ସଂସାରଫଳ ପଞ୍ଚାୟତରେ ପାନୀୟ ଜଳ ଉତ୍କଟ

ପଟ୍ଟାମୁଣ୍ଡାଇ,୮ା୪(ସ୍ବ.ପ୍ର.): ରାଜ୍ୟ ସରକାର ପ୍ରତି ପରିବାରକୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା କ୍ଷେତ୍ରରେ ଗୁରୁତ୍ୱ ଦେଉଛନ୍ତି। ଏଥିଲାଗି ପ୍ରକଳ୍ପ ନିର୍ମାଣ ନିମନ୍ତେ ଅର୍ଥ ମଞ୍ଜୁର ହେଉଛି। ମାତ୍ର ଦାୟିତ୍ୱରେ ଥିବା ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା ଓ ଠିକାଦାରଙ୍କ ମନମୁଖି କାର୍ଯ୍ୟ ଯୋଗୁ ବହୁ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପରୁ ଲୋକେ ପିଇବା ପାଣି ପାଇ ପାରୁନହାନ୍ତି। ଫଳରେ ଲୋକେ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯାହାର ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ପଞ୍ଚାୟତ ଗୁଣ୍ଠି କୁଆଖିଆ ଗ୍ରାମରେ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ପାନୀୟ ଜଳ ଅଭାବ ଯୋଗୁ ଲୋକେ ଉତ୍କଟ ଜଳାଭାବ ଭୋଗୁଛନ୍ତି। ଏଥିପ୍ରତି ସ୍ଥାନୀୟ ପ୍ରଶାସନ କିମ୍ବା ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିଘାନାହିଁ। ଗଁାକୁ ପାଞ୍ଚବର୍ଷ ତଳେ ପାଇପ ଯୋଗେ ପାଣି ଆସୁଥିଲା। ମାତ୍ର ପାଇପ ଫାଟି ଯିବା ପରେ ମରାମତି କରା ନ ଯିବା କାରଣରୁ ପ୍ରାୟ ୧୨୦୦ରୁ ଊଦ୍ଧର୍‌ବ ଲୋକ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ଅନ୍ୟପକ୍ଷରେ ୩ ଗୋଟି ନଳକୂପ ସ୍ଥାପିତ ହୋଇଥିଲା ମଧ୍ୟ ୨ ଗୋଟି ଖରାପ ହୋଇପଡିଛି। ଗୋଟିଏ ମାତ୍ର ନଳକୂପରୁ ୧୨ ଶହ ଲୋକ ପିଇବା ପାଣି ସଂଗ୍ରହ କରିବା କଷ୍ଟକର ହୋଇ ପଡୁଛି। ଫଳରେ ପାଣି ପାଇଁ ପ୍ରଚଣ୍ଡ ଖରାରେ ଲମ୍ବା ଧାଡିରେ ଛିଡ଼ା ହେବାକୁ ପଡୁଛି। ଏହି ସମସ୍ୟା ନେଇ ଗ୍ରାମବାସୀ ପଟ୍ଟାମୁଣ୍ଡାଇ ବିଡିଓ ଭରତ ଚନ୍ଦ୍ର ପରିଡା, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ବିଶ୍ୱଜିତ ମିଶ୍ର ଓ କେନ୍ଦ୍ରାପଡ଼ା ନିର୍ବାହୀ ଯନ୍ତ୍ରୀଙ୍କୁ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଏହାର ପ୍ରତିବାଦରେ ସଂସାରଫଳ ସରପଞ୍ଚ ପ୍ରତିନିଧି ଶିବପ୍ରସାଦ ସାମନ୍ତରାୟ, କୁଆଖିଆ ଗ୍ରାମର ମଳୟ ବେହେରା, ରବୀନ୍ଦ୍ର ସାହୁ,ବାବାଜୀ ବେହେରା, ପ୍ରିୟଦର୍ଶୀନୀ ଦାସ, ମିଲି ବେହେରା, ତାପସୀ ଦାସ ପ୍ରମୁଖ ପଟ୍ଟାମୁଣ୍ଡାଇ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ କାର୍ଯ୍ୟାଳୟ ଆଗରେ ଆମରଣ ଅନଶନ କରିବେ ବୋଲି କହିଛନ୍ତି। ଏ ସମ୍ପର୍କରେ ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ବିଭାଗ କେନ୍ଦ୍ରାପଡ଼ା ନିବାହୀ ଯନ୍ତ୍ରୀ ବସନ୍ତ ନାୟକଙ୍କୁ ପଚାରିବାରେ ସବୁ ଜାଗାରେ ପାଣି ଠିକ୍‌ ଭାବେ ଲୋକ ପାଉଛନ୍ତି। ଏଭଳି ଫାଲତୁ କଥା ଶୁଣିବାକୁ ସମୟ ନାହିଁ ବୋଲି ସେ କହିଥିଲେ। ଏ ନେଇ ଲୋକମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଖୁବ୍‌ଶୀଘ୍ର ସଂସାରଫଳ ଓ କୁଆଖିଆ ଗ୍ରାମବାସୀ ପଟ୍ଟାମୁଣ୍ଡାଇ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ କାର୍ଯ୍ୟାଳୟ ଆଗରେ ଆମରଣ ଅନଶନ ଦେବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?