ପାନୀୟଜଳ ପାଇଁ ହନ୍ତସନ୍ତ ପଞ୍ଚାୟତବାସୀ

କଣାସ,୧୮।୩(ବିଭୂତି ଭୂଷଣ ତ୍ରିପାଠୀ): କଣାସ ବ୍ଲକ ଚିଲିକା ଉପକୂଳରେ ଅବସ୍ଥାପିତ ହୋଇଥିବାରୁ ବର୍ଷ ତମାମ ଏଠାରେ ପାନୀୟ ଜଳ ସମସ୍ୟା ଲାଗିରୁହେ। ରୌଦ୍ରତାପ ସମୟରେ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରେ। ସେଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଏପ୍ରିଲ ୧ରୁ ଜୁନ୍‌ ୩୦ ପର୍ଯ୍ୟନ୍ତ ଅନେକ ପଞ୍ଚାୟତରେ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଇ ଦିଆଯିବା ସହ ହାତଗଣତି କେତୋଟି ପଞ୍ଚାୟତରେ ପାଇପ୍‌ ଯୋଗେ ଜଳ ଯୋଗାଇବା ପ୍ରକଳ୍ପମାନ ନିର୍ମାଣ କରାଯାଇଛି। ପାଣ୍ଡିଆକେରା ପଞ୍ଚାୟତର ପାଣ୍ଡିଆକେରାଠାରେ ଦୟାନଦୀରେ ପାଇପ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଇ ପାଣ୍ଡିଆକେରା, ବାଙ୍କତଳ, ବଗିପଡ଼ା, ଘରଛିଆ, ଗଡ଼ମାଟିଆପଡ଼ା, ନାନାକେରା, ଶିମିଳିପାଟଣା ଗ୍ରାମକୁ ପାଇପ ଜଳ ଯୋଗାଣ କାର୍ଯ୍ୟ ଚାଲୁଥିଲା। ହେଲେ ୮ ଦିନ ହେଲା ପାଇପ ଜଳ ପ୍ରକଳ୍ପ ଅଚଳ ହୋଇପଡ଼ିବାରୁ ପାଇପ ଜଳ ଯୋଗାଣ ବନ୍ଦ ରହିଛି। ଗ୍ରାମବାସୀ ପାନୀୟଜଳ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ସମ୍ପର୍କରେ ଜଳ ଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀ ରଞ୍ଜନ ସାମନ୍ତରାୟଙ୍କୁ ପଚାରିବାରେ, ମଟରଟିର କାପାସିଟର ଖରାପ ଥିବାରୁ ଜଳଯୋଗାଣ ବନ୍ଦ ରହିଛି। ଦିନେ ଦୁଇ ଦିନ ଭିତରେ ମଟରଟି କାମ କରାଯାଇ ଜଳ ଯୋଗାଣ କାର୍ଯ୍ୟ ଆରମ୍ଭ ହେବ। ଅନ୍ୟପଟେ ନଦୀକୂଳବାସୀ ଗରା, ବାଲ୍‌ଟି ଧରି ଦୟାନଦୀରୁ ଦୂଷିତ ପାଣିକୁ ବ୍ୟବହାର ପାଇଁ ଆଣୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri