ବୁରୁଦେଇ ଗ୍ରାମବାସୀଙ୍କ ଭରସା ଚୁଆପାଣି

ନୂଆଗାଁ,୧୨ା୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବିଭିନ୍ନ ଗ୍ରାମରେ ପାନୀୟ ଜଳ ସମସ୍ୟା ଲାଗି ରହିଛି । ଏ ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନି। ପ୍ରତି ଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାପାଇଁ ବହୁ କୋଟି ଟଙ୍କା ବ୍ୟୟ କରାଯାଉଛି । ହେଲେ ସେହି ବ୍ୟବସ୍ଥା ଏ ପର୍ଯ୍ୟନ୍ତ ସଫଳ ହୋଇ ନ ଥିବାରୁ ଅଧିକାଂଶ ଗ୍ରାମବାସୀ ନଦୀରେ ଚୂଆ ଖୋଳି ପାନୀୟ ଜଳ ସଂଗ୍ରହ କରୁଥିବା ଅଭିଯୋଗ ହୋଇଛି।

ନୟାଗଡ଼ ଜିଲା ନୂଆଗାଁ ବ୍ଲକ କାପ୍ତାପଲୀ ପଞ୍ଚାୟତ ବୁରୁଦେଇ ଗ୍ରାମକୁ ଏଠାରେ ଉଦାହରଣ ଭାବେ ନିଆଯାଇପାରେ । ଆଦିବାସୀ ବହୁଳ ଉକ୍ତ ଗ୍ରାମରେ ପ୍ରାୟ ୭୦ ପରିବାର ବସବାସ କରନ୍ତି । ସେମାନଙ୍କ ପାଇଁ ରହିଛି ଏକମାତ୍ର ନଳକୂପ । କିନ୍ତୁ ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ ଉକ୍ତ ନଳକୂପ ପାଣି ବ୍ୟବହାର ଅନୁପଯୋଗୀ। ସେଥିରୁ ନାଲି ରଙ୍ଗର ପାଣି ବାହାରୁଛି । ସେହି ପାଣିକୁ କିଛି ସମୟ ରଖିବା ପରେ ସେଥିରେ ତେଲ ଭଳି ଏକ ଆସ୍ତରଣ ସୃଷ୍ଟି ହେଉଛି। ନଳକୂପ ପାଣିରେ ଭାତ କଲେ ନାଲି ଦିଶୁଛି। ତେଣୁ ବୁରୁଦେଇ ଗ୍ରାମବାସୀ ଗାଁଠାରୁ ୫୦୦ମିଟର ଦୂରରେ ଥିବା ହାତୀଗଣ୍ଡ ନଦୀରେ ଚୂଆ ଖୋଳି ସେଥିରୁ ପାନୀୟ ଜଳ ସଂଗ୍ରହ କରୁଛନ୍ତି । ବର୍ଷସାରା ଏପରି ପରିସ୍ଥିତି ଲାଗି ରହିଛି । ଏପରି କି ଗ୍ରାମବାସୀ ଆଣ୍ଠୁଏ ପାଣିରେ ପଶି ନଦୀରୁ ପାନୀୟ ଜଳ ଆଣୁଛନ୍ତି । ଏ ସଂକ୍ରାନ୍ତରେ ଗ୍ରାମର ସନାତନ ପ୍ରଧାନ, ପବିତ୍ର ଜାନି, ମୋହନ ଜାନୀ ଓ କୁସ ଜାନୀ ପ୍ରମୁଖ ବାରମ୍ବାର ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ଶୁଣୁ ନ ଥିବା କହିଛନ୍ତି । ସେହିପରି କାପ୍ତାପଲି ପଞ୍ଚାୟତ କଣବାଙ୍କ ଗ୍ରାମରେ ପାଣିର ସମସ୍ୟା ରହିଥିବା କହିଛନ୍ତି ଉକ୍ତ ଗ୍ରାମର ମନ୍ଦର ପ୍ରଧାନ, ଗୋବିନ୍ଦ ଜାନୀ, ବିନୋଦ ଜାନୀ ଓ ସୁଶାନ୍ତ ଜାନି । ଅନ୍ୟପକ୍ଷେ ପ୍ରତି ଗାଁକୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ବ୍ଲକ ଓ ପଞ୍ଚାୟତସ୍ତରରେ ବାରମ୍ବାର ଆଲୋଚନା କରାଯାଉଛି । ଏପରିକି ବିଗତ ସମିତି ବୈଠକରେ ପାଣି ସମସ୍ୟାର ଦୂରୀକରଣ ପାଇଁ ଜନ ପ୍ରତିନିଧିମାନେ ବ୍ଲକ ପ୍ରଶାସନକୁ କହି ଆସୁଥିଲେ ମଧ୍ୟ ଅଦ୍ୟାବଧି ଅନେକ ଗ୍ରାମରେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ମେଗା ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ପାଣି ସମସ୍ୟା ରହିବ ନାହିଁ ବୋଲି କହି ଲୋକଙ୍କୁ ଠକି ଚାଲିଛି ବ୍ଲକ ପ୍ରଶାସନ। ବୁରୁଦେଇ ଗ୍ରାମର ପାଣି ସମସ୍ୟା ବାବଦରେ ନୂଆଗାଁ ବିଡିଓ ପ୍ରମୋଦ କୁମାର ନାୟକଙ୍କୁ ପଚାରିବାରୁ ସେ କୁହନ୍ତି, ଲୋକଙ୍କୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ଆମେ ଯଥା ସମ୍ଭବ ଚେଷ୍ଠା କରୁଛୁ । ସେଥିପାଇଁ ଜନ ପ୍ରତିନିଧିମାନଙ୍କ ସହଯୋଗ ଏକାନ୍ତ ଆବଶ୍ୟକ ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri