ଲୋକାର୍ପଣ ହୋଇପାରୁନି ପାନୀୟ ଜଳ ପ୍ରକଳ୍ପ

ନିଶ୍ଚିନ୍ତକୋଇଲି,୨୦।୩ (ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକରେ ପ୍ରତି ପରିବାରକୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ସ୍ଥାନରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହେଉଛି। କିନ୍ତୁ ଦୁଃଖର ବିଷୟ ବିଭାଗୀୟ ଯନ୍ତ୍ରୀଙ୍କ ଅପାରଗତା ଓ ଉଦାସୀନ ତଥା ଲାଞ୍ଚଖୋର ମନୋଭାବ ପାଇଁ ବହୁ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡ଼ିଛି। ଠିକାଦାରମାନେ ସରକାରୀ ନୀତିନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଥିବା ବେଳେ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟିଦେଉନହାନ୍ତି। ଫଳରେ ବହୁ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡିରହିଛି। ଆଗକୁ ଗ୍ରୀଷ୍ମ ପ୍ରବାହ ଆସୁଥିବାରୁ ପାନୀୟ ଜଳ ପ୍ରକଳ୍ପର ସଫଳ ରୂପାୟନ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ବ୍ଲକରେ ବିଭାଗୀୟ ଦାୟିତ୍ୱହୀନତା ସର୍ବୋପରି ସମନ୍ବୟ ଅଭାବ ହେତୁ ଜିଗ୍ନିପୁର ପଞ୍ଚାୟତ ମହାଜନପୁର ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟନ ହୋଇପାରୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଲୋକେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ଜିଗ୍ନିପୁର ପଞ୍ଚାୟତ ଅନ୍ତର୍ଗତ ମହାଜନପୁର ଗ୍ରାମକୁ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ବସୁଧା ଯୋଜନାରେ ୭୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ଟେଣ୍ଡର ମାଧ୍ୟମରେ ଠିକାଦାର ଚୟନ କରାଯାଇଥିଲା। ତେବେ ଠିକାଦାର ମନମୁଖୀ ଭାବେ ଏହି ପ୍ରକଳ୍ପ କାର୍ଯ୍ୟ କରିଥିବା ଅଭିଯୋଗ ହୋଇଛି। ୨ ବର୍ଷ ତଳେ ଆରମ୍ଭ ହୋଇଥିବା ଏହି ପ୍ରକଳ୍ପ କାର୍ଯ୍ୟ ଅଟକଳ ଅନୁଯାୟୀ କରାଯାଇ ନାହିଁ ବୋଲି ସ୍ଥାନୀୟ ଲୋକେ କୁହନ୍ତି। ପ୍ରକଳ୍ପ ନିମନ୍ତେ ବିଛାଯାଇଥିବା ପାଇପ୍‌ ଲାଇନଗୁଡିକ ନଷ୍ଟ ହୋଇଯାଇଥିବାବେଳେ ବିଭିନ୍ନ ସ୍ଥାନରେ ସ୍ଥାପନ କରାଯାଇଥିବା ପାଇପ୍‌ ଷ୍ଟାଣ୍ଡପୋଷ୍ଟଗୁଡ଼ିକ ମଧ୍ୟ ଭାଙ୍ଗିରୁଜି ଗଲାଣି। ପ୍ରକଳ୍ପ ତିଆରିରେ ଅତ୍ୟନ୍ତ ନିମ୍ନମାନର ନିର୍ମାଣ ସାମଗ୍ରୀ ବ୍ୟବହାର କରାଯାଇଥିବାରୁ ଏହାର ସ୍ଥାୟୀତ୍ୱ ନେଇ ସାଧାରଣରେ ମତ ପ୍ରକାଶ ପାଇଛି। ଏପରିକି ଏହି ପ୍ରକଳ୍ପ ଉଦ୍‌ଘାଟନ ହୋଇ ନ ପାରି ଏକ ଭୂତକୋଠି ସଦୃଶ ଲାଗୁଛି। ଏଠାରେ ଅସାମାଜିକ ଯୁବକଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଏପର୍ଯ୍ୟନ୍ତ ପ୍ରକଳ୍ପକୁ କ’ଣ ପାଇଁ ଉଦ୍‌ଘାଟନ କରାଯାଇନାହିଁ ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଏହି ପାନୀୟ ଜଳ ପ୍ରକଳ୍ପ ଲୋକାର୍ପଣ ହେଲେ ନିଶ୍ଚିନ୍ତକୋଇଲି ତହସିଲ କାର୍ଯ୍ୟାଳୟ ସମେତ ବାହାବଳପୁର, ମହାଜନପୁର, ମାତକତପୁର ଆଦି ଗ୍ରାମର ବହୁ ଲୋକେ ପାନୀୟ ଜଳ ସୁବିଧା ପାଇପାରନ୍ତେ । ତୁରନ୍ତ ପ୍ରଶାସନ ତରଫରୁ ଏହି ପାନୀୟ ଜଳ ପ୍ରକଳ୍ପକୁ କାର୍ଯ୍ୟକ୍ଷମ କରିବା ନିମନ୍ତେ ସାମାଜିକ କର୍ମୀ ଅମୀୟ କୁମାର ବିଶ୍ୱାଳ,ସଞ୍ଜୟ କୁମାର ବେହେରା ପୂର୍ବତନ ସରପଞ୍ଚ ଦିଲୀପ କୁମାର ରାଉତ ପ୍ରମୁଖ ଦାବି କରିଛନ୍ତି। ଏସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ଚିନ୍ମୟ କୁମାର ବେହେରା, କହିଛନ୍ତି, ନିର୍ମାଣ କାର୍ଯ୍ୟ ପୂର୍ଣ୍ଣାଙ୍ଗ ହୋଇ ନ ଥିବାରୁ ଏହି ପ୍ରକଳ୍ପ ଉଦ୍‌ଘାଟନ ହୋଇପାରୁନାହିଁ। ଖୁବଶୀଘ୍ର ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ ହେବ ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri