ନିର୍ମାଣାଧୀନ ଟାଙ୍କିରୁ ବୋହିଯାଉଛି ପିଇବା ପାଣି

ଗୋପ,୮।୫(ଡି.ଏନ୍‌.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳରେ ପିଇବା ପାଣି ସମସ୍ୟା ଦୂରୀଭୂତ କରିବାକୁ ବସୁଧା ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କ ଖର୍ଚ୍ଚରେ ପାଣି ଯୋଗାଉଛନ୍ତି। ମାତ୍ର ଗୋପ ଗ୍ରାମପଞ୍ଚାୟତ ଗୋପ ନିଗମାନନ୍ଦ ସ୍ମାର୍ଟ ସ୍କୁଲ ନିକଟରେ ନିର୍ମାଣଧୀନ ବସୁଧା ପିଇବା ପାଣି ପ୍ରକଳ୍ପର ଟାଙ୍କିରୁ ପିଇବା ପାଣି ଲୋଡ ହେବା ପରେ ଝରୁଥିବା ଭଳି ଅଭିଯୋଗ ହୋଇଛି। ଦାୟିତ୍ୱରେ ଥିବା ଜଳ ପରିମଳ ବିଭାଗ ସହକାରୀ ଯନ୍ତ୍ରୀ ଗୋପାଳବଲ୍ଲଭ ପାଣିଗ୍ରାହୀଙ୍କୁ ଏନେଇ ପଚାରିବାରେ, ସବୁ ଠିକ୍‌ ଅଛି ବୋଲି ଉତ୍ତର ରଖିଛନ୍ତି।
ପ୍ରକାଶ ଯେ, ପ୍ରବଳ ଗ୍ରୀଷ୍ମ ପ୍ରବାହରୁ ଏବେ ଗୋପ ବ୍ଲକର ୩୧ ଗୋଟି ପଞ୍ଚାୟତରେ ପିଇବା ପାଣି ସମସ୍ୟା ଉତ୍କଟ ହେବାରେ ଲାଗିଛି। ଅନେକ ପଞ୍ଚାୟତରେ ନିର୍ମାଣଧୀନ ବସୁଧା ପ୍ରକଳ୍ପ କାର୍ଯ୍ୟ ଅଧାପନ୍ତରିଆ ରହିଥିବାବେଳେ କେତେକ ପଞ୍ଚାୟତରେ ପିଇବା ପାଣି ମିଳୁନାହିଁ। ବ୍ଲକର ହେଡ଼କ୍ୱାଟର ଗୋପ ପଞ୍ଚାୟତରେ ଏହି ବସୁଧା ପ୍ରକଳ୍ପରେ କୋଟିଏରୁ ଊଦ୍ଧର୍‌ବ ଟଙ୍କା ଖର୍ଚ୍ଚ କରାଯାଇଥିବାବେଳେ ପିଇବା ପାଣି ଠିକ୍‌ ଭାବରେ ପହଞ୍ଚି ପାରୁନି। ନିମ୍ନମାନର ପାଇପ ଲଗାଯାଇଥିବାବେଳେ କେତେକ ସ୍ଥାନରେ ପାଇପ୍‌ ଫାଟିବା ଓ ନିର୍ମାଣଧୀନ ଟାଙ୍କିରୁ ପିଇବା ପାଣି ଝରିବା ଅଭିଯୋଗ ହେଉଛି। କେତେକ ସ୍ଥାନରେ ପାଇପ୍‌ ଫାଟିବାରୁ ରାସ୍ତାରେ ପିଇବା ପାଣି ଜମା ହେଉଛି। ଆଉ ମଧ୍ୟ ଟାଙ୍କିରୁ ନାଲି ରଙ୍ଗର ପାଣି ବାହାରୁଛି। ଅନ୍ୟତ୍ର ପିଇବା ପାଣି ନ ମିଳିବାରୁ ବାଧ୍ୟ ହୋଇ ଲୋକେ ଏହି ରଙ୍ଗ ମିଶା ପାଣି ପିଉଛନ୍ତି। ଏପରି ଏକ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କୁ ପଚାରିବାରେ, ସବୁ ଠିକ୍‌ ହୋଇଯିବ ବୋଲି କହୁଛନ୍ତି। ଯନ୍ତ୍ରୀଙ୍କୁ ସାଧାରଣ ଲୋକେ ଅଭିଯୋଗ କରିବାକୁ ପ୍ରାୟ ସମୟରେ ଆସୁଥିଲେ ମଧ୍ୟ ନିରାଶ ହେଉଛନ୍ତି। ଏ ସମ୍ପର୍କରେ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ସାଧାରଣ ଲୋକେ ଏକ ଅଭିଯୋଗପତ୍ର ଦେଇଥିବାବେଳେ ମନ୍ତ୍ରୀ ତୁରନ୍ତ ଏଥିପ୍ରତି ଗୁରୁତ୍ୱ ଦେବାକୁ ଜିଲା ଜଳପରିମଳ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?