ପାନୀୟଜଳ ସମସ୍ୟା ଉତ୍କଟ: ସରପଞ୍ଚ, ପିଇଓଙ୍କୁ ତାଲା ପକାଇଲେ ଗ୍ରାମବାସୀ

କେସିଙ୍ଗା,୯।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିକିଆ ଗ୍ରାମପଞ୍ଚାୟତର ଡଙ୍ଗରମୂର୍ଲ୍ଲି ଗ୍ରାମର ୯, ୧୦ ନମ୍ବର ୱାର୍ଡରେ ୩୦ଟି ପରିବାର ବସବାସ କରୁଛନ୍ତି। ଏହି ୱାର୍ଡବାସୀ ଗୋଟିଏ ନଳକୂପ ଉପରେ ନିର୍ଭର କରନ୍ତି। ବର୍ତ୍ତମାନ ନଳକୂପରେ ପାଣି ବାହାରିବା ବଦଳରେ ଲୁହା ଗୁଣ୍ଡ ବାହାରୁ ଥୁବାର ୱାର୍ଡବାସୀ ଅଭିଯୋଗ କରିଛନ୍ତି। ଏହି ଦୁଇଟି ୱାର୍ଡର ନଳକୂପର ପାଣି ପାଇଁ ୮ ଜଣ କିଡ଼ନୀ ରୋଗ ରେଇତି ମଧ୍ୟରେ ମୃତ୍ୟୁବରଣ କରିଛନ୍ତି ଓ ପ୍ରାୟ ୨୦ ଜଣ କିଡନୀ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ରହିଛନ୍ତି।

ଗ୍ରାମରେ ବସୁଧା ପାନୀୟ ଜଳଯୋଗାଣ ପ୍ରକଳ୍ପ ଦ୍ୱାରା ଡଙ୍ଗର ମୂର୍ଲ୍ଲି ଗ୍ରାମରେ ୧ କୋଟି ୨୭ ଲକ୍ଷ ୪୦ହଜାର ୭୯୦ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଛି। କିନ୍ତୁ ବସୁଧା ପାନୀୟ ଜଳଯୋଗାଣ ପ୍ରକଳ୍ପ କୌଣସି କାମରେ ଆସୁ ନାହିଁ । ପାଇପ ଲାଇନ ସବୁ ପୋତା ହୋଇଛି। ପାଇପରେ ପାଣି ବି ଆସୁ ନାହିଁ। ଯାହାଫଳରେ ଲୋକେ ପିଇବା ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ହେଲେ କାହାର ନଜର ନାହିଁ। ଡଙ୍ଗର ମୁର୍ଲ୍ଲି ଗ୍ରାମରେ ନିର୍ମିତ ବସୁଧା ପାନୀୟ ଜଳଯୋଗାଣ ପ୍ରକଳ୍ପ ୨୮.୫.୨୦୨୧ ରେ ସମ୍ପୂର୍ଣ ହେଲାଣି ବୋଲି ସୂଚନା ଫଳକରେ ଲେଖା ଯାଇଛି। ଗାଧୋଇବା ପାଇଁ ଗୋଟିଏ ପୋଖରୀ ଅଛି। ସେଥିରେ ବି ପାଣି ନାହିଁ। ମାଟି ତଳ ଫାଟି ଆଁ କଲାଣି । ଏହି ସବୁ ସମସ୍ୟାର ପ୍ରତିବାଦରେ କିକିଆ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ କିଶୋର ପ୍ରଧାନ, ନିର୍ବାହୀ ଅଧିକାରିଣୀ ଋତୁମ୍ଭରା ପୁରୋହିତ ନାଏବ ସରପଞ୍ଚ ଓ ଦୁଇ ଜଣ ୱାର୍ଡ ମେମ୍ବରଙ୍କୁ କାର୍ଯ୍ୟାଳୟ ବସିଥିବାବେଳେ ଗ୍ରାମର ଶତାଧିକ ମହିଳା, ପୁରୁଷ, ଯୁବକଙ୍କ ମିଳିତ ଉଦ୍ୟମରେ ଗ୍ରାମ ପଞ୍ଚାୟତରେ ତାଲା ପକାଇ ଗଣନ୍ଦୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri