କୁଚିଣ୍ଡାରେ ପାନୀୟ ଜଳ ସମସ୍ୟା ଉତ୍କଟ

କୁଚିଣ୍ଡା,୧୬ା୬(ବିରଞ୍ଚତ୍ ଦର୍କା): ଗ୍ରୀଷ୍ମ ପ୍ରବାହ ବଢିଚାଲିଥିବା ବେଳେ ଗତ କିଛିଦିନ ଧରି କୁଚିଣ୍ଡା ସହରରେ ପାନୀୟଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ଲୋକେ ପାଣି ମୁନ୍ଦାଏ ପାଇଁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟା ସମାଧାନ ପାଇଁ ଭାଜପା ପକ୍ଷରୁ ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।
କୁଚିଣ୍ଡା ସହରର ଉଭୟ ପାଶର୍‌ବରେ ଥିବା ଖର୍ଲା ଓ ଭେଡେନ ନଦୀ ପ୍ରବାହିତ ହେଉଥିଲେ ହେଁ ତାହା ଏବେ ଶୁଖିଲା ପଡିଛି। ସରକାରଙ୍କ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଖର୍ଲା ନଦୀ ଉପରେ ଏକ ଜଳ ଯୋଗାଣ ପ୍ରକଳ୍ପ କରି କୁଚିଣ୍ଡା ସହରକୁ ପାଇପ୍‌ ଯୋଗେ ଜଳ ଯୋଗାଇ ଆସୁଛି। ମାତ୍ର ପ୍ରବଳ ଗ୍ରୀଷ୍ମ ଯୋଗୁ ନଦୀର ଜଳସ୍ତର ଶୁଖିଯାଇ ଇନ୍‌ଟେକ କୂଅକୁ ମଧ୍ୟ ଆବଶ୍ୟକ ପାଣି ଆସୁ ନାହିଁ। ଫଳରେ ଏନ୍‌ଏସିର ୧୧ଗୋଟି ୱାର୍ଡ ବିଶିଷ୍ଟ କୁଚିଣ୍ଡା ସହରରେ ଜଳ ସଙ୍କଟ ଦେଖାଦେଇଛି। ଜନସ୍ବାସ୍ଥ୍ୟ ବିଭାଗ ଦିନକୁ ଦୁଇ ଓଳି ସ୍ବଳ୍ପ ସମୟ ପାଇଁ ପାଣି ଯୋଗାଣ କରୁଥିଲେ ମଧ୍ୟ ତାହା ସହରର ସମସ୍ତ ୱାର୍ଡର ଆବଶ୍ୟକତା ପୂରଣ କରିପାରୁ ନାହିଁ। ସହରର କିଛି ଅଞ୍ଚଳକୁ ବିଭାଗ ପକ୍ଷରୁ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ ହେଉଥିଲେ ବି ତାହା ସମୁଦ୍ରକୁ ଶଙ୍ଖେ ପରି ହୋଇଛି। ଏହି ସମସ୍ୟା ନେଇ କୁଚିଣ୍ଡା ଉପଜିଲାପାଳ ଓ ଜନସ୍ବାସ୍ଥ୍ୟ ବିଭାଗର ନିର୍ବାହୀଯନ୍ତ୍ରୀ ମିଳିତ ଭାବେ ଖର୍ଲା ନଦୀକୁ ଯାଇ ସ୍ଥତି ଅନୁଧ୍ୟାନ କରିଛନ୍ତି। ଏହି ସମସ୍ୟା ସମାଧାନ ନିମନ୍ତେ ବୁଧବାର ଭାଜପା ପକ୍ଷରୁ ଜନସ୍ବାସ୍ଥ୍ୟ ବିଭାଗ ନିର୍ବାହୀଯନ୍ତ୍ରୀଙ୍କୁ ଦାବିପତ୍ର ଦିଆଯାଇଛି। ଦାବିପତ୍ର ପ୍ରଦାନ ସମୟରେ ପୂର୍ବତନ ବିଧାୟକ ତଥା ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ରବିନାରାୟଣ ନାଏକ, ପିଙ୍କୁ ପାଣି, ମହେଶ ରାୟ, ପ୍ରାଣବନ୍ଧୁ ନାଥ, ମଣ୍ଡଳ ସଭାପତି ଉପେନ୍ଦ୍ର ପଟେଲ, ଚିତ୍ତରଞ୍ଜନ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। ତୁରନ୍ତ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଭାଜପା ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri