ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ପାନୀୟ ଜଳ ପ୍ରକଳ୍ପ

ନାଉଗଁା,୧୯ା୧୧(ସ୍ବ.ପ୍ର): ବିଶୁଦ୍ଧ ପାନୀୟ ଜଳ ଜନସାଧାରଣଙ୍କୁ ସୁବିଧାରେ ଯୋଗାଇବା ପାଇଁ ସରକାରଙ୍କ ତରଫରୁ ବସୁଧା ଯୋଜନା କାର୍ଯ୍ୟକାରୀ ହେଉଛି। ଏହି ଯୋଜନା ମାଧ୍ୟମରେ ସୁଉଚ୍ଚ ପାଣି ଟାଙ୍କି ନିର୍ମାଣ ସହ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଉଛି। ପ୍ରକଳ୍ପରୁ ଗ୍ରାମର ପ୍ରତି ଘରକୁ ପାଇପ ସଂଯୋଗ କରାଯାଇ ପାନୀୟ ଜଳ ଯୋଗାଇବା ପାଇଁ ବ୍ୟବସ୍ଥା କରାଯାଉଛି। ଏହି ଯୋଜନାରେ ନାଉଗଁା ବ୍ଲକରେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ୮ରୁ ଊର୍ଦ୍ଧ୍ୱ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଉଛି। ବଛାଳୋ ପଞ୍ଚାୟତର ଅଲଣା -୨, ନାଉଗଁା ପଞ୍ଚାୟତର ନାଉଗଁା, ବ୍ଲକ ଛକ, ଅବଦଲପୁର, କୋରୁଅ ପଞ୍ଚାୟତର କୋରୁଅଠାରେ ଏସବୁ ପ୍ରକଳ୍ପ କରାଯାଉଛି।
ଏହି ପାନୀୟ ଜଳ ପ୍ରକଳ୍ପଗୁଡିକୁ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଜଳ ପରିମଳ ବିଭାଗର ମିଳିତ ଆନୁକୂଲ୍ୟରେ କରାଯାଉଥିବା ବେଳେ ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ଏହାର ତଦାରଖ ଦାୟିତ୍ୱରେ ରହିଛି। ପ୍ରକଳ୍ପ ନିର୍ମାଣ ପାଇଁ ବିଭାଗ ପକ୍ଷରୁ ଟେଣ୍ଡର କରାଯାଇ ଠିକାଦାରଙ୍କୁ କାର୍ଯ୍ୟ କରିବାକୁ ନିର୍ଦ୍ଦେଶନାମା ପ୍ରଦାନ କରାଯାଇଛି। କିନ୍ତୁ ବିଭାଗ ପକ୍ଷରୁ ଠିକଭାବେ ତଦାରଖ ନ ହେବାରୁ ଉକ୍ତ କାର୍ଯ୍ୟ ନିମ୍ନମାନର ହେଉଥିବା ସ୍ଥାନୀୟ ଲୋକେ ନାମ ଗୋପନ ରଖି ପ୍ରକାଶ କରିଛନ୍ତି। କାର୍ଯ୍ୟ ଆରମ୍ଭ ପୂର୍ବରୁ ସରକାରୀ ନିୟମ ଅନୁସାରେ ସୂଚନାଫଳକ ଲଗାଯିବା କଥା। ମାତ୍ର ଏହି ନିୟମକୁ ଉଲ୍ଲଂଘନ କରାଯାଉଥିବା ନେଇ ସାଧାରଣରେ ଅଭିଯୋଗ ହୋଇଛି। ଅନେକ ସ୍ଥାନରେ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷହେବାକୁ ବସିଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ସୂଚନା ଫଳକ ଲାଗି ନ ଥିବା ଜଣାପଡ଼ିଛି। ଅପରପକ୍ଷେ ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ ଯୋଗୁ ଏସବୁ ପାନୀୟ ଜଳ ପ୍ରକଳ୍ପର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ ସ୍‌ୃଷ୍ଟି ହୋଇଛି।
ବିଭାଗ ପକ୍ଷରୁ ଏବେ ସୁଦ୍ଧା ବ୍ଲକରେ ୨୦ରୁ ଊର୍ଦ୍ଧ୍ୱ ପାନୀୟ ଜଳ ପ୍ରକଳ୍ପ ଓ ପମ୍ପ୍‌ ହାଉସ ନିର୍ମାଣ କରାଯାଇଛି। ଏନେଇ କୋଟି କୋଟି ଟଙ୍କା ବ୍ୟୟ ହୋଇଛି। କିନ୍ତୁ ନିମ୍ନମାନର କାର୍ଯ୍ୟ ଯୋଗୁ ଅନେକ ପ୍ରକଳ୍ପରେ ପାଣି ରହୁ ନ ଥିବାବେଳେ ସେଗୁଡ଼ିକ ଫାଟି ଆଁ କରିଛି। ସେହିପରି ପମ୍ପ୍‌ ହାଉସ୍‌ ମଧ୍ୟ ଅଚଳ ଅବସ୍ଥାରେ ପଡି ରହିଛି। ନିର୍ମାଣାଧୀନ ପ୍ରକଳ୍ପ କାର୍ଯ୍ୟ ଠିକ୍‌ଭାବେ କରାଯିବା ସହ ଅଚଳ ପ୍ରକଳ୍ପଗୁଡିକୁ କାର୍ଯ୍ୟକ୍ଷମ କରିବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ରଶ୍ମିରଞ୍ଜନ ଦାସ କୁହନ୍ତି, କାର୍ଯ୍ୟ ଚାଲୁ ରହିଛି। ଖୁବ୍‌ଶୀଘ୍ର ସୂଚନାଫଳକରେ ଏସବୁ କାର୍ଯ୍ୟର ସମସ୍ତ ତଥ୍ୟ ପ୍ରକାଶ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ମଘା ନକ୍ଷତ୍ରକୁ ଯିବେ ଗୁରୁ ବୃହସ୍ପତି: ଅକ୍ଟୋବରରୁ ଆରମ୍ଭ ହେବ ୪ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଚାକିରି-ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ରରେ ଗୁରୁ ଗ୍ରହଙ୍କୁ ଜ୍ଞାନ, ଧନ, ଭାଗ୍ୟ, ବିସ୍ତାର, ସୁଖ ଓ ସମୃଦ୍ଧିର କାରକ ଭାବେ ବିବେଚନା କରାଯାଏ। ଶୁଭ ଗ୍ରହମାନଙ୍କ ମଧ୍ୟରେ ଗୁରୁଙ୍କୁ ବିଶେଷ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

ମହିଳାଙ୍କ ସଲୱାର୍‌ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…

ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?