ଅବଧି ଶେଷ ପରେ ସରୁନି ପ୍ରକଳ୍ପ କାମ: ଉତ୍କଟ ହେଉଛି ପାନୀୟ ଜଳ ସମସ୍ୟା

ଥୁଆମୂଳ ରାମପୁର,୬ା୨(ଦୁର୍ଗା କୀର୍ତ୍ତି)-କଳାହାଣ୍ଡି ଜ଼ିଲାର ଥୁଆମୂଳ ରାମପୁର ବ୍ଲକର ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ମେଗା ପାନୀୟଜଳ ପ୍ରକଳ୍ପ ଆରମ୍ଭ ହୋଇଥିଲା। ହେଲେ ଅବଧି ଶେଷ ପରେ ବି ପ୍ରକଳ୍ପ କାମ ଶେଷ ହୋଇନାହିଁ। ଫଳରେ ବ୍ଲକରେ ଜଳ ସମସ୍ୟା ଉତ୍କଟ ହେବାରେ ଲାଗିଛି। ପ୍ରତ୍ୟେକ ଘରକୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇବା ଲକ୍ଷ୍ୟ ନେଇ ୨୦୨୨ ନଭେମ୍ବରରୁ ମେଘା ଇଞ୍ଜିନିୟରିଂ ଲିମିଟେଡ଼ ନାମକ ଏକ ହାଇଦ୍ରାବାଦି କମ୍ପାନୀ ପ୍ରକଳ୍ପ କାମ ଆରମ୍ଭ କରିଥିଲା। ଗୋପୀନାଥପୁର ଗ୍ରାମ ପଞ୍ଚାୟତ ଅଧୀନ କମଳାଗୁଡା କଲୋନୀପଡ଼ାରେ ପ୍ରାୟ ୭ଏକର ସରକାରୀ ଜମିରେ ପ୍ରକଳ୍ପ ନିର୍ମାଣ ହେଉଛି। ପ୍ରକଳ୍ପରୁ ବ୍ଲକର ୧୪ଗୋଟି ଗ୍ରାମ ପଞ୍ଚାୟତର ୧୦୦ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାଇପ୍‌ ଯୋଗେ ଜଳ ଯୋଗାଣ ବ୍ୟବସ୍ଥା ହୋଇଛି। ଏଥିରେ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ସହ ଇମିଡ଼ିଏଟ ବୁଷ୍ଟର ପମ୍ପ୍‌ହାଉସ ବ୍ୟବସ୍ଥା ଅଛି। ହେଲେ ପରିତାପର ବିଷୟ ପ୍ରକଳ୍ପ ନିର୍ମାଣର ତିନିବର୍ଷ ବିତି ଗତ ନଭେମ୍ବର ମାସରେ ଅବଧି ଶେଷ ହୋଇଥିଲେ ମଧ୍ୟ ମାତ୍ର ୩୦% କାମ ଶେଷ ହୋଇଛି। ଏ ନେଇ ବିଭାଗୀୟ ଅଧିକାରୀଙ୍କୁ ଅଞ୍ଚଳବାସୀ ବାରମ୍ବାର ଅଭିଯୋଗ କଲେ ସୁଦ୍ଧା କୌଣସି ସୁଫଳ ମିଳିପାରୁନାହିଁ। ତେଣୁ ଠିକା ସଂସ୍ଥାର ଟେଣ୍ଡରକୁ ବାତିଲ କରିବା ସହ ଯଥାଶୀଘ୍ର ପ୍ରକଳ୍ପ ଶେଷ କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ବିଭାଗୀୟ ସହକାରୀ ଯନ୍ତ୍ରୀ ମନ୍ମଥ ମୂର୍ମୁଙ୍କୁ ପଚାରିବାରୁ ଟେଣ୍ଡର ପାଇଥିବା କମ୍ପାନୀ ହାଇଦ୍ରାବାଦର। କମ୍ପାନୀ ଅନେକ କାମ ହାତକୁ ନେଇଥିବାରୁ ଆମ ବ୍ଲକର କାମକୁ ଅବହେଳା କରୁଛି। ଜିଲାସ୍ତରୀୟ ବୈଠକରେ ଜିଲାପାଳ ମଧ୍ୟ ଅନେକଥର କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କମ୍ପାନୀ ବେଖାତିର କରି ମନଇଚ୍ଛା କାମ କରୁଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri