ପାନୀୟ ଜଳ ପ୍ରକଳ୍ପ ଅଚଳ : ଲୋକେ ହନ୍ତସନ୍ତ

କୁଜଙ୍ଗ,୮।୧୦(ମନୋଜ ପ୍ରଧାନ)ଜଗତ୍‌ସିଂହପୁର ଜିଲାର କୁଜଙ୍ଗ ଏକ ପୁରାତନ ଓ ସର୍ବୃହତ ହାଟ ଓ ବଜାରର ମାନ୍ୟତା ପାଇଛି। ଏଠାରେ ଥିବା ଏକ ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇଯାଇଛି। ଫଳରେ ପଥଚାରୀମାନେ ପାଣି ମୁନ୍ଦେ ପାଇଁ ଡହଳବିକ ହେଉଛନ୍ତି। ପ୍ରଶାସନିକ ଦୃଷ୍ଟିକୋଣରୁ କୁଜଙ୍ଗ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ରୂପେ ପରିଚିତ। ଏଠାରେ ପାଖାପାଖି ୧ହଜାର ଛୋଟବଡ ବ୍ୟବସାୟ ପ୍ରତିଷ୍ଠାନ ଥିବାବେଳେ ୫୦ରୁ ଊର୍ଦ୍ଧ୍ୱ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ରହିଛି। ଦୈନନ୍ଦିନ ବିଭିନ୍ନ କାର୍ଯ୍ୟରେ କୁଜଙ୍ଗ ବ୍ଲକକୁ ୨୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଏଠାକୁ ଯାତାୟାତ କରିଥାନ୍ତି। ତତ୍କାଳୀନ ମନ୍ତ୍ରୀ ଡା. ଦାମୋଦର ରାଉତ ୨୦୦୫ରେ କଟକ-ପାରାଦୀପ ରାଜ୍ୟ ରାଜପଥ କଡରେ ଥିବା ବିଶ୍ରାମାଗାର ନିକଟରେ ଲକ୍ଷାଧିକ ଟଙ୍କା ବ୍ୟୟ ଅଟକଳରେ ଏକ ପାନୀୟ ଜଳ ପ୍ରକଳ୍ପ ସ୍ଥାପନ କରିଥିଲେ। ଏବେ ବ୍ଲକ ପ୍ରଶାସନ ଉକ୍ତ ସ୍ଥାନରେ ଥିବା ବିଶ୍ରାମାଗାରକୁ ଭାଙ୍ଗି ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରିଛି। ମାତ୍ର ପାନୀୟଜଳ ପ୍ରକଳ୍ପକୁ ଅଚଳ ହୋଇଯାଇଛି। ଉକ୍ତ ଅଞ୍ଚଳ ଏବେ ନର୍ଦ୍ଦମାରେ ପରିଣତ ହୋଇଯାଇଛି। ଫଳରେ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉକ୍ତ ପାନୀୟଜଳ ପ୍ରକଳ୍ପକୁ କାର୍ଯ୍ୟକ୍ଷମ କରିବାପାଇଁ ୫ମାସ ପୂର୍ବରୁ ଜିଲାପାଳଙ୍କ ଜନ ଶୁଣାଣିରେ ଅଭିଯୋଗ କରାଯାଇଥିଲା। ଏହାସତ୍ତ୍ୱେ ଏପର୍ଯ୍ୟନ୍ତ କୌଣସି ସୁପଳ ମିଳି ନ ଥିବା ସାଧାରଣରେ ଅଭିଯୋଗ ହୋଇଛି। ତୁରନ୍ତ ଉକ୍ତ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ କରିବା ପାଇଁ ମାଟି ସୁରକ୍ଷା ମଞ୍ଚ ସଂଯୋଜକ ହୃଷୀକେଶ ନାଥ ଦାବି କରିଛନ୍ତି। ଏ ସମ୍ପର୍କରେ ନୂତନଭାବେ ଯୋଗଦେଇଥିବା ବିଡିଓ ଦିପକ ପ୍ରସାଦ ସ୍ବାଇଁ କୁହନ୍ତି, ଘଟଣାସ୍ଥଳ ପରିଦର୍ଶନ କରିବା ପରେ ଏହାକୁ କାର୍ଯ୍ୟକ୍ଷମ କରିବା ପାଇଁ ପଦକ୍ଷପ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri