ସରୁନି ପ୍ରକଳ୍ପ: ପାଣି ପାଇଁ ହାହାକାର

ବନ୍ତ, ୫।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକର ୨୫ ପଞ୍ଚାୟତରେ ବସୁଧା ଯୋଜନାରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ ହୋଇଥିବା ବେଳେ ତାହା ଅସମ୍ପୂର୍ଣ୍ଣ ଥିବା ଯୋଗୁ ସାଧାରଣ ଲୋକେ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ଗତ ୫ ବର୍ଷ ପୂର୍ବେ ନିଳୋକ ଠାରେ ଏକ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଇଛି। ଏହାର ଜଳ ଧାରଣ କ୍ଷମତା ୫୦ ହଜାର ଲିଟର। ଏହି ପ୍ରକଳ୍ପ ଦ୍ୱାରା ଗ୍ରାମର ପ୍ରାୟ ୧ ହଜାର ଲୋକ ଉପକୃତ ହୋଇଥାନ୍ତେ। ମାତ୍ର ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସରିବା ପରେ ପରୀକ୍ଷା ମୂଳକ ଭାବେ କାର୍ଯ୍ୟକ୍ଷମ ନ କରି ଏହାକୁ ବନ୍ଦ ରଖାଯାଇଛି। ସେହିପରି ପରବର୍ତ୍ତୀ ଅବସ୍ଥାରେ ଭଣ୍ଡାରଗଢିଆ ଠାରେ ଆଉ ଏକ ନୂଆ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଥିଲା। ତାହା ମଧ୍ୟ ଏବେ ଅସମ୍ପୂର୍ଣ୍ଣ ହୋଇ ପଡି ରହିଛି ା ଶେଣ୍ଢତୀରା ଠାରେ ଏକ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇଥିଲେ ମଧ୍ୟ ତାହା ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇନାହିଁ। ବ୍ଲକର ବିଭିନ୍ନ ପଞ୍ଚାୟତରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଫଳରେ ସାଧାରଣ ଲୋକେ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଏସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଭବାନୀ ଶଙ୍କର ବେହେରାଙ୍କୁ ପଚାରିବାରୁ ନିଳୋକରେ କାର୍ଯ୍ୟ ଅସମ୍ପୂର୍ଣ୍ଣ ଥିବା ବେଳେ ଶେଣ୍ଢତୀରାରେ କାର୍ଯ୍ୟ ସରି ଯାଇଛି। ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri