କଛାରପଡ଼ାରେ ପାନୀୟଜଳ ସମସ୍ୟା ନାଳ ଚୂଆ ଉପରେ ଭରସା

ନୂଆପଡ଼ା,୨୧ା୭ (ମକାରୁ ବେମାଲ): କେନ୍ଦ୍ର ଓ ରାଜ୍ୟ ସରକାର ବିଶୁଦ୍ଧ ପାନୀୟଜଳ ଯୋଗାଇଦେବା ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଏହି ଯୋଜନା ସମ୍ପୂର୍ଣ୍ଣ ଫେଲ ମାରିଛି। ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ଲୋକେ ବିଶୁଦ୍ଧ ପାନୀୟ ଜଳରୁ ବଞ୍ଚତ୍ତ ହୋଇ ନଈ, ନାଳ, ଝରଣା, ଖୋଲା କୂଅ ଉପରେ ନର୍ଭର କରୁଛନ୍ତି। ଏହାର ଏକ ଉଦାହରଣ ନୂଆପଡ଼ା ଜିଲା ସିନାପାଲି ବ୍ଲକ ଦୁର୍ଗମ ଘାଟମାଳ ପଞ୍ଚାୟତ ତାଲାକୋଟ ଗାଁର କଛାରପଡ଼ାରେ ଦେଖିବାକୁ ମିଳିଛି। ପଡ଼ାବାସୀ ନାଳପାର୍ଶ୍ୱ ବାଲିରେ ଚୂଆ ଖୋଳି ପାନୀୟ ଜଳ ସଂଗ୍ରହ କରୁଛନ୍ତି। କଛାରପଡାରେ ଆଦିବାସୀ ସମ୍ପ୍ରଦାୟର ୩୦ରୁ ଊର୍ଦ୍ଧ୍ୱ ପରିବାରର ୧୫୦ରୁ ଅଧିକ ସଦସ୍ୟ ବସବାସ କରୁଛନ୍ତି। ତାଲାକୋଟ ଗାଁରେ ଓଭରହେଡ୍‌ ଟାଙ୍କି ନିର୍ମାଣ କରାଯାଇ ଅନ୍ୟ ଗାଁ ବା ପଡ଼ାକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ହେଲେ ତାଲାକୋଟଠାରୁ କଛାରପଡା ମାତ୍ର ୨ କିଲୋମିଟର ହୋଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଫଳରେ ପଡ଼ାବାସୀ ବାଧ୍ୟ ହୋଇ ନିକଟସ୍ଥ ବୁଢଗେଲ ନାଳରୁ ବାଲି ଚୂଆଁ ଖୋଲି ପାଣି ସଂଗ୍ରହ କରୁଛନ୍ତି।ସେହି ଗୋଳିଆ ପାଣି ବ୍ୟବହାର କରି ଲୋକେ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ଏହି ସମସ୍ୟା ନେଇ ପଡ଼ାବାସୀ ନିର୍ବାଚିତ ପ୍ରତିନିଧିଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଗୁହାରି କରିଥିଲେ ମଧ୍ୟ ସୁଫଳ ମିଳି ନାହିଁ। ବିଭାଗୀୟ ଅଧିକାରୀ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ପଡ଼ାର କରୁଣା ମାଝି, ପୁରଦୀ ମାଝି, ରାମଲୁ ମାଝି, ସୋମନାଥ ଦେବଗୁନିଆ, ମଞ୍ଜୁଳା ମାଝି, ସୁରେଖା ମାଝି, ଭୂଜେଶ୍ୱରୀ ମାଝି ପ୍ରମୁଖ ଦାବି କରିଛନ୍ତି।ଏ ସଂକ୍ରାନ୍ତରେ ସିନାପାଲି ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ କେଶବ ସାହୁଙ୍କୁ ପଚାରିବାରୁ ଏହି ପଡାକୁ କିଭଳି ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରାଯିବ ସେ ନେଇ ଆମେ ବ୍ୟବସ୍ଥା କରୁଛୁ। ଅଳ୍ପ କିଛିଦିନ ଭିତରେ ପାଣି ସମସ୍ୟା ଦୂର ହୋଇଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri