ସରୁନି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ: ଯାତାୟାତରେ ଅସୁବିଧା

ନାଉଗାଁ,୩୦ା୬ (ସୁଧା ବେହୁରା): ଗ୍ରାମାଞ୍ଚଳରେ ଜନ ସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ସରକାରଙ୍କ ତରଫରୁ ବସୁଧା ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏହି ଯୋଜନା ମାଧ୍ୟମରେ ପ୍ରତ୍ୟେକ ଗୃହକୁ ପାଇପ ସଂଯୋଗ କରାଯାଇ ପାନୀୟ ଜଳ ଯୋଗାଇବାର ବ୍ୟବସ୍ଥା କରାଯାଇଛି। ନାଉଗାଁ ବ୍ଲକରେ ଏହି ଯୋଜନା ମାଧ୍ୟମରେ ପଞ୍ଚାୟତକୁ ଜଳ ଯୋଗାଇବା ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ୪ ଟି ଜୋନରେ ବିଭକ୍ତ କରାଯାଇଛି। ୪ ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ବାବଦକୁ ୩ କୋଟି ୬୫ ଲକ୍ଷ ଟଙ୍କା ଅର୍ଥ ମଞ୍ଜୁର କରାଯାଇଛି। ନିର୍ମାଣ କାର୍ଯ୍ୟ ପାଇଁ ନିର୍ଦ୍ଦେଶା ନାମା ପ୍ରଦାନ କରାଯାଇଛି। କାର୍ଯ୍ୟ ତଦାରଖ ଦାୟିତ୍ୱରେ ଗ୍ରାମ୍ୟ ଜଳ ଯୋଗାଣ ପରିମଳ ବିଭାଗ ରହିଛି। କିନ୍ତୁ ବିଭାଗ ପକ୍ଷରୁ ଠିକ୍‌ଭାବେ ତଦାରଖ କରାଯାଉ ନ ଥିବାରୁ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କାର୍ଯ୍ୟାଦେଶ ପାଇଥିବା ଠିକାଦାର ୨ମାସରୁ ଊର୍ଦ୍ଧ୍ୱ ହେବ ରାସ୍ତା ପାର୍ଶ୍ୱ ଖୋଳି ଦେଇଛନ୍ତି। ମାତ୍ର ପୋତିବାର ନାଁ ଧରୁନାହାନ୍ତି।
ଫଳରେ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ନାଉଗାଁ ବଜାରରେ ଥିବା ନାଉଗାଁ ହାଟ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟରେ ଦୀର୍ଘ ଦିନ ହେବ ପ୍ରକଳ୍ପ ପାଇଁ ଖୋଳା ଯାଇଛି। ଫଳରେ ଯାତାୟାତରେ ଅସୁବିଧା ହେଉଛି। ବର୍ଷା ଦିନ ହୋଇଥିବାରୁ ଖୋଳା ଯାଇଥିବା ଖାଲରେ ପାଣି ଜମି ରହୁଛି। ଫଳରେ ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। କେବଳ ନାଉଗାଁ ବଜାର ନୁହେଁ କୋକିଢିହ-ତେଲସରାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱକୁ ପାଇପ ସଂଯୋଗ ପାଇଁ କୋକିଢ଼ିହଠାରୁ ବାଲିସାହି ପର୍ଯ୍ୟନ୍ତ ରାସ୍ତା ପାର୍ଶ୍ୱରୁ ୨ ଫୁଟ ଗଭୀରର ଖୋଳା ଯାଇଛି। ମାତ୍ର ଏପର୍ଯ୍ୟନ୍ତ ପୋତା ଯାଉନାହିଁ। ଯାହା ଫଳରେ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ଅତ୍ୟଧିକ ବର୍ଷା ହେଲେ ଉକ୍ତ ନାଳରେ ପାଣି ଜମି ରହିଲେ ସ୍ଥାନୀୟ ଜନସାଧରାଣ ଅସୁବିଧାର ସମ୍ମୁଖୀନ ହେବା ସହ ଦୁର୍ଘଟଣା ଘଟିବାର ଯଥେଷ୍ଟ ସମ୍ଭାବନା ରହିଛି। ତେଣୁ ଉକ୍ତ ନାଳକୁ ପୋତିବା ପାଇଁ ସ୍ଥାନୀୟ ବାସିନ୍ଦା ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏସମ୍ପର୍କରେ ଗ୍ରାମଜଳ ଯୋଗାଣ ଓ ପରିମଳ ବିଭାର ଯନ୍ତ୍ରୀ ରଶ୍ମି ରଞ୍ଜନ ଦାସ କୁହନ୍ତି, କାର୍ଯ୍ୟ କରୁଥିବା ଠିକାଦାରଙ୍କୁ ଯଥାଶୀଘ୍ର ପୋତାଯିବା ଲାଗି ବ୍ୟବସ୍ଥା କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?