ମାସେ ହେବ ବିଦ୍ୟାଳୟରେ ପାନୀୟ ଜଳ ସମସ୍ୟା

ନିରାକାରପୁର,୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଶିକ୍ଷା ସର୍କଲ ଅନ୍ତର୍ଗତ ନିରାକାରପୁର ପଞ୍ଚାୟତସ୍ଥିତ ଚିତ୍ରକୂଟ ବିହାରରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ମାସେ ହେବ ପାନୀୟ ଜଳର ଉକତ୍ଟ ସମସ୍ୟା ଦେଖାଯାଉଛି। ପାଣି ନ ଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଅସୁବିଧା ନେଇ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଅଭିଯୋଗ କରିଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ଫଳରେ ଶୁକ୍ରବାର ଛାତ୍ରୀଛାତ୍ର, ଶିକ୍ଷକ ଓ ଅଭିଭାବକମାନେ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ପଦ୍ମପୁରରୁ ମଞ୍ଜରିଆ ମୁଖ୍ୟ ରାସ୍ତା ଉପରେ ଧାରଣା ଦେଇଥିଲେ। ପରେ ବ୍ଲକ ପ୍ରଶାସନ ପକ୍ଷରୁ ଶନିବାର ପାଣି ମିଳିବା ପ୍ରତିଶ୍ରୁତି ମିଳିବା ପରେ ଧାରଣା ହଟିଥିଲା।
ସୂଚନା ଅନୁଯାୟୀ, ଉକ୍ତ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସହିତ ଅଙ୍ଗନଓ୍ବାଡି କେନ୍ଦ୍ର ଚାଲୁଛି। ବିଦ୍ୟାଳୟରେ ମୋଟ ୬୮ଜଣ ଛାତ୍ରୀଛାତ୍ର ପଢୁଥିବା ବେଳେ ସେଥିରେ ୧୮ଜଣ ଅଙ୍ଗନଓ୍ବାଡି ପିଲା ରହିଛନ୍ତି। ତେବେ ଚଳିତ ବର୍ଷ ଜାନୁୟାରୀ ୩୦ରୁ ସ୍କୁଲକୁ ଏକମାତ୍ର ଭରସା ଥିବା ନଳକୂପଟି ଖରାପ ହୋଇଯାଇଥିଲା। ଫଳରେ ପିଲାମାନେ ପାଣି ଟୋପେ ପାଇପାରୁ ନ ଥିବାବେଳେ ମଧ୍ୟାହ୍ନଭୋଜନ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ସ୍କୁଲ ଶିକ୍ଷକମାନେ ସୂଚନା ଦେଇଛନ୍ତି। ଏନେଇ ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ଶିକ୍ଷାଧିକାରୀଙ୍କ ନିକଟକୁ ଲିଖିତ ଅଭିଯୋଗ କରାଯାଇଥିଲେ ମଧ୍ୟ କେହି ଶୁଣି ନ ଥିଲେ। ଫଳରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ଛାତ୍ରୀଛାତ୍ରଙ୍କ ସହ ରାସ୍ତାରେ ବସିବାକୁ ବାଧ୍ୟ ହେଲୁ ବୋଲି ବିଦ୍ୟାଳୟର ପରିଚାଳନା କମିଟି ଅଧ୍ୟକ୍ଷ ମନୋଜ କୁମାର ପ୍ରଧାନ କହିଛନ୍ତି। ରାସ୍ତା ଅବରୋଧ ଯୋଗୁ ଯାତାୟାତରେ ବାଧାପ୍ରାପ୍ତ ହୋଇଥିଲା। ଏନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଂଯୁକ୍ତା ଦେଈଙ୍କୁ ପଚାରିବାରେ ଫେବୃୟାରୀ ୧୩ରେ ୧୫ ଦିନ ହେଲା ସ୍କୁଲର ପାନୀୟ ସମସ୍ୟା ନେଇ ସରପଞ୍ଚ, ବ୍ଲକ ଶିକ୍ଷାଧିକାରୀ ଏବଂ ଅନ୍ୟମାନଙ୍କୁ ଲିଖିତ ଅଭିଯୋଗ କରିଥିଲି। ହେଲେ କେହି କର୍ଣ୍ଣପାତ କରି ନ ଥିଲେ ବୋଲି ସେ କହିଛନ୍ତି। ଫଳରେ ଆମେ ପାଣି ପାଇଁ ନାନା ହଇରାଣ ହେଉଛୁ। ଏନେଇ ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ସାବିତ୍ରୀ ସାହୁଙ୍କୁ ପଚାରିବାରେ ବିଡିଓଙ୍କୁ କହି ସପ୍ଲାଇ ପାଣି ଦେଇଛୁ। ସେମାନେ ସରପଞ୍ଚଙ୍କୁ କହି ତାକୁ ଶର୍ଟଆଉଟ୍‌ କରନ୍ତୁ ବୋଲି କହିଛନ୍ତି। ପ୍ରାୟ ୨ଘଣ୍ଟା ପରେ ଖବରପାଇ ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓଙ୍କ ନିର୍ଦ୍ଦେଶରେ ୨ଜଣ ମେକାନିକଙ୍କୁ ନଳକୂପ ସଜାଡ଼ିବାକୁ ତୁରନ୍ତ ସ୍କୁଲକୁ ପଠାଯାଇଥିଲା। ମେକାନିକଦ୍ୱୟ ଆସି ନଳକୂପ ଦେଖିବା ସହ ଶନିବାର ସୁଦ୍ଧା ମରାମତି ହୋଇଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ସମସ୍ତେ ରାସ୍ତାରୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri