୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ ପାଣି ପାଇଁ ଗ୍ରାମବାସୀ ଡହଳବିକଳ ହେଉଥିବା ଅଭିଯୋଗ କରିଛନ୍ତି। ଲୋଇସିଂହା ବ୍ଲକରେ ଅନୁଷ୍ଠିତ ଜନ ଅଭିଯୋଗ ଶୁଣାଣି ଶିବିରେ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି। ଅଭିଯୋଗ ପରେ ଜିଲାପ୍ରଶାସନ ପକ୍ଷରୁ ଗାଁକୁ ଟ୍ୟାଙ୍କର ଯୋଗେ ଜଳଯୋଗାଣ କରାଯିବାକୁ ପ୍ରତିଶ୍ରୁତି ଦିଆଯାଇଛି। ପ୍ରକାଶ ଯେ, ଭରସୁଜା ପଞ୍ଚାୟତ ଭରସୁଜା ସଦର ଗାଁର ୧୨ନଂ. ୱାର୍ଡର ଏକ ଅଂଶ ପିପିଲିପାଲି। ଗ୍ରାମର ଜନସଂଖ୍ୟା ୫ ଶହ ହେବ। ଗାଁ ନିକଟ ଦେଇଯାଇଥିବା କୁଲାରୀ ନାଲା ଓ ଗ୍ରାମର ପୋଖରୀ ଫାଲଗୁନ ମାସରୁ ଶୁଖିଲା ପଡିଛି। ଗ୍ରାମଠାରୁ ୨ କିମି ଦୂର ସର୍ଦ୍ଧପାଲି ଓ ଲକଣପାଲି ଗାଁର ପୋଖରୀକୁ ଗାଧୋଇବା ପାଇଁ ଯାଇଥାନ୍ତି ଗ୍ରାମବାସୀ। ଗ୍ରାମରେ ୪ଟି ନଳକୂପ ରହିଛି। ହେଲେ ନଳକୂପରୁ ପାଣି ବାହାରୁ ନ ଥିବାରୁ ତାହା କାମରେ ଆସୁନାହିଁ। ବହୁ ଅଭିଯୋଗ କଲା ପରେ ରବିବାର ଗ୍ରାମରେ ଏକ ନୂତନ ଭାବେ ନଳକୂପ ଖନନ କରାଯାଇଛି। ପାଣି ସଂଗ୍ରହ ପାଇଁ ଗ୍ରାମଠାରୁ ବହୁ ଦୂରକୁ ଯିବାକୁ ପଡୁଥିବା ଗ୍ରାମର ମହିଳାମାନେ ଅଭିଯୋଗ କରିଛନ୍ତି। ପ୍ରଶାସନ ପକ୍ଷରୁ ଗ୍ରାମକୁ ଜଳ ଯୋଗାଣ ପ୍ରକ୍ରିୟା ହୋଇଛି। ଗ୍ରାମରେ ପାଇପ ପୋତା ସରିଯାଇଥିବାବେଳେ ଗାଁ ମୁଣ୍ଡ ପିଡବ୍ଲ୍ୟୁଡି ରାସ୍ତା ପାର୍ଶ୍ୱ ପୋଖରୀ ନିକଟରେ ଏକ ଚୂଆ ମଧ୍ୟ ଖୋଲା ଯାଇଛି ା ହେଲେ ବିଡମ୍ବନା ଯେ, ଦୀର୍ଘ ୪ ବର୍ଷ ହେଲା ପ୍ରକଳ୍ପ କାମ ଅଦ୍ୟାବଧି ସରି ପାରିନାହିଁ ା କେଉଁ ସ୍ବାର୍ଥରେ ପ୍ରକଳ୍ପ ପାଇଁ ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଗ୍ରାମର ଦେବକୀ ପୋଢ, ଆହ୍ଲାଦିନୀ ପୋଢ, ସବିତା ପୋଢ, ବାସନ୍ତୀ ପୋଢ ପ୍ରମୁଖ ଶିବିରରେ ଏଡିଏମ୍‌ଙ୍କ ନିକଟରେ ଦାବି ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

ପରାଜୟ ପରେ ବାହାନା କରିବା ଆରମ୍ଭ କଲେ ଋତୁରାଜ ଗାୟକୱାଡ; ଦର୍ଶାଇଲେ ଦଳର ନୈରାଶ୍ୟଜନକ ପ୍ରଦର୍ଶନର ପ୍ରମୁଖ କାରଣ

ନୂଆଦିଲ୍ଲୀ,୩୧।୩: ଗୁଆହାଟୀରେ ଖେଳାଯାଇଥିବା ଏକ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦମ ଦାର ପରାଜୟ ପରେ, ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାୟକୱାଡ ପରାଜୟର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri