୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ ହୋଇପଡିଛି। ଅଦରକାରୀ ପମ୍ପ ହାଉସରେ ତାଲା ଝୁଲୁଛି। ପ୍ରକଳ୍ପରୁ ୧୭୬ ବାସଗୃହକୁ ପାଇପ ସଂଯୋଗ କରାଯାଇଥିଲେ ମଧ୍ୟ ଲୋକଙ୍କୁ ପାଣି ମୁନ୍ଦାଏ ମିଳୁନି। ଗ୍ରାମର ମହିଳା ମାନେ ପ୍ରାୟ ୫ ଶହ ମିଟର ଦୂରରେ ଥିବା ଟିକରପଡ଼ା ଏବଂ ଜୁଆଣ ପଲ୍ଲୀ ଗାଁ ରାସ୍ତାକଡରେ ଥିବା ନଳକୂଅରୁ ପ୍ରତିଦିନ ପାନୀୟଜଳ ସଂଗ୍ରହ କରୁଥିବା ଦେଖିବାକୁ ମିଳିଛି। ୧ ହଜାରରୁ ଊଦ୍ଧର୍‌ବ ଜନସଂଖ୍ୟା ବିଶିଷ୍ଟ ଏହି ଗାଁର ଭୋଟର ସଂଖ୍ୟା ୪୮୫। ପାନୀୟଜଳ ପ୍ରକଳ୍ପ ନିର୍ମାଣ ସମୟରେ ସମସ୍ତ ସାହିକୁ ପାଇପ ବିଛାଯାଇ ୪ ଶହ ମିଟର ବିଶିଷ୍ଟ ୨ ଟି ବୋର୍‌ ଦ୍ୱାରା ପ୍ରାୟ ୪ ଶହ ଫୁଟ ଖୋଳା ଯାଇ ୬୦ ଫୁଟ ପାଇପ ପକାଯାଇ ମୋଟର ଯୋଗେ ଟାଙ୍କିକୁ ପାଣି ଉଠା ଯାଉଥିଲା। କିଛିବର୍ଷ ପରେ ଜଳସ୍ତର କମିଯିବାରୁ ପୁଣି ୧୧୦ ଫୁଟ ପାଇପ ପକାଯାଇ ଲୋକଙ୍କୁ ଆବଶ୍ୟକ ମୁତାବକ ପାଣି ଦିଆଯାଉଥିଲା। କିନ୍ତୁ ଭୂତଳ ଜଳସ୍ତର କ୍ରମାଗତ ହ୍ରାସ ପାଇବା କାରଣରୁ ପୁଣି ଥରେ ୩ ଟି ବୋର୍‌ ଖୋଳାଯାଇ ପ୍ରକଳ୍ପରୁ ଲୋକଙ୍କୁ ପାଣି ଦିଆଯାଉଥିଲା। ପମ୍ପ ହାଉସ ପରିଚାଳନା ଓ ରକ୍ଷଣାବେକ୍ଷଣ ପାଇଁ ଘରକୁ ପାଇପ ପାଣି ସଂଯୋଗ ନେଇଥିବା ଲୋକେ ପ୍ରତିମାସରେ ୩୦ ଟଙ୍କା ଲେଖାଏ ପାଣି ଟିକସ ଦେଉଥିଲେ। ପଞ୍ଚାୟତ ପକ୍ଷରୁ ଗ୍ରାମର ମିଥୁନ ପ୍ରଧାନଙ୍କୁ ପ୍ରକଳ୍ପର ମୋଟର ଚଳାଇବା ପାଇଁ ମାସିକ ୩୨୦୦ ଟଙ୍କା ପାରିଶ୍ରମିକ ଦିଆଯାଉଛି। ପ୍ରକଳ୍ପ ଅଚଳ ହୋଇପଡ଼ିଥିବା ସଂକ୍ରାନ୍ତରେ ଦିଗପହଣ୍ଡି ବିଡ଼ିଓ ଅନାମିକା ପାଣ୍ଡେ ଏବଂ ବିଭାଗୀୟ ସହକାରୀ ଯନ୍ତ୍ରୀ ଇଂ. ଭୀମା ରାଓ ଙ୍କୁ ଗ୍ରାମବାସୀ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ଅଚଳ ପ୍ରକଳ୍ପ କୁ କାର୍ଯ୍ୟକ୍ଷମ କରାଯାଉନଥିବା ରୁ ଆନ୍ଦୋଳନାତ୍ମକ କାର୍ଯ୍ୟପନ୍ଥା ହାତକୁ ନିଆଯିବ ବୋଲି ସୁଦାମ ଗୌଡ଼,ନିରଞ୍ଜନ ପ୍ରଧାନ,ବୁଦ୍ଧିଆ ପ୍ରଧାନ,ସନ୍ତୋଷ ଗୌଡ଼,ରାଧାକାନ୍ତ ରାହା,ବୃନ୍ଦାବନ ବେହେରା,ଲବ ପାତ୍ର, ଗୋବର୍ଦ୍ଧନ ପ୍ରଧାନ,ଭକ୍ତ ଗୌଡ଼,ଗୋପାଳ ଗୌଡ ପ୍ରମୁଖ ଚେତାବନୀ ଦେଇଛନ୍ତି। ଏନେଇ ବ୍ଲକ ଗ୍ରାମ୍ୟ ପାନୀୟଜଳ ଓ ପରିମଳ ବିଭାଗ ସହକାରୀ ଯନ୍ତ୍ରୀଙ୍କୁ ପଚାରିବାରୁ ଭୂତଳ ଜଳସ୍ତର କମିଯିବାରୁ ମୋଟର ଯୋଗେ ପାଣି ଉଠୁ ନାହିଁ। ମେଗା ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ସେଠାରୁ ପାଇପ ଯୋଗେ ଉକ୍ତ ଅଚଳ ପ୍ରକଳ୍ପକୁ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri