ବିଶୁଦ୍ଧ ପାନୀୟ ଜଳରୁ ୪ନଂ.ଓ୍ବାର୍ଡବାସୀ ବଞ୍ଚିତ

ଜେନାପୁର,୨୯ା୫(ଡି.ଏନ.ଏ.): ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ନିର୍ମିତ ହୋଇଛି ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ। କିନ୍ତୁ କେତକ ସ୍ଥାନରେ ତାହା ଗରିବ ଜନସାଧାରଣଙ୍କ ହିତରେ ଆଦୌ ଆସୁ ନ ଥିବା ଅଭିଯୋଗ ହୋଇଛି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ତାଳଜଙ୍ଗ ପଞ୍ଚାୟତର ବଳରାମପୁର ପାହାଡ଼ ପାଦଦେଶରେ ଥିବା ନୂଆ ତାଳଜଙ୍ଗ ଗ୍ରାମର ୪ ନମ୍ବର ୱାର୍ଡରେ। ଏଠାରେ ବିଶୁଦ୍ଧ ପାନୀୟ ଜଳ ସମସ୍ୟା ଦେଖିବାକୁ ମିଳିଛି। ଏହି ଗ୍ରାମରେ ୫୦୦ ଲୋକ ବସବାସ କରୁଛନ୍ତି। ପଞ୍ଚାୟତରେ ୧୦ ବର୍ଷ ତଳେ ସ୍ଥାପିତ ହୋଇଛି ଏକ ପ୍ରକଳ୍ପ। କିନ୍ତୁ ଏହି ପ୍ରକଳ୍ପରୁ ୪ ନମ୍ବର ୱାର୍ଡକୁ ବିଶୁଦ୍ଧ ପାନୀୟ ଜଳ ଯାଇ ପାରୁନାହିଁ। ଲୋକଙ୍କ କହିବା ମୁତାବକ, ପ୍ରକଳ୍ପ ପ୍ରତିଷ୍ଠା ହେବା ଦିନଠାରୁ ସାହିକୁ ପାଇପ୍‌ ସଂଯୋଗ କରାଯାଇ ନାହିଁ। ସାହିର ଲୋକେ ପାଣିଟୋପାଏ ପାଇବା ପାଇଁ ବିଭିନ୍ନ ସମୟରେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ସାହିରେ ୩ ନଳକୂପ ଅଛି। ହେଲେ ସେ ସବୁ ଅଚଳ। ୨ କୂଅ ଶୁଖିଲା ପଡ଼ଛି। ଦୀର୍ଘ ବର୍ଷ ଧରି ଅଚଳ ହୋଇ ପଡ଼ିଥିବା ଏକ ବୋରିଙ୍ଗରୁ ଢାଳ ସାହାଯ୍ୟରେ ପାଣି ଯାହା ବାହାରୁଛି ସେଥିରେ ଲୋକେ ଚଳୁଛନ୍ତି। କୂଅରୁ ବାହାରୁଥିବା ପାଣି ସମୁଦ୍ରକୁ ଶଙ୍ଖେ ବୋଲି ଗ୍ରାମବାସୀ କହିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇ ପାରିନାହିଁ। ଏଥିପ୍ରତି ଜିଲାପାଳ ତୁରନ୍ତ ଦୃଷ୍ଟିକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri