ଲୋକାର୍ପଣ ହୋଇପାରୁନି ପାନୀୟ ଜଳ ପ୍ରକଳ୍ପ

ନିଶ୍ଚିନ୍ତକୋଇଲି,୨୦।୩ (ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକରେ ପ୍ରତି ପରିବାରକୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ସ୍ଥାନରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହେଉଛି। କିନ୍ତୁ ଦୁଃଖର ବିଷୟ ବିଭାଗୀୟ ଯନ୍ତ୍ରୀଙ୍କ ଅପାରଗତା ଓ ଉଦାସୀନ ତଥା ଲାଞ୍ଚଖୋର ମନୋଭାବ ପାଇଁ ବହୁ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡ଼ିଛି। ଠିକାଦାରମାନେ ସରକାରୀ ନୀତିନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଥିବା ବେଳେ ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟିଦେଉନହାନ୍ତି। ଫଳରେ ବହୁ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡିରହିଛି। ଆଗକୁ ଗ୍ରୀଷ୍ମ ପ୍ରବାହ ଆସୁଥିବାରୁ ପାନୀୟ ଜଳ ପ୍ରକଳ୍ପର ସଫଳ ରୂପାୟନ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ବ୍ଲକରେ ବିଭାଗୀୟ ଦାୟିତ୍ୱହୀନତା ସର୍ବୋପରି ସମନ୍ବୟ ଅଭାବ ହେତୁ ଜିଗ୍ନିପୁର ପଞ୍ଚାୟତ ମହାଜନପୁର ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟନ ହୋଇପାରୁ ନ ଥିବା ଅଭିଯୋଗ ହୋଇଛି। ଫଳରେ ଲୋକେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ଜିଗ୍ନିପୁର ପଞ୍ଚାୟତ ଅନ୍ତର୍ଗତ ମହାଜନପୁର ଗ୍ରାମକୁ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ବସୁଧା ଯୋଜନାରେ ୭୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ଟେଣ୍ଡର ମାଧ୍ୟମରେ ଠିକାଦାର ଚୟନ କରାଯାଇଥିଲା। ତେବେ ଠିକାଦାର ମନମୁଖୀ ଭାବେ ଏହି ପ୍ରକଳ୍ପ କାର୍ଯ୍ୟ କରିଥିବା ଅଭିଯୋଗ ହୋଇଛି। ୨ ବର୍ଷ ତଳେ ଆରମ୍ଭ ହୋଇଥିବା ଏହି ପ୍ରକଳ୍ପ କାର୍ଯ୍ୟ ଅଟକଳ ଅନୁଯାୟୀ କରାଯାଇ ନାହିଁ ବୋଲି ସ୍ଥାନୀୟ ଲୋକେ କୁହନ୍ତି। ପ୍ରକଳ୍ପ ନିମନ୍ତେ ବିଛାଯାଇଥିବା ପାଇପ୍‌ ଲାଇନଗୁଡିକ ନଷ୍ଟ ହୋଇଯାଇଥିବାବେଳେ ବିଭିନ୍ନ ସ୍ଥାନରେ ସ୍ଥାପନ କରାଯାଇଥିବା ପାଇପ୍‌ ଷ୍ଟାଣ୍ଡପୋଷ୍ଟଗୁଡ଼ିକ ମଧ୍ୟ ଭାଙ୍ଗିରୁଜି ଗଲାଣି। ପ୍ରକଳ୍ପ ତିଆରିରେ ଅତ୍ୟନ୍ତ ନିମ୍ନମାନର ନିର୍ମାଣ ସାମଗ୍ରୀ ବ୍ୟବହାର କରାଯାଇଥିବାରୁ ଏହାର ସ୍ଥାୟୀତ୍ୱ ନେଇ ସାଧାରଣରେ ମତ ପ୍ରକାଶ ପାଇଛି। ଏପରିକି ଏହି ପ୍ରକଳ୍ପ ଉଦ୍‌ଘାଟନ ହୋଇ ନ ପାରି ଏକ ଭୂତକୋଠି ସଦୃଶ ଲାଗୁଛି। ଏଠାରେ ଅସାମାଜିକ ଯୁବକଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଏପର୍ଯ୍ୟନ୍ତ ପ୍ରକଳ୍ପକୁ କ’ଣ ପାଇଁ ଉଦ୍‌ଘାଟନ କରାଯାଇନାହିଁ ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଏହି ପାନୀୟ ଜଳ ପ୍ରକଳ୍ପ ଲୋକାର୍ପଣ ହେଲେ ନିଶ୍ଚିନ୍ତକୋଇଲି ତହସିଲ କାର୍ଯ୍ୟାଳୟ ସମେତ ବାହାବଳପୁର, ମହାଜନପୁର, ମାତକତପୁର ଆଦି ଗ୍ରାମର ବହୁ ଲୋକେ ପାନୀୟ ଜଳ ସୁବିଧା ପାଇପାରନ୍ତେ । ତୁରନ୍ତ ପ୍ରଶାସନ ତରଫରୁ ଏହି ପାନୀୟ ଜଳ ପ୍ରକଳ୍ପକୁ କାର୍ଯ୍ୟକ୍ଷମ କରିବା ନିମନ୍ତେ ସାମାଜିକ କର୍ମୀ ଅମୀୟ କୁମାର ବିଶ୍ୱାଳ,ସଞ୍ଜୟ କୁମାର ବେହେରା ପୂର୍ବତନ ସରପଞ୍ଚ ଦିଲୀପ କୁମାର ରାଉତ ପ୍ରମୁଖ ଦାବି କରିଛନ୍ତି। ଏସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ଚିନ୍ମୟ କୁମାର ବେହେରା, କହିଛନ୍ତି, ନିର୍ମାଣ କାର୍ଯ୍ୟ ପୂର୍ଣ୍ଣାଙ୍ଗ ହୋଇ ନ ଥିବାରୁ ଏହି ପ୍ରକଳ୍ପ ଉଦ୍‌ଘାଟନ ହୋଇପାରୁନାହିଁ। ଖୁବଶୀଘ୍ର ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ ହେବ ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ‘ସୁରଭି’

ଦାରିଙ୍ଗବାଡ଼ି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକସ୍ତରୀୟ ‘ସୁରଭି-୨୦୨୬’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଲୁକ୍କାୟିତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?