ନଳକୂପ ଅଚଳ: ପାଣି ପାଇଁ ହଟହଟା

ଆଳି,୧୫ା୫(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ନୂଆବଜାରରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଫଳରେ ଏଠାରେ ଥିବା ହଜାରେରୁ ଊର୍ଦ୍ଧ୍ୱ ବ୍ୟବସାୟ ପ୍ରତିଷ୍ଠାନ ସହିତ ସରକାରୀ, ବେସରକାରୀ କାର୍ଯ୍ୟାଳୟ କର୍ମଚାରୀଙ୍କ ସହ ସାଧାରଣ ଲୋକେ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଠାରେ ସ୍ବଚ୍ଛ ପାନୀୟ ଜଳ ବ୍ୟବସ୍ଥା ନାହିଁ। ନୂଆବଜ଼ାରର ଅନ୍ନପୂର୍ଣ୍ଣା ପଡ଼ିଆ ନିକଟରେ ଥିବା ନଳକୂଅ ଉପରେ ସମସ୍ତେ ନିର୍ଭର କରନ୍ତି।

ହେଲେ ଦୀର୍ଘ ଦିନ ହେବ ଉକ୍ତ ନଳକୂଅରୁ ସ୍ବଳ୍ପ ପରିମାଣର ପାଣି ବାହାରୁଥିଲା। ହେଲେ ଗତ ଦେଢ଼ ମାସ ହେବ ନଳକୂଅଟି ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି l ଫଳରେ ବ୍ୟବସାୟୀଙ୍କ ସହ ଅନ୍ୟମାନେ ଘରୁ ପାଣି ଆଣିବା ସହ ବଜାରରେ ବିକ୍ରି ହେଉଥିବା ପାଣି ପାଉଚ ଓ ବୋତଲ ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି l

ଏ ନେଇ ବ୍ୟବସାୟୀମାନେ ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ବିଭୁପଦାରବିନ୍ଦ ବେହେରାଙ୍କ ନିକଟରେ ଅଭିଯୋଗ କରିଥିଲେ। ହେଲେ ଏହି ଦିଗରେ କୌଣସି ସୁଫଳ ମିଳୁ ନ ଥିବା ସୁଶୀଲ ସେନାପତି, ବିନୋଦ କୁମାର ସ୍ବାଇଁ, ଅଭିମନ୍ୟୁ ସ୍ବାଇଁ, ଦୁର୍ଯ୍ୟୋଧନ ମଲ୍ଲିକ, ବୁଲୁ ଖାଁ, ପ୍ରଫୁଲ୍ଲ ସାହୁ, ମେହେମୁଦ ଖାନ୍‌, ଆୟୁବ ଖାନ୍‌, ମହେଶ୍ୱର ମହାନ୍ତି, ସରୋଜ ଲାହା ପ୍ରମୁଖ ବ୍ୟବସାୟୀ ଅଭିଯୋଗ କରିଛନ୍ତି । ଆଳି ବିଡିଓ ଅବିନାଶ ବିଶ୍ୱଜିତ ସେଠୀଙ୍କୁ ପଚାରିବାରୁ ସେ ବିଭାଗୀୟ ଯନ୍ତ୍ରୀଙ୍କ ସହ ସମସ୍ୟା ବିଷୟରେ ଆଲୋଚନା କରିଛନ୍ତି। ସୋମବାର ମଧ୍ୟରେ ଏହାର ମରାମତି ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?