ପାଇପ୍‌ ଫାଟି ବିଲରେ ମାଡ଼ୁଛି ପାନୀୟ ଜଳ

ମାଧପୁର,୧୮।୪: ଗ୍ରୀଷ୍ମ ପ୍ରବାହ ବେଳେ ଗାଁକୁ ମିଳୁନି ପିଇବା ପାଣି। ୨ ଦିନ ହେଲା ପାଇପ୍‌ ଫାଟିବା କାରଣରୁ ସବୁତକ ପାଣି ବିଲରେ ମାଡ଼ୁଛି। କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରାଯାଇଥିଲେ ମଧ୍ୟ ମରାମତି କରାଯାଉ ନ ଥିବାରୁ ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତର କୁନ୍ଦନାଳୀ ଗ୍ରାମବାସୀ ଜଳ ସଙ୍କଟର ସମ୍ମୁଖୀନ ହୋଇଛନ୍ତି।
ମାଧପୁର ଓ ଆଖପାଖ ୩ ପଞ୍ଚାୟତର ୯ ଗ୍ରାମକୁ ପାନୀୟ ଜଳ ଯୋଗାଣ ପାଇଁ କନ୍ଧପଡା ନାଳ ଉପରେ ୧୯୯୮ ମସିହାରେ ଏକ ପମ୍ପ ହାଉସ୍‌ ସ୍ଥାପନ କରାଯାଇଥିଲା। ଉକ୍ତ ପମ୍ପ ହାଉସ୍‌ରୁ କୁନ୍ଦନାଳୀ ଗ୍ରାମକୁ ପାଇପ୍‌ ପାଣି ଯୋଗାଣ କରାଯାଉଛି। ହେଲେ ଗତ ୧୫ ତାରିଖରୁ କୁମୁସିହା ସାହି ନିକଟରେ କୌଣସି କାରଣ ଯୋଗୁଁ ପାଇପ୍‌ ଫାଟି ଯାଇଥିବାରୁ ପାନୀୟ ଜଳ ବିଲ ମଧ୍ୟକୁ ବହିଯାଉଛି। ଫଳରେ ଗଁାର ଏକ ହଜାରରୁ ଅଧିକ ଲୋକ ପିଇବା ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଭାଗୀୟ କର୍ତ୍ତୃପକ୍ଷ ଏ ସମ୍ପର୍କରେ ଅବଗତ ଥିଲେ ମଧ୍ୟ ପଦକ୍ଷେପ ନେଉ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି। ଯଥାଶୀଘ୍ର ସମସ୍ୟାର ସମାଧାନ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ନେଇ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ଉମାକାନ୍ତ ବେହେରା କହିଛନ୍ତି, ପଣା ସଂକ୍ରାନ୍ତି ବା ମେରୁ ଯାତ୍ରା ପାଇଁ ଶ୍ରମିକ ମିଳୁନାହାନ୍ତି। ଶ୍ରମିକ ମିଳିଲେ ତୁରନ୍ତ ପାଇପ୍‌ ମରାମତି କାର୍ଯ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri