ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର ପ୍ରଦାନ କରିଛନ୍ତି I ସୂଚନା ଅନୁସାରେ ସିନ୍ଦିଭଟାରେ ୬୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର ବସବାସ କରିଆସୁଛନ୍ତି। ଗାଁରେ ତିନିଟି ନଳକୂପ ରହିଥିଲେ ମଧ୍ୟ ସେଥିମଧ୍ୟରୁ ଦୁଇଟି ନଳକୂପରେ ପର୍ଯ୍ୟାପ୍ତ ପରିମାଣରେ ପାଣି ବାହାରୁ ନ ଥିବାରୁ ଗୋଟିଏ ନଳକୂପ ଉପରେ ୬୦ ପରିବାର ନିର୍ଭର କରୁଛନ୍ତି। ତେବେ ଏହା ଲୋକଙ୍କ ଆବଶ୍ୟକତା ମେଣ୍ଟାଇପାରୁ ନାହିଁ। ଏ ନେଇ ପୂର୍ବରୁ ଗାଁ ଲୋକେ ପଞ୍ଚାୟତଠାରୁ ବ୍ଲକ ପର୍ଯ୍ୟନ୍ତ ଅଭିଯୋଗ କରିଥିଲେ। ଏହାପରେ ଗାଁରେ ଗୋଟିଏ କୂଅ ଖୋଳାଯାଇଥିଲେ ହେଁ ସେଥିରୁ ମଧ୍ୟ ପର୍ଯ୍ୟାପ୍ତ ପରିମାଣରେ ପାଣି ବାହାରି ନ ଥିଲା। ଏହି ସମସ୍ୟା ନେଇ ଗ୍ରାମର ପଦ୍ମଲୋଚନ ହରିଜନ, ଇନ୍ଦ୍ର ମାଝୀ, ବଳଭଦ୍ର ମାଝୀ, ସୁନା ମାଝୀ, ମଣି ମାଝୀ, ସବିତା ସାହୁ, ଜୟମତି ମାଝୀ, ସାଣେ ମାଝୀ, ଯମୁନା ମାଝୀ, ସସ୍ମିତା ମାଝୀ ପ୍ରମୁଖ ହାଣ୍ଡି, ଡ଼େକଚି, ଗରା, ବାଲ୍‌ଟି ଧରି ବିଡିଓଙ୍କୁ ସାକ୍ଷାତ କରି ଲିଖିତ ଦାବିପତ୍ର ପ୍ରଦାନ କରିଥିଲେ। ଏ ନେଇ ବିଡ଼ିଓ ଶଶାଙ୍କ ପାତ୍ରଙ୍କୁ ପଚାରିବାରୁ ସିନ୍ଦିଭଟା ଗ୍ରାମରେ ପାଣି ଅଭାବ ଯୋଗୁ ଶନିବାରଠାରୁ ସମସ୍ୟା ଦୂର ହେବ ପର୍ଯ୍ୟନ୍ତ ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦିଆଯିବ ବୋଲି ପ୍ରକାଶ କରିଛନ୍ତି। ସେହିପରି ଗ୍ରାମ୍ୟ ଜଳ ଯୋଗାଣ ବିଭାଗୀୟ ଯନ୍ତ୍ରୀ ଯଶବନ୍ତ ମାଝୀ ମଧ୍ୟ ସମାନ ପ୍ରତିକ୍ରିୟା ରଖିଛନ୍ତି। ତେବେ କେବେ ଗାଁର ପାନୀୟଜଳ ସମସ୍ୟା ସମାଧାନ ହେଉଛି ତାହା ଦେଖିବାକୁ ବାକି ରହିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri