ପ୍ଲାଷ୍ଟିକ୍‌ ବୋତଲରେ ପାଣି ପିଉଥିଲେ…

ବର୍ତ୍ତମାନ ପ୍ରାୟ ଅଧିକାଂଶ ପାଣି ପିଇବା ଲାଗି ପ୍ଲାଷ୍ଟିକ୍‌ ବୋତଲ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। ହେଲେ, ଏହା ସ୍ବାସ୍ଥ୍ୟ ପ୍ରତି କେତେ ହାନିକାରକ ସେ ଦିଗରେ ସମସ୍ତେ ଅବଗତ ନାହାନ୍ତି। ଜାଣନ୍ତୁ ସେ ସମ୍ପର୍କରେ…

ପ୍ଲାଷ୍ଟିକ୍‌ ବୋତଲରେ ପାଣି ପିଇବା ଦ୍ୱାରା ଶରୀରକୁ ଯାଉଥିବା ହାନିକାରକ ରାସାୟନିକ ପଦାର୍ଥ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କରିଥାଏ। ଫଳରେ ଏହା ଏକାଧିକ ରୋଗର କାରଣ ହୋଇଥାଏ। ବିଶେଷକରି ଏଥିରେ ଥିବା ଥାଲେଟ୍ସ ନାମକ କେମିକାଲ ଲିଭର କ୍ୟାନ୍ସରର କାରଣ ସାଜିଥାଏ।
ପ୍ଲାଷ୍ଟିକ୍‌ ବୋତଲରେ ଅଧିକ ସମୟ ପାଣି ରଖିଲେ ସେଥିରୁ ଫ୍ଲୋରାଇଡ୍‌, ଆର୍ସେନିକ୍‌ ଏବଂ ଆଲୁମିନିୟମ ଭଳି ଅନେକ ହାନିକାରକ ଉପାଦାନ ନିର୍ଗତ ହୋଇଥାଏ, ଯାହା କି ମଣିଷ ଶରୀର ପାଇଁ ସମ୍ପୂର୍ଣ୍ଣ ବିଷାକ୍ତ। ତେଣୁ ଏହି ପାଣି ପିଇବା ଦ୍ୱାରା ଅନେକ ସ୍ବାସ୍ଥ୍ୟ ସମସ୍ୟା ଉପୁଜିବା ସହ ମୃତ୍ୟୁର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ।
କେବଳ ଏତିକି ନୁହେଁ, ପ୍ଲାଷ୍ଟିକ୍‌ ବୋତଲରେ ପାଣି ରଖି ପିଇବା ଦ୍ୱାରା ଶରୀରକୁ ବାଇଫେନିଲ୍‌-ଏ ନାମକ ଏକ ମାରାତ୍ମକ ଏଷ୍ଟ୍ରୋଜେନ୍‌ ମିମିକିଙ୍ଗ୍‌ କେମିକାଲ୍‌ ଯାଇଥାଏ। ଏହା ମେଦବହୁଳତା, ଡାଇବେଟିସ୍‌, ପ୍ରଜନନ ସମସ୍ୟା ଭଳି ଅନେକ ରୋଗର କାରଣ ସାଜିଥାଏ।
ପ୍ଲାଷ୍ଟିକ୍‌ ବୋତଲରେ ପାଣି ଅଧିକ ସମୟ ରହିବା ଏବଂ ତାହା ସୂର୍ଯ୍ୟକିରଣ ସଂସ୍ପର୍ଶରେ ଆସିବା ଦ୍ୱାରା ହେଉ କିମ୍ବା ଗାଡ଼ିରେ ପାଣିବୋତଲ ଅଧିକ ସମୟ ରଖିବା ଅବା ଗାଡ଼ି ଷ୍ଟାର୍ଟ ରଖି ବାହାରକୁ ଯିବା ଦ୍ୱାରା ପାଣି ଗରମ ହେବା ସହ ଧୀରେ ଧୀରେ ପ୍ଲାଷ୍ଟିକ୍‌ ତରଳିଥାଏ। ଫଳରେ ସେଥିରୁ ଡାଇଅକ୍ସିନ୍‌ ନାମକ ଏକ ବିଷାକ୍ତ ପଦାର୍ଥ ନିର୍ଗତ ହୋଇଥାଏ, ଯାହା କି ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ।
ବର୍ତ୍ତମାନ ଗ୍ରାହକମାନଙ୍କୁ ଆକୃଷ୍ଟ କରିବା ଲାଗି ଅନେକ କମ୍ପାନୀ ଭିଟାମିନ୍‌ ଏନ୍‌ରିଚିଡ୍‌ ପାଣି ବିକ୍ରୟ କରୁଛନ୍ତି। ହେଲେ ପ୍ଲାଷ୍ଟିକ୍‌ର ହାନିକାରକ ଉପାଦାନ ସାଙ୍ଗକୁ ଏହି ପାଣିରେ ମିଶାଯାଉଥିବା ହାଇ ଫ୍ରୁକ୍ଟୋଜ୍‌ କର୍ନ ସିରପ୍‌ ଏବଂ ଫୁଡ୍‌ କଲର ଶରୀର ପାଇଁ ଅଧିକ କ୍ଷତିକାରକ ସାବ୍ୟସ୍ତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri