ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ପାନୀୟ ଜଳ ପ୍ରକଳ୍ପ

ନାଉଗଁା,୧୯ା୧୧(ସ୍ବ.ପ୍ର): ବିଶୁଦ୍ଧ ପାନୀୟ ଜଳ ଜନସାଧାରଣଙ୍କୁ ସୁବିଧାରେ ଯୋଗାଇବା ପାଇଁ ସରକାରଙ୍କ ତରଫରୁ ବସୁଧା ଯୋଜନା କାର୍ଯ୍ୟକାରୀ ହେଉଛି। ଏହି ଯୋଜନା ମାଧ୍ୟମରେ ସୁଉଚ୍ଚ ପାଣି ଟାଙ୍କି ନିର୍ମାଣ ସହ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଉଛି। ପ୍ରକଳ୍ପରୁ ଗ୍ରାମର ପ୍ରତି ଘରକୁ ପାଇପ ସଂଯୋଗ କରାଯାଇ ପାନୀୟ ଜଳ ଯୋଗାଇବା ପାଇଁ ବ୍ୟବସ୍ଥା କରାଯାଉଛି। ଏହି ଯୋଜନାରେ ନାଉଗଁା ବ୍ଲକରେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ୮ରୁ ଊର୍ଦ୍ଧ୍ୱ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଉଛି। ବଛାଳୋ ପଞ୍ଚାୟତର ଅଲଣା -୨, ନାଉଗଁା ପଞ୍ଚାୟତର ନାଉଗଁା, ବ୍ଲକ ଛକ, ଅବଦଲପୁର, କୋରୁଅ ପଞ୍ଚାୟତର କୋରୁଅଠାରେ ଏସବୁ ପ୍ରକଳ୍ପ କରାଯାଉଛି।
ଏହି ପାନୀୟ ଜଳ ପ୍ରକଳ୍ପଗୁଡିକୁ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଜଳ ପରିମଳ ବିଭାଗର ମିଳିତ ଆନୁକୂଲ୍ୟରେ କରାଯାଉଥିବା ବେଳେ ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ଏହାର ତଦାରଖ ଦାୟିତ୍ୱରେ ରହିଛି। ପ୍ରକଳ୍ପ ନିର୍ମାଣ ପାଇଁ ବିଭାଗ ପକ୍ଷରୁ ଟେଣ୍ଡର କରାଯାଇ ଠିକାଦାରଙ୍କୁ କାର୍ଯ୍ୟ କରିବାକୁ ନିର୍ଦ୍ଦେଶନାମା ପ୍ରଦାନ କରାଯାଇଛି। କିନ୍ତୁ ବିଭାଗ ପକ୍ଷରୁ ଠିକଭାବେ ତଦାରଖ ନ ହେବାରୁ ଉକ୍ତ କାର୍ଯ୍ୟ ନିମ୍ନମାନର ହେଉଥିବା ସ୍ଥାନୀୟ ଲୋକେ ନାମ ଗୋପନ ରଖି ପ୍ରକାଶ କରିଛନ୍ତି। କାର୍ଯ୍ୟ ଆରମ୍ଭ ପୂର୍ବରୁ ସରକାରୀ ନିୟମ ଅନୁସାରେ ସୂଚନାଫଳକ ଲଗାଯିବା କଥା। ମାତ୍ର ଏହି ନିୟମକୁ ଉଲ୍ଲଂଘନ କରାଯାଉଥିବା ନେଇ ସାଧାରଣରେ ଅଭିଯୋଗ ହୋଇଛି। ଅନେକ ସ୍ଥାନରେ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶେଷହେବାକୁ ବସିଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି ସୂଚନା ଫଳକ ଲାଗି ନ ଥିବା ଜଣାପଡ଼ିଛି। ଅପରପକ୍ଷେ ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ ଯୋଗୁ ଏସବୁ ପାନୀୟ ଜଳ ପ୍ରକଳ୍ପର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ ସ୍‌ୃଷ୍ଟି ହୋଇଛି।
ବିଭାଗ ପକ୍ଷରୁ ଏବେ ସୁଦ୍ଧା ବ୍ଲକରେ ୨୦ରୁ ଊର୍ଦ୍ଧ୍ୱ ପାନୀୟ ଜଳ ପ୍ରକଳ୍ପ ଓ ପମ୍ପ୍‌ ହାଉସ ନିର୍ମାଣ କରାଯାଇଛି। ଏନେଇ କୋଟି କୋଟି ଟଙ୍କା ବ୍ୟୟ ହୋଇଛି। କିନ୍ତୁ ନିମ୍ନମାନର କାର୍ଯ୍ୟ ଯୋଗୁ ଅନେକ ପ୍ରକଳ୍ପରେ ପାଣି ରହୁ ନ ଥିବାବେଳେ ସେଗୁଡ଼ିକ ଫାଟି ଆଁ କରିଛି। ସେହିପରି ପମ୍ପ୍‌ ହାଉସ୍‌ ମଧ୍ୟ ଅଚଳ ଅବସ୍ଥାରେ ପଡି ରହିଛି। ନିର୍ମାଣାଧୀନ ପ୍ରକଳ୍ପ କାର୍ଯ୍ୟ ଠିକ୍‌ଭାବେ କରାଯିବା ସହ ଅଚଳ ପ୍ରକଳ୍ପଗୁଡିକୁ କାର୍ଯ୍ୟକ୍ଷମ କରିବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ରଶ୍ମିରଞ୍ଜନ ଦାସ କୁହନ୍ତି, କାର୍ଯ୍ୟ ଚାଲୁ ରହିଛି। ଖୁବ୍‌ଶୀଘ୍ର ସୂଚନାଫଳକରେ ଏସବୁ କାର୍ଯ୍ୟର ସମସ୍ତ ତଥ୍ୟ ପ୍ରକାଶ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ...

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri