ପାନୀୟଜଳ ସମସ୍ୟା: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଦେବଗଡ଼,୨୯।୪,(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ଝରାଗୋଗୁଆ ଗ୍ରାମପଞ୍ଚାୟତ ଫୁଲପଥରଖୋଳ ଗ୍ରାମରେ ପାନୀୟଜଳ ସମସ୍ୟା ଦେଖାଦେଇଥିବା ବେଳେ ଏହାର ସମାଧାନ ନିମନ୍ତେ ଗ୍ରାମବାସୀ ଦେବଗଡ଼ ଜିଲାପାଳଙ୍କ ନିକଟରେ ଲିଖିତ ଗୁହାରୀ କରିଛନ୍ତି । ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ ପାନୀୟ ଜଳ ପାଇଁ ଉକ୍ତ ଗ୍ରାମରେ ଏକ ସୋଲାର ପ୍ରକଳ୍ପ ନିର୍ମିତ ହୋଇଥିବା ବେଳେ ଆଜକୁ ପ୍ରାୟ ୬ ମାସ ହେଲା ତାହା ଅଚଳ ହୋଇପଡିଛି । ଏଥିସହ ନଳକୂପରୁ ଦୂଷିତ ପାଣି ବାହାରୁଥିବାରୁ ଲୋକ ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖିନ ହେଉଛନ୍ତି । ପାନୀୟ ଜଳର ସମାଧାନ ପାଇଁ ଗ୍ରାମବାସୀ ବିଭିନ୍ନ ସମୟରେ ବିଭାଗୀୟ ଅଧିକାରୀଙ୍କ ଠାରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସମାଧାନ ହୋଇପାରୁନାହିଁ । ଗୋଟିଏ ପଟେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ କଲବଲ କରୁଥିବା ବେଳେ ପାନୀୟ ଜଳ ସମସ୍ୟା ଗ୍ରାମବାସୀଙ୍କ ସମସ୍ୟାକୁ ବଢାଇ ଦେଉଛି । ଗାଁରେ ଥିବା ନଳକୂପରୁ ଗୋଳିଆ ଏବଂ ଦୂଷିତ ପାଣି ବାହାରୁଛି। ଫଳରେ ଉକ୍ତ ନଳକୂପ ବ୍ୟବହାର ଅନୁପେଯାଗୀ ହୋଇ ପଡିଛି । ଏହାର ସମାଧାନ ପାଇଁ ଗ୍ରାମବାସୀ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କୁ ଦାବୀପତ୍ର ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri