ପ୍ରଶାସନର ଦ୍ୱାରସ୍ଥ ପରେ ଗାଁରୁ ଦୂର ହେଲା ପାନୀୟ ଜଳ ସମସ୍ୟା

କୋକସରା,୧୦ା୬(ଡି.ଏନ୍‌.ଏ.): ପାନୀୟ ଜଳ ପାଇଁ ବ୍ଲକ ପ୍ରଶାସନର ଦ୍ୱାରସ୍ଥ ପରେ ଟେମରା ପଞ୍ଚାୟତ ହଂସପଡ଼ା ଗ୍ରାମକୁ ୨ଟି ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ କରିଛନ୍ତି ବ୍ଲକ ପ୍ରଶାସନ ଓ ପଞ୍ଚାୟତ କର୍ତ୍ତୃପକ୍ଷ। କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ହଂସପଡ଼ା ଗାଁରେ ପାନୀୟ ଜଳର ଉତ୍କଟ ଅଭାବ ଦେଖାଦେଇଥିବା ବେଳେ ଗତ ବୁଧବାର ହଂସପଡ଼ା ଗାଁର ମହିଳା ଓ ଗ୍ରାମବାସୀ କୋକସରା ବିଡିଓ ଉତ୍ତମ କୁମାର ବାଗ୍‌ ଓ ବିଧାୟକଙ୍କ ପ୍ରତିନିଧି ମାନସ ରଞ୍ଜନ ବାଗଙ୍କୁ ଅଭିଯୋଗ କରିଥିଲେ। ଏନେଇ ବିଧାୟକ ମୋଷଧି ବାଗ ବ୍ଲକ ପ୍ରଶାସନକୁ ତ୍ୱରିତ ଜଳ ଯୋଗାଣ ପାଇଁ ନିର୍ଦ୍ଦେଶ ଦେଇଥିଲେ। ବ୍ଲକ ପ୍ରଶାସନ ପକ୍ଷରୁ ପଦକ୍ଷେପ ନେଇ ଜଳକଷ୍ଟ ଦୂର କରିବା ପାଇଁ ଶନିବାରଠାରୁ ୨ଟି ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ ଆରମ୍ଭ କରିଛନ୍ତି ଓ ହଂସପଡ଼ାକୁ ପାନୀୟ ଜଳ ଯୋଗାଣ ପାଇଁ ଗଭୀର ନଳକୂପ ଖନନ କାର୍ଯ୍ୟ ଶେଷ ହୋଇଛି। ଆସନ୍ତା କିଛିଦିନ ମଧ୍ୟରେ ହଂସପଡ଼ା ଗାଁକୁ ପାଇପ ଲାଇନ ସଂଯୋଗ କରି ପାନୀୟ ଜଳ ଯୋଗାଣ କରାଯିବା ନେଇ ପ୍ରଶାସନ ପକ୍ଷରୁ କୁହାଯାଇଛି। ପ୍ରଶାସନର ତ୍ୱରିତ ପଦକ୍ଷେପ ନେଇ ଜଳକଷ୍ଟ ଦୂର କରି ପାନୀୟ ଜଳ ଯୋଗାଣ ଫଳରେ ହଂସପଡ଼ା ଗ୍ରାମବାସୀ ବ୍ଲକ ପ୍ରଶାସନକୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri