନେକ ସ୍ବାସ୍ଥ୍ୟ ସମସ୍ୟା ଉପୁଜିବା ସହ ମୃତ୍ୟୁର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ।
କେବଳ ଏତିକି ନୁହେଁ, ପ୍ଲାଷ୍ଟିକ୍‌ ବୋତଲରେ ପାଣି ରଖି ପିଇବା ଦ୍ୱାରା ଶରୀରକୁ ବାଇଫେନିଲ୍‌-ଏ ନାମକ ଏକ ମାରାତ୍ମକ ଏଷ୍ଟ୍ରୋଜେନ୍‌ ମିମିକିଙ୍ଗ୍‌ କେମିକାଲ୍‌ ଯାଇଥାଏ। ଏହା ମେଦବହୁଳତା, ଡାଇବେଟିସ୍‌, ପ୍ରଜନନ ସମସ୍ୟା ଭଳି ଅନେକ ରୋଗର କାରଣ ସାଜିଥାଏ।
ପ୍ଲାଷ୍ଟିକ୍‌ ବୋତଲରେ ପାଣି ଅଧିକ ସମୟ ରହିବା ଏବଂ ତାହା ସୂର୍ଯ୍ୟକିରଣ ସଂସ୍ପର୍ଶରେ ଆସିବା ଦ୍ୱାରା ହେଉ କିମ୍ବା ଗାଡ଼ିରେ ପାଣିବୋତଲ ଅଧିକ ସମୟ ରଖିବା ଅବା ଗାଡ଼ି ଷ୍ଟାର୍ଟ ରଖି ବାହାରକୁ ଯିବା ଦ୍ୱାରା ପାଣି ଗରମ ହେବା ସହ ଧୀରେ ଧୀରେ ପ୍ଲାଷ୍ଟିକ୍‌ ତରଳିଥାଏ। ଫଳରେ ସେଥିରୁ ଡାଇଅକ୍ସିନ୍‌ ନାମକ ଏକ ବିଷାକ୍ତ ପଦାର୍ଥ ନିର୍ଗତ ହୋଇଥାଏ, ଯାହା କି ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ।
ବର୍ତ୍ତମାନ ଗ୍ରାହକମାନଙ୍କୁ ଆକୃଷ୍ଟ କରିବା ଲାଗି ଅନେକ କମ୍ପାନୀ ଭିଟାମିନ୍‌ ଏନ୍‌ରିଚିଡ୍‌ ପାଣି ବିକ୍ରୟ କରୁଛନ୍ତି। ହେଲେ ପ୍ଲାଷ୍ଟିକ୍‌ର ହାନିକାରକ ଉପାଦାନ ସାଙ୍ଗକୁ ଏହି ପାଣିରେ ମିଶାଯାଉଥିବା ହାଇ ଫ୍ରୁକ୍ଟୋଜ୍‌ କର୍ନ ସିରପ୍‌ ଏବଂ ଫୁଡ୍‌ କଲର ଶରୀର ପାଇଁ ଅଧିକ କ୍ଷତିକାରକ ସାବ୍ୟସ୍ତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri