କୁଚିଣ୍ଡାରେ ପାନୀୟ ଜଳ ସମସ୍ୟା ଉତ୍କଟ

କୁଚିଣ୍ଡା,୧୬ା୬(ବିରଞ୍ଚତ୍ ଦର୍କା): ଗ୍ରୀଷ୍ମ ପ୍ରବାହ ବଢିଚାଲିଥିବା ବେଳେ ଗତ କିଛିଦିନ ଧରି କୁଚିଣ୍ଡା ସହରରେ ପାନୀୟଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ଲୋକେ ପାଣି ମୁନ୍ଦାଏ ପାଇଁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟା ସମାଧାନ ପାଇଁ ଭାଜପା ପକ୍ଷରୁ ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।
କୁଚିଣ୍ଡା ସହରର ଉଭୟ ପାଶର୍‌ବରେ ଥିବା ଖର୍ଲା ଓ ଭେଡେନ ନଦୀ ପ୍ରବାହିତ ହେଉଥିଲେ ହେଁ ତାହା ଏବେ ଶୁଖିଲା ପଡିଛି। ସରକାରଙ୍କ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଖର୍ଲା ନଦୀ ଉପରେ ଏକ ଜଳ ଯୋଗାଣ ପ୍ରକଳ୍ପ କରି କୁଚିଣ୍ଡା ସହରକୁ ପାଇପ୍‌ ଯୋଗେ ଜଳ ଯୋଗାଇ ଆସୁଛି। ମାତ୍ର ପ୍ରବଳ ଗ୍ରୀଷ୍ମ ଯୋଗୁ ନଦୀର ଜଳସ୍ତର ଶୁଖିଯାଇ ଇନ୍‌ଟେକ କୂଅକୁ ମଧ୍ୟ ଆବଶ୍ୟକ ପାଣି ଆସୁ ନାହିଁ। ଫଳରେ ଏନ୍‌ଏସିର ୧୧ଗୋଟି ୱାର୍ଡ ବିଶିଷ୍ଟ କୁଚିଣ୍ଡା ସହରରେ ଜଳ ସଙ୍କଟ ଦେଖାଦେଇଛି। ଜନସ୍ବାସ୍ଥ୍ୟ ବିଭାଗ ଦିନକୁ ଦୁଇ ଓଳି ସ୍ବଳ୍ପ ସମୟ ପାଇଁ ପାଣି ଯୋଗାଣ କରୁଥିଲେ ମଧ୍ୟ ତାହା ସହରର ସମସ୍ତ ୱାର୍ଡର ଆବଶ୍ୟକତା ପୂରଣ କରିପାରୁ ନାହିଁ। ସହରର କିଛି ଅଞ୍ଚଳକୁ ବିଭାଗ ପକ୍ଷରୁ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ ହେଉଥିଲେ ବି ତାହା ସମୁଦ୍ରକୁ ଶଙ୍ଖେ ପରି ହୋଇଛି। ଏହି ସମସ୍ୟା ନେଇ କୁଚିଣ୍ଡା ଉପଜିଲାପାଳ ଓ ଜନସ୍ବାସ୍ଥ୍ୟ ବିଭାଗର ନିର୍ବାହୀଯନ୍ତ୍ରୀ ମିଳିତ ଭାବେ ଖର୍ଲା ନଦୀକୁ ଯାଇ ସ୍ଥତି ଅନୁଧ୍ୟାନ କରିଛନ୍ତି। ଏହି ସମସ୍ୟା ସମାଧାନ ନିମନ୍ତେ ବୁଧବାର ଭାଜପା ପକ୍ଷରୁ ଜନସ୍ବାସ୍ଥ୍ୟ ବିଭାଗ ନିର୍ବାହୀଯନ୍ତ୍ରୀଙ୍କୁ ଦାବିପତ୍ର ଦିଆଯାଇଛି। ଦାବିପତ୍ର ପ୍ରଦାନ ସମୟରେ ପୂର୍ବତନ ବିଧାୟକ ତଥା ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ରବିନାରାୟଣ ନାଏକ, ପିଙ୍କୁ ପାଣି, ମହେଶ ରାୟ, ପ୍ରାଣବନ୍ଧୁ ନାଥ, ମଣ୍ଡଳ ସଭାପତି ଉପେନ୍ଦ୍ର ପଟେଲ, ଚିତ୍ତରଞ୍ଜନ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। ତୁରନ୍ତ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଭାଜପା ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri